Posted inଫୁରସତ

ବିକାଶ ପାଇଁ ସରକାରୀ ଭାଷା ବ୍ୟବହାର

ସରକାରୀ ନୀତି ଓ ଯୋଜନା ସମ୍ପର୍କରେ ପ୍ରଶାସନିକ ଅଧିକାରୀଙ୍କ ଦ୍ୱାରା ରାଜଭାଷା ଅବା ବିଭିନ୍ନ ଅଞ୍ଚଳର କଥିତ ଭାଷା ମାଧ୍ୟମରେ ଅବଗତ କରାଯିବାର ପ୍ରୟାସ କରାଯାଇଥାଏ। ଏପରିସ୍ଥଳେ ସରକାରୀ ଭାଷାର ଗୁରୁତ୍ୱ ଅଧିକ ରହିଛି। ଦେଶର ସଂଖ୍ୟାଧିକ ଲୋକଙ୍କ ଦ୍ୱାରା କୁହାଯାଉଥିବା ଭାଷା ଯୋଗୁ ପ୍ରଶାସନିକ ବ୍ୟବସ୍ଥା ସମସ୍ତଙ୍କ ପାଖରେ ପହଞ୍ଚାଇବା ଲାଗି ଭାରତ ସରକାରଙ୍କ ପକ୍ଷରୁ ଉଦ୍ୟମ ହୋଇଥିଲା। ୧୯୪୯ ସେପ୍ଟେମ୍ବର ୧୪ରେ ହିନ୍ଦୀକୁ ସରକାରୀ ଭାଷାର ମାନ୍ୟତା ପ୍ରଦାନ ଲାଗି ସମ୍ବିଧାନ ସଭାରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏ ସମ୍ପର୍କରେ ଭାରତୀୟ ସମ୍ବିଧାନର ୧୭ ଅଧ୍ୟାୟର ଧାରା ୩୪୩(୧)ରେ ଉଲ୍ଲେଖ କରାଯାଇଛି। ସ୍ବାଧୀନତା ପରେ ବହୁ ସାହିତି୍ୟକଙ୍କ ସମେତ ହିନ୍ଦୀକୁ ସରକାରୀ ଭାଷା ଭାବେ ପ୍ରତିଷ୍ଠିତ କରିବା ଲାଗି ବେଓହାର ରାଜେନ୍ଦ୍ର ସିଂ ନିରନ୍ତର ଉଦ୍ୟମ କରିଥିଲେ। ଶେଷରେ ତାଙ୍କ ଜନ୍ମ ଦିବସ (ସେପ୍ଟେମ୍ବର ୧୪ )କୁ ହିନ୍ଦୀ ଦିବସ ଭାବେ ପାଳନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏହି ଦିନକୁ ମନେରଖିବା ପାଇଁ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ସରକାର ୧୪ ସେପ୍ଟେମ୍ବରକୁ ହିନ୍ଦୀ ଦିବସ ଭାବରେ ପାଳନ କରାଯିବାକୁ ଘୋଷଣା କରିଥିଲେ। ୧୯୫୩ଠାରୁ ପ୍ରତିବର୍ଷ ସେପ୍ଟେମ୍ବର ୧୪କୁ ହିନ୍ଦୀ ଦିବସ ଭାବେ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri