Posted inଜାତୀୟ

ଡାକବାଜି ଯନ୍ତ୍ର ବ୍ୟବହାର ମୌଳିକ ଅଧିକାର ନୁହେଁ: ହାଇକୋର୍ଟ

ପ୍ରୟାଗରାଜ,୭ା୫ (ଆଇଏଏନ୍‌ଏସ୍‌): ମସ୍‌ଜିଦରେ ଡାକବାଜି ଯନ୍ତ୍ର ଲଗାଇବା ଲାଗି ଏକ ଆବେଦନକୁ ଆଲ୍ଲାହାବାଦ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଡାକବାଜି ଯନ୍ତ୍ର ବ୍ୟବହାର କରିବା ମୌଳିକ ଅଧିକାର ନୁହେଁ ବୋଲି ଅଦାଲତ କହିଛନ୍ତି। ଆଜାନ ପାଇଁ ନୂରୀ ମସ୍‌ଜିଦରେ ଡାକବାଜି ଯନ୍ତ୍ର ସ୍ଥାପନ ଲାଗି ହୋଇଥିବା ଆବେଦନକୁ ୨୦୨୧ ଡିସେମ୍ବର ୩ରେ ବିସୌଲି ଏସ୍‌ଡିଏମ୍‌ ଖାରଜ କରିଦେଇଥିଲେ। ଉକ୍ତ ନିର୍ଦ୍ଦେଶନାମାକୁ ଚ୍ୟାଲେଞ୍ଜ କରି ଇର୍ଫାନ୍‌ ନାମକ ବ୍ୟକ୍ତି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତେବେ ମସ୍‌ଜିଦରେ ଡାକବାଜି ଯନ୍ତ୍ର ବ୍ୟବହାର ସାମ୍ବିଧାନିକ ଅଧିକାର ନୁହେଁ କହି ଜଷ୍ଟିସ ବିବେକ କୁମାର ବିର୍ଲା ଏବଂ ବିକାଶ ଆବେଦନକୁ ଅଗ୍ରାହ୍ୟ କରିଦେଇଛନ୍ତି।
ଧର୍ମୀୟ ସ୍ଥଳରେ ଡାକବାଜି ଯନ୍ତ୍ର ବ୍ୟବହାରକୁ ନେଇ ଏବେ ବିଭିନ୍ନ ରାଜ୍ୟରେ ବିବାଦ ଦେଖାଦେଇଛି। ମହାରାଷ୍ଟ୍ରରେ ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ମୁଖ୍ୟ ରାଜ୍‌ ଠାକ୍‌ରେ ମସ୍‌ଜିଦରୁ ଡାକବାଜି ଯନ୍ତ୍ର ହଟାଇବା ପାଇଁ ଆହ୍ବାନ ଦେବା ପରେ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି।

ଲାଉଡ୍‌ସ୍ପିକର ବିବାଦରୁ ହିଂସା: ଜଣେ ମୃତ

ଅହମଦାବାଦ: ମନ୍ଦିରରେ ଉଚ୍ଚ ଶବ୍ଦରେ ଡାକବାଜି ଯନ୍ତ୍ର ବ୍ୟବହାରକୁ ନେଇ ଗୁଜରାଟରେ ସପ୍ତାହେ ମଧ୍ୟରେ ଦୁଇଟି ହିଂସାକାଣ୍ଡ ଘଟିଲାଣି। ଏଥିରେ ଜଣଙ୍କର ଜୀବନ ଯାଇଛି। ଅହମଦାବାଦର ବାଭଲା ତାଲୁକ ଅନ୍ତର୍ଗତ ମିଠାପୁର ଗ୍ରାମରେ ଗତ ୨ ତାରିଖରେ କେତେଜଣ ଲୋକ ଖଣ୍ଡା ଓ ଲୁହାରଡ଼ରେ ଗୋଟିଏ ପରିବାରର ୯ ଜଣଙ୍କୁ ଆକ୍ରମଣ କରିଥିଲେ। ଉକ୍ତ ପରିବାରର ଦୁଇ ମହିଳା ସଦସ୍ୟାଙ୍କ ଅବସ୍ଥା ଗୁରୁତର ରହିଛି। ସେହିପରି ୪ ତାରିଖରେ ଡାକବାଜି ଯନ୍ତ୍ର ବଜାଇବାକୁ ନେଇ ମେହସାନା ଗ୍ରାମରେ ଜଣେ ୪୨ ବର୍ଷୀୟ ବ୍ୟକ୍ତିଙ୍କୁ ତାଙ୍କ ନିଜ ସମ୍ପ୍ରଦାୟର କେତେଜଣ ଲୋକ ପିଟି ମାରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri