କୁପୋଷଣ ଚିହ୍ନଟରେ ଏଆଇ ବ୍ୟବହାର: ଓଡ଼ିଶା ଦେଶରେ ପ୍ରଥମ

ଭୁବନେଶ୍ୱର,୯।୪(ରବିନାରାୟଣ ଜେନା):କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ଆଧାରିତ ଟେକ୍ନୋଲୋଜିକୁ ବ୍ୟବହାର କରି ଏବେ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁଙ୍କ ଆନ୍ଥ୍ରୋପୋମେଟ୍ରି ତଥା ଓଜନ ଏବଂ ଉଚ୍ଚତା ମାପ କରାଯିବା ସହ କୁପୋଷଣକୁ ପ୍ରାରମ୍ଭିକ ଅବସ୍ଥାରେ ହିଁ ଚିହ୍ନଟ କରାଯାଇପାରିବ। ଯଦ୍ଦ୍ବାରା ଶିଶୁଙ୍କ ଓଜନ ଏବଂ ଉଚ୍ଚତା ବୃଦ୍ଧିକୁ ଗୁରୁତ୍ୱ ଦିଆଯିବା ସହ ରାଜ୍ୟରୁ କୁପୋଷଣ ଦୂର ହୋଇପାରିବ। ଏହି ଅଭିନବ ପଦକ୍ଷେପକୁ କାର୍ଯ୍ୟକାରୀ କରିବାରେ ଓଡ଼ିଶା ହେଉଛି ସମଗ୍ର ଦେଶରେ ପ୍ରଥମ ବୋଲି ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଶୁଭା ଶର୍ମା କହିଛନ୍ତି।
ସୋମବାର ଏକ ପାଞ୍ଚଦିନିଆ ତାଲିମ କର୍ମଶାଳାକୁ ଉଦ୍‌ଘାଟନ କରି ଶୁଭା କହିଥିଲେ, କର୍ମଶାଳାରେ କ୍ଷେତ୍ର ଅନୁସନ୍ଧାନକାରୀମାନେ ନିର୍ଦ୍ଧାରିତ ପ୍ରୋଟୋକଲ ବ୍ୟବହାର କରି ଶିଶୁମାନଙ୍କ ଓଜନ ଓ ଉଚ୍ଚତା ସୂଚକ ମାପ କରିବା ଉପରେ ବ୍ୟାପକ ତାଲିମ୍‌ ପାଇପାରିବେ। ଆଇସିଏମ୍‌ଆର୍‌, ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ନ୍ୟୁଟ୍ରିଶନ(ଏନ୍‌ଆଇଏନ୍‌), ଆର୍‌ଏମ୍‌ଆର୍‌ସି ଭୁବନେଶ୍ୱର ଏବଂ ୱାଧୱାନୀ ଏଆଇର ବିଶେଷଜ୍ଞ ପ୍ରଶିକ୍ଷକମାନେ ତାଲିମ ପ୍ରଦାନ କରିବେ। ତାଲିମ ପରେ କ୍ଷେତ୍ର ଅନୁସନ୍ଧାନକାରୀମାନେ ପାଇଲଟ୍‌ କାର୍ଯ୍ୟକ୍ରମର ମୂଲ୍ୟାଙ୍କନ ଏବଂ କାର୍ଯ୍ୟକାରିତା ପାଇଁ ବାଲେଶ୍ୱର, କଟକ, ଗଞ୍ଜାମ, ଯାଜପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାଗୁଡ଼ିକରେ ୩ରୁ ୪ ମାସ ଧରି ତଥ୍ୟ ସଂଗ୍ରହ ଓ ଆକଳନ କରିବେ। ଭୁବନେଶ୍ୱରର ଆଇସିଏମ୍‌ଆର ଅଡିଟୋରିୟମ ହଲ୍‌ରେ ଭାରତ ସରକାରଙ୍କ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟ, ୱାଧୱାନୀ ଏଆଇ, ଆର୍‌ଏମ୍‌ଆର୍‌ସି ଭୁବନେଶ୍ୱର ଓ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗଙ୍କ ମିଳିତ ସହଭାଗିତାରେ ଶିଶୁମାନଙ୍କ ଅଭିବୃଦ୍ଧି ନିରୀକ୍ଷଣ ନିମନ୍ତେ ଏଆଇ ଉପକରଣ ଶୀର୍ଷକ ପାଞ୍ଚ ଦିନିଆ ତାଲିମ ତଥା କର୍ମଶାଳାରେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଆରଏମଆରସି ନିର୍ଦ୍ଦେଶିକା ଡକ୍ଟର ସଂଘମିତ୍ରା ପତି, ଜାତୀୟ କାର୍ଯ୍ୟକ୍ରମର ମୁଖ୍ୟ ଡକ୍ଟର ସ୍ନେହା ନିକମ, ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସି ବୈଜ୍ଞାନିକ ଡକ୍ଟର ଶୁଭେନ୍ଦୁ କୁମାର ଆଚାର୍ଯ୍ୟ, ୱାଧୱାନୀ ଏଆଇର ମୁଖ୍ୟ ଡକ୍ଟର ମକରନ୍ଦ ତପସ୍ବୀ, ରାଜ୍ୟ ମହିଳା ଓ ଶିଶୁ ବିକାଶର ଅତିରିକ୍ତ ସଚିବ ଏନ୍‌. ସି. ଜ୍ୟୋତିରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପୁଣି କଫ ସିରପ କାରବାର ଚାଲିଥିବା  ଧରାପଡ଼ିଛି। ଜିଲାର କଟାପାଲି ରାସ୍ତାରେ ନିର୍ମାଣାଧୀନ ଏକ ଘରୁ ୫ ହଜାରରୁ ଊର୍ଦ୍ଧ୍ୱ କଫ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri