କଟକ ମହାନଗର ନିଗମର ଦାୟିତ୍ୱହୀନତା: ରାସ୍ତାରେ ପଡୁଛି ବ୍ୟବହୃତ ପିପିଇ କିଟ୍‌

କଟକ ଅଫିସ,୨୩।୮: କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ (ପିପିଇ କିଟ୍‌) ବ୍ୟବହାର ହେଉଛି ସତ; କିନ୍ତୁ ଏହାପରେ ତାକୁ ରାସ୍ତା ଉପରେ ଫୋପାଡ଼ିଦେବା ଭଳି ଦାୟିତ୍ୱହୀନତା ଏବେ କଟକ ମହାନଗର ନିଗମ (ସିଏମ୍‌ସି)ରେ ଦେଖିବାକୁ ମିଳୁଛି। ପିପିଇ କିଟ୍‌ ବ୍ୟବହାର ପରେ ତାକୁ ପୋଡ଼ିବା କିମ୍ବା ପୋତିବା ପାଇଁ ନିର୍ଦ୍ଦେଶ ରହିଥିଲେ ମଧ୍ୟ ତାହା ଏବେ ରାସ୍ତାରେ ପଡ଼ି ସଂକ୍ରମଣ ଭୟ ସୃଷ୍ଟି କରୁଛି।

ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ସହ ପରିମଳ ବ୍ୟବସ୍ଥାକୁ ସିଏମ୍‌ସି ଗୁରୁତ୍ୱ ଦେଉଥିବା କହୁଛି। ଡୋର୍‌ ଟୁ ଡୋର୍‌ ସାନିଟାଇଜ ମଧ୍ୟ କରାଯାଉଛି। ଦିନରେ ସିଏମ୍‌ସିର କାମ ଭଲ ରହୁଛି; କିନ୍ତୁ ରାତି ହେଲେ ସହରରୁ ବାହାରୁଥିବା ଅଳିଆ ଭିତରେ ପିପିଇ କିଟ୍‌ଗୁଡ଼ିକ ପକାଇ ଦିଆଯାଉଛି। ଶନିବାର ସତୀଚଉରାସ୍ଥିତ ଡମ୍ପିଂୟାର୍ଡରେ ସିଏମ୍‌ସିର ଗାଡ଼ି ଯେଉଁ ଅଳିଆ ଗଦା କରିଥିଲା, ସେଥିରେ ବ୍ୟବହୃତ ପିପିଇ କିଟ୍‌ ପଡ଼ିରହିଥିଲା। ଉଲ୍ଲେଖଯୋଗ୍ୟ, ପିପିଇ କିଟ୍‌କୁ ଥରେ ବ୍ୟବହାର ପରେ ଏହାକୁ ସ୍ବତନ୍ତ୍ର ପ୍ୟାକେଜିଂ କରି ବାୟୋ ମେଡିକାଲ ୱେଷ୍ଟ ପ୍ଲାଣ୍ଟରେ ଏହାକୁ ନଷ୍ଟ କରାଯାଇଥାଏ। କିନ୍ତୁ ଏହାକୁ ଖୋଲାଖୋଲି ରାସ୍ତାରେ ଫୋପାଡ଼ି ଦିଆଯାଉଛି। ଫଳରେ ଅଳିଆ ଉଠାଇବା କାର୍ଯ୍ୟରେ ନିୟୋଜିତ କର୍ମଚାରୀ କିମ୍ବା ପ୍ଲାଷ୍ଟିକ ଗୋଟାଉଥିବା କବାଡ଼ିବାଲା ଏହାଦ୍ୱାରା ସଂକ୍ରମିତ ହେବାର ଆଶଙ୍କା ରହିଛି।

ଏ ନେଇ ସିଏମ୍‌ସିର ପରିମଳ ଅଧିକାରୀ ତଥା ଡେପୁଟି କମିଶନର ସଞ୍ଜୀବିତା ରାୟ କହିଛନ୍ତି, ସମସ୍ତ କୋଭିଡ୍‌ ହସ୍ପିଟାଲ କିମ୍ବା କୋଭିଡ୍‌ କେୟାର ସେଣ୍ଟରରୁ ବାହାରୁଥିବା ପିପିଇ କିଟ୍‌କୁ ନଷ୍ଟ କରିବା ପାଇଁ ବିଭିନ୍ନ ଏଜେନ୍ସିକୁ ଦାୟିତ୍ୱ ଦିଆଯାଇଛି। ସେମାନେ କିଟ୍‌କୁ ପୋଡ଼ି ଦେଉଛନ୍ତି, ନଚେତ୍‌ ପୋତି ଦେଉଛନ୍ତି। ବାହାର ଅଳିଆଗଦାରେ ଏହା ପଡୁ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…

ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri