ନିର୍ମାଣ କ୍ଷେତ୍ରରେ ନୂଆ ଟେକ୍ନୋଲୋଜିର ବ୍ୟବହାର

ଭୁବନେଶ୍ୱର,୧୮।୯ (ଅଭୟ ଦାଶ): ଦେଶର ପ୍ରମୁଖ ଗୃହ ନିର୍ମାଣକାରୀ ସଂଗଠନ କ୍ରେଡାଇର ଓଡ଼ିଶା ୟୁନିଟ୍‌(କ୍ରେଡାଇ ଭୁବନେଶ୍ୱର)ର ବାର୍ଷିକ ସାଧାରଣ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି କ୍ରେଡାଇ ଭୁବନେଶ୍ୱର ସିଟି ଚାପ୍ଟରର ସଭାପତି ସୋଫିଆ ଫିରଦୋଷଙ୍କ ଅଧ୍ୟକ୍ଷତାରେ ସଭା ପରିଚାଳିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ ୟୁସିସିଆଇର ସଭାପତି ଡ. ବ୍ରହ୍ମା ମିଶ୍ର ବିଶେଷ ଅତିଥି ଭାବେ ଯୋଗ ଦେଇଥିବାବେଳେ କ୍ରେଡାଇ ଭୁବନେଶ୍ୱରର ସମ୍ପାଦକ ଜଗତ କର ସ୍ବାଗତ ଅଭିଭାଷଣ ପ୍ରଦାନ ସହ ସଭାର ଆଭିମୁଖ୍ୟ ଓ ନୂଆକରି ଗଠିତ ହୋଇଥିବା ମ୍ୟାନେଜମେଣ୍ଟ ବଡିର ପ୍ରଥମ ବୈଠକ ବିଷୟରେ ବିସ୍ତୃତ ଆଲୋକପାତ କରିଥିଲେ।

ସେହିଭଳି ଆଗାମୀ ଦିନରେ ଭିତ୍ତିଭୂମି ଓ ବାସଗୃହ ନିର୍ମାଣ କ୍ଷେତ୍ରରେ ନୂଆ ଟେକ୍ନୋଲୋଜିର ବ୍ୟବହାର ଉପରେ ବିଶେଷ ଧ୍ୟାନ ଦିଆଯିବ ବୋଲି କର ବିସ୍ତୃତ ଭାବେ ମତବ୍ୟକ୍ତ କରିଛନ୍ତି। ଅପରପକ୍ଷରେ କ୍ରେଡାଇ ଭୁବନେଶ୍ୱର ଶାଖାକୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମିଶ୍ର ବିସ୍ତୃତ ଭାବେ ଆଲୋକପାତ କରିଛନ୍ତି। ସେହିଭଳି ନିକଟରେ ଚାପ୍ଟର ସହ ୫ ନୂଆ ସଦସ୍ୟ ଯୋଡି ହୋଇଥିବା ବେଳେ ଆଗାମୀ ଦିନରେ ଆହୁରି ଅନେକ ସଦସ୍ୟ ( ବିଲ୍‌ଡର ଏବଂ ଡେଭଲପର) ଚାପ୍ଟର ସହ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଫିରଦୋଷ ମତପ୍ରକାଶ କରିଛନ୍ତି।

ଉକ୍ତ ବୈଠକରେ କ୍ରେଡାଇ ଭୁବନେଶ୍ୱରର ପ୍ରତିଷ୍ଠାତା ସଦସ୍ୟ ଦଓ୍ବୋ ଶଙ୍କର ତ୍ରିପାଠୀ ଏବଂ ବିନୟ କ୍ରିଷ୍ଣା ଦାସଙ୍କ ସମେତ ଚେୟାରମ୍ୟାନ ସଂଗ୍ରାମ କେଶରୀ ସାହୁ, ଉପସଭାପତି ସୌମ୍ୟଜିତ ମହାନ୍ତି ଏବଂ ବବଲି ସତ୍ୟନାରାୟଣ, ଯୁଗ୍ମ ସମ୍ପାଦକ ମନମୋହନ ଅଗ୍ରଓ୍ବାଲ ଏବଂ ଜ୍ୟୋତିରଞ୍ଜନ ବେହୁରିଆ, କୋଷାଧ୍ୟକ୍ଷ ଅଶୋକ ପାତ୍ର ଏବଂ ରୋନାକ ଡଗର, କମଳ ଲୋଚନ ପାତ୍ର, ସେକ୍‌ ମୈରାଜିଉଲ ହକ୍‌ଙ୍କ ଭଳି କାର୍ଯ୍ୟନିବାହୀ ସଦସ୍ୟ ପ୍ରମୁଖ ଯୋଗ ଦେଇଥିଲେ। ପରିଶେଷରେ ବିନୟ କ୍ରିଷ୍ଣା ଦାସ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri