Posted inଅପରାଧ

ମୋବାଇଲ ବଦଳରେ ପଥର ଦେଇ ୧୭୦ ଲୋକଙ୍କୁ ପ୍ରତାରିତ କରିଥିବା ୨ ଠକ ଗିରଫ

ଭୋପାଳ, ୧୩।୧୦: ଆଗାମୀ ପାର୍ବଣ ଋତୁକୁ ନଜରରେ ରଖି ପାର୍ସଲ ମାଧ୍ୟମରେ ଠକେଇ ମାମଲା ବଢ଼ିବାରେ ଲାଗିଛି। ଦିଲ୍ଲୀର ୨ଜଣ ଠକ ନାମିଦାମୀ ବ୍ରାଣ୍ଡର ମୋବାଇଲକୁ ଶସ୍ତାରେ ଯୋଗାଇ ଦେବାର ପ୍ରତିଶ୍ରୁତି ଦେଇ ପାର୍ସଲରେ ପଥର ପଠାଇ ୧୭୦ ଜଣ ଲୋକଙ୍କୁ ଠକିଛନ୍ତି। ଠକେଇର ଶିକାର ହୋଇଥିବା ଲୋକଙ୍କ ମଧ୍ୟରେ ଭୋପାଳର ୫ଜଣ ରହିଛନ୍ତି। ଏନେଇ ବିଭିନ୍ନ ଥାନାରେ ମାମଲା ରୁଜୁ ହୋଇଛି।
କୋଲାର ରୋଡ୍‌ ନିବାସୀ କୁବେର ନିବାରେ କହିଛନ୍ତି, ‘କିଛିଦିନ ତଳେ ତାଙ୍କ ମୋବାଇଲକୁ ଏକ ଅଜ୍ଞାତ ନମ୍ବରରୁ ଫୋନ୍‌ ଆସିଥିଲା। ଫୋନ କରିଥିବା ଲୋକଜଣଙ୍କ ନିଜକୁ ଏକ ଦାମୀ ଫୋନ୍‌ କମ୍ପାନୀର ପ୍ରତିନିଧିତ୍ୱ କହି ୨୫ ହଜାର ଟଙ୍କା ମୂଲ୍ୟର ଫୋନକୁ ୪,୫୦୦ ଟଙ୍କାରେ ଦେବାକୁ କହିଥିଲେ। କୁବେର କୋରିଅର ଏଜେଣ୍ଟକୁ ୪,୫୦୦ ଟଙ୍କା ପ୍ରଦାନ କରି ପାର୍ସଲ ଗ୍ରହଣ କରିଥିଲେ। ତେବେ ଯେତେବେଳେ ସେ ଘରେ ପାର୍ସଲ ଖୋଲିଥିଲେ ଏହା ମଧ୍ୟରେ ପଥର ଓ କାଗଜ ଟୁକୁଡା ଥିବା ଦେଖିବାକୁ ପାଇଥିଲେ ବୋଲି କୁବେର କହିଛନ୍ତି। ଏନେଇ ସେ ସ୍ଥାନୀୟ କୋଲାର ପୋଲିସ ନିକଟରେ ଅଭିଯୋଗ କରିବା ପରେ ପୋଲିସ ଅଜଣା ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରିଥିଲା। ଶେଷରେ କୋଲାର ପୋଲିସ ଏହି ଘଟଣାରେ ଦିଲ୍ଲୀରୁ ୨ଜଣ ଠକଙ୍କୁ ଗିରଫ କରିଛି। ସେମାନେ ଏହିଭଳି ଭାବେ ୧୭୦ ଲୋକଙ୍କୁ ଠକିଥିବା ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?