Posted inଅପରାଧ

ମୋବାଇଲ ବଦଳରେ ପଥର ଦେଇ ୧୭୦ ଲୋକଙ୍କୁ ପ୍ରତାରିତ କରିଥିବା ୨ ଠକ ଗିରଫ

ଭୋପାଳ, ୧୩।୧୦: ଆଗାମୀ ପାର୍ବଣ ଋତୁକୁ ନଜରରେ ରଖି ପାର୍ସଲ ମାଧ୍ୟମରେ ଠକେଇ ମାମଲା ବଢ଼ିବାରେ ଲାଗିଛି। ଦିଲ୍ଲୀର ୨ଜଣ ଠକ ନାମିଦାମୀ ବ୍ରାଣ୍ଡର ମୋବାଇଲକୁ ଶସ୍ତାରେ ଯୋଗାଇ ଦେବାର ପ୍ରତିଶ୍ରୁତି ଦେଇ ପାର୍ସଲରେ ପଥର ପଠାଇ ୧୭୦ ଜଣ ଲୋକଙ୍କୁ ଠକିଛନ୍ତି। ଠକେଇର ଶିକାର ହୋଇଥିବା ଲୋକଙ୍କ ମଧ୍ୟରେ ଭୋପାଳର ୫ଜଣ ରହିଛନ୍ତି। ଏନେଇ ବିଭିନ୍ନ ଥାନାରେ ମାମଲା ରୁଜୁ ହୋଇଛି।
କୋଲାର ରୋଡ୍‌ ନିବାସୀ କୁବେର ନିବାରେ କହିଛନ୍ତି, ‘କିଛିଦିନ ତଳେ ତାଙ୍କ ମୋବାଇଲକୁ ଏକ ଅଜ୍ଞାତ ନମ୍ବରରୁ ଫୋନ୍‌ ଆସିଥିଲା। ଫୋନ କରିଥିବା ଲୋକଜଣଙ୍କ ନିଜକୁ ଏକ ଦାମୀ ଫୋନ୍‌ କମ୍ପାନୀର ପ୍ରତିନିଧିତ୍ୱ କହି ୨୫ ହଜାର ଟଙ୍କା ମୂଲ୍ୟର ଫୋନକୁ ୪,୫୦୦ ଟଙ୍କାରେ ଦେବାକୁ କହିଥିଲେ। କୁବେର କୋରିଅର ଏଜେଣ୍ଟକୁ ୪,୫୦୦ ଟଙ୍କା ପ୍ରଦାନ କରି ପାର୍ସଲ ଗ୍ରହଣ କରିଥିଲେ। ତେବେ ଯେତେବେଳେ ସେ ଘରେ ପାର୍ସଲ ଖୋଲିଥିଲେ ଏହା ମଧ୍ୟରେ ପଥର ଓ କାଗଜ ଟୁକୁଡା ଥିବା ଦେଖିବାକୁ ପାଇଥିଲେ ବୋଲି କୁବେର କହିଛନ୍ତି। ଏନେଇ ସେ ସ୍ଥାନୀୟ କୋଲାର ପୋଲିସ ନିକଟରେ ଅଭିଯୋଗ କରିବା ପରେ ପୋଲିସ ଅଜଣା ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରିଥିଲା। ଶେଷରେ କୋଲାର ପୋଲିସ ଏହି ଘଟଣାରେ ଦିଲ୍ଲୀରୁ ୨ଜଣ ଠକଙ୍କୁ ଗିରଫ କରିଛି। ସେମାନେ ଏହିଭଳି ଭାବେ ୧୭୦ ଲୋକଙ୍କୁ ଠକିଥିବା ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri