‘ମାଗ ନାହିଁ, ପଡ଼ି ରହିଥିବା ଅର୍ଥ ଉପଯୋଗ କର’

ଭୁବନେଶ୍ୱର,୯।୫(ବ୍ୟୁରୋ): ଭିତ୍ତିଭୂମି ବିକାଶ ପାଇଁ ଓଡ଼ିଶା ମାଇନିଂ କର୍ପୋରେଶନ(ଓଏମ୍‌ସି)କୁ ଆର୍ଥିକ ସହାୟତା ମାଗିଛନ୍ତି ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ଏହାକୁ ନେଇ ବିଶ୍ୱବିଦ୍ୟାଳୟ ଉପରେ ଅସନ୍ତୋଷ ପ୍ରକାଶ କରିବା ସହ ତାଗିଦ କରିଛି ଉଚ୍ଚ ଶିକ୍ଷା ବିଭାଗ। ଅଧିକ ସହାୟତା ନ ମାଗି ପ୍ରଥମେ ନିଜ ପାଖରେ ପଡ଼ି ରହିଥିବା ଅର୍ଥକୁ ଉପଯୋଗ କରିବାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବର୍ତ୍ତମାନ ବିଶ୍ୱବିଦ୍ୟାଳୟ ନିକଟରେ ୫୦୦ କୋଟିରୁ ଅଧିକ ଅନୁଦାନ ପଡ଼ି ରହିଛି। ତାହାକୁ ଖର୍ଚ୍ଚ କରି ନ ପାରି ପୁଣି ଆର୍ଥିକ ସହାୟତା ମାଗିବାରୁ ନିବୃତ୍ତ ରହିବାକୁ ବିଭାଗୀୟ ସଚିବ ଶାଶ୍ୱତ ମିଶ୍ର ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବିଶ୍ୱବିଦ୍ୟାଳୟର ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାର ନିୟମିତ ଭାବେ ପର୍ଯ୍ୟାପ୍ତ ଅର୍ଥ ଯୋଗାଇ ଦେଉଛନ୍ତି। ତେଣୁ ଅନ୍ୟମାନଙ୍କଠାରୁ କାହିଁକି ସହାୟତା ମଗାଯାଉଛି? ଓମ୍‌ସି କିମ୍ବା ଅନ୍ୟ କୌଣସି ସଂସ୍ଥାକୁ ଅର୍ଥ ମାଗିବା ଅପେକ୍ଷା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନିଜ ପାଖରେ ପଡ଼ି ରହିଥିବା ଅର୍ଥକୁ ଉପଯୋଗ କରନ୍ତୁ। ଏଥିପାଇଁ ତୁରନ୍ତ ପଦକ୍ଷେପ ନେବାକୁ ସଚିବ ମିଶ୍ର ଚିଠିରେ ଦାଗିଦ କରିଛନ୍ତି।
ସୂଚନାଯୋଗ୍ୟ, ଭୂତତ୍ତ୍ୱ ବିଭାଗର ବିକାଶ ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ଓଏମ୍‌ସିକୁ ଆର୍ଥିକ ସହାୟତା ମଗାଯାଇଥିଲା। ଏକକାଳୀନ ୧୦ କୋଟି ଓ ଆସନ୍ତା ୧୦ ବର୍ଷ ପାଇଁ ବାର୍ଷିକ ୨ କୋଟି ଟଙ୍କା ଦେବାକୁ ପ୍ରସ୍ତାବ ଦିଆଯାଇଥିଲା। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏହି ପ୍ରସ୍ତାବ ସଂକ୍ରାନ୍ତରେ ଓଏମ୍‌ସି ପକ୍ଷରୁ ଉଚ୍ଚଶିକ୍ଷା ବିଭାଗକୁ ଅବଗତ କରାଯାଇଥିଲା। ଏ ଦିଗରେ କୌଣସି ଅର୍ଥ ଦିଆଯାଇଛି କି ନାହିଁ ସେକଥା ଜାଣିବାକୁ ଚାହିଁଥିଲେ ଓଏମ୍‌ସି କର୍ତ୍ତୃପକ୍ଷ। ଏହାପରେ ଉଚ୍ଚ ଶିକ୍ଷା ବିଭାଗ ଓଏମ୍‌ସିକୁ ଏ ସଂକ୍ରାନ୍ତରେ ଅବଗତ କରାଇବା ସହ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ଚିଠି ଲେଖିଥିଲେ। ଏଥିସହ ସରକାର ବର୍ତ୍ତମାନ ଉତ୍କଳ ବିଶ୍ୱବିଦ୍ୟାଳୟର ଏହି ଆବେଦନକୁ ଅନୁମତି ଦେଇପାରିବେ ନାହିଁ ବୋଲି ବିଭାଗ ସ୍ପଷ୍ଟ କରିଦେଇଛି। ପାଖରେ ଥିବା ଟଙ୍କାରୁ ଭୂତତ୍ତ୍ୱ ବିଭାଗର ବିକାଶ ସହଜରେ କରିହେବ ବୋଲି କୁଳପତିଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri