Posted inଜାତୀୟ

ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକର ଏସବୁ ସାମଗ୍ରୀର ବ୍ୟବହାରକୁ ମନା, ସରକାରୀ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୨୮।୬ : ଦେଶରେ ପରିବେଶର ସୁରକ୍ଷା ପାଇଁ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଜୁଲାଇ ୧ ରୁ ଏକକ ବ୍ୟବହାର ପ୍ଲାଷ୍ଟିକ ଉପରେ ସମ୍ପୂର୍ଣ୍ଣ ନିଷେଧାଦେଶ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଜାତୀୟ ତଥା ରାଜ୍ୟ ସ୍ତରରେ ନିୟନ୍ତ୍ରଣ କକ୍ଷ ସ୍ଥାପନ କରାଯିବ ବୋଲି ମଙ୍ଗଳବାର କେନ୍ଦ୍ର ସରକାର ଘୋଷଣା କରିଛନ୍ତି।

ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକର ବେଆଇନ ଉତ୍ପାଦନ, ଆମଦାନୀ, ସଂରକ୍ଷଣ, ବଣ୍ଟନ ଏବଂ ବିକ୍ରୟ ଯାଞ୍ଚ କରିବା ପାଇଁ ଏକ ସ୍ବତନ୍ତ୍ର ଦଳ ଗଠନ କରାଯିବ। ପରିବେଶ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତ୍ତିରେ ଏହି କଥା କୁହାଯାଇଛି।

ମନ୍ତ୍ରଣାଳୟ କହିଛି ଯେ ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକକୁ ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟକୁ ପଠାଯିବ ନାହିଁ । ବିବୃତ୍ତିରେ କୁହାଯାଇଛି ଯେ ଏକକ ବ୍ୟବହାର ପ୍ଲାଷ୍ଟିକ ପରିବେଶ ଉପରେ ନକାରାତ୍ମକ ପ୍ରଭାବ ପକାଇଥାଏ। ସାମୁଦ୍ରିକ ପରିବେଶ ମଧ୍ୟ ଏହା ଦ୍ୱାରା ପ୍ରଭାବିତ ହୋଇଥାଏ।ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ ଯୋଗୁଁ ବଢୁଥିବା ପ୍ରଦୂଷଣ କେବଳ ଭାରତ ନୁହେଁ ଅନେକ ଦେଶ ପାଇଁ ଏକ ଚ୍ୟାଲେଞ୍ଜ ହୋଇ ରହିଛି।

ନିଷିଦ୍ଧ ହେବାକୁ ଥିବା ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ ସାମଗ୍ରୀର ତାଲିକା ମଧ୍ୟରେ ପ୍ଲାଷ୍ଟିକ ଷ୍ଟିକ, ବେଲୁନର ପ୍ଲାଷ୍ଟିକ ଷ୍ଟିକ, ପ୍ଲାଷ୍ଟିକ ପତାକା, କ୍ୟାଣ୍ଡି ଷ୍ଟିକ, ଆଇସ୍କ୍ରିମ ଷ୍ଟିକ, ସାଜସଜ୍ଜା ପାଇଁ ଥର୍ମୋକୁଲ, ପ୍ଲାଷ୍ଟିକ ପ୍ଲେଟ, କପ, ଗ୍ଲାସ, ମିଠା ବାକ୍ସରେ ଗୁଡ଼ା ଯାଉଥିବା ପରଦର୍ଶୀ ପ୍ଳାଷ୍ଟିକ୍‌, ୧୦୦ ମାଇକ୍ରନ ସ୍ବଚ୍ଛ ପ୍ଲାଷ୍ଟିକ, ପ୍ଲାଷ୍ଟିକ ଚାମଚ, ଛୁରୀ, ଷ୍ଟ୍ର, ଟ୍ରେ, ନିମନ୍ତ୍ରଣ କାର୍ଡ, ସିଗାରେଟ ପ୍ୟାକେଟ, ପିଭିସି ବ୍ୟାନର ଆଦି ରହିଛି।

ସରକାର ପ୍ଲାଷ୍ଟିକ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି, କିନ୍ତୁ ଏହା ଅଧିକ ପ୍ରଭାବ ପକାଇ ନାହିଁ। ଛୋଟ ବ୍ୟବସାୟୀମାନେ ମଧ୍ୟ ଏହାକୁ ବିରୋଧ କରିବା ଆରମ୍ଭ କରିଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ଯୋଗୁ ପ୍ରାୟ ୧ ଲକ୍ଷ ଛୋଟ ୟୁନିଟ ବନ୍ଦ ହୋଇଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri