ଉପଭୋକ୍ତାଙ୍କ ସୁରକ୍ଷାକୁ ଟିପିସିଓଡିଏଲ୍‌ର ପ୍ରାଥମିକତା

ଭୁବନେଶ୍ୱର, ୨୧।୭ (ଅଭୟ ଦାଶ): ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ସବୁବେଳେ ଉପଭୋକ୍ତାଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଆସିଛି। ଏପରିକି ନିକଟରେ ବିଦ୍ୟୁତ୍‌ ଉପଭୋକ୍ତାଙ୍କ ମୋବାଇଲ ଫୋନ୍‌କୁ ଅନଧିକୃତ ମେସେଜ୍‌ ଆସୁଛି,ଯେଉଁଥିରେ ପେମେଣ୍ଟ ନ କଲେ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିଦେବାର ଧମକ ମଧ୍ୟ ଦିଆଯାଉଛି। ସେହିଭଳି ଅଣ-ଅନୁମୋଦିତ ମୋବାଇଲ ନମ୍ବର ଏବଂ ଆଇଡି ବ୍ୟବହାରକରି ଅନଧିକୃତ ବ୍ୟକ୍ତି ଏହି ମେସେଜ୍‌ ପଠାଉଛନ୍ତି। ଏପରିକି ବିଲ୍‌ ପେମେଣ୍ଟ ଏବଂ ସେବା ସକ୍ରିୟ କରିବା ସମ୍ପର୍କରେ ଅଜଣା ନମ୍ବରରୁ ଆସିଥିବା ଲିଙ୍କ୍‌ ଉପରେ କ୍ଲିକ୍‌ ନ କରିବାକୁ କିମ୍ବା ଏସ୍‌ଏମ୍‌ଏସ୍‌ ଓ ହ୍ବାଟ୍ସଆପ୍‌ ମେସେଜ୍‌ରେ ଯୋଗାଯୋଗ ନ କରିବାକୁ ଟିପିସିଓଡିଏଲ୍‌ ପକ୍ଷରୁ ଉପଭୋକ୍ତାଙ୍କୁ ପରାମର୍ଶ ଦିଆଯାଇଛି।ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଅରଭିନ୍ଦ୍‌ ସିଂହ କହିଛନ୍ତି, ଉପଭୋକ୍ତାଙ୍କ ସୁରକ୍ଷା ଆମର ସର୍ବୋଚ୍ଚ ପ୍ରାଥମିକତା ହୋଇଥିଲାବେଳେ ଆମେ ସମସ୍ତଙ୍କୁ ଅନୁରୋଧ କରୁଛୁ, ସତର୍କତା ଅବଲମ୍ବନ କରିବା ସହିତ କୌଣସି ସନ୍ଦେହଜନକ କାର୍ଯ୍ୟକଳାପ ବିଷୟରେ ଜାଣିବାକୁ ପାଇଲେ ତୁରନ୍ତ ସୂଚନା ଦିଅନ୍ତୁ। ଆମେ ମିଳିମିଶି ଏହି ଠକେଇ କାର୍ଯ୍ୟକଳାପ ବିରୋଧରେ ଲଢ଼ିପାରିବା ଏବଂ ଆମର ସମସ୍ତ ଉପଭୋକ୍ତାଙ୍କ ପାଇଁ ଏକ ସୁରକ୍ଷିତ ଅନୁଭୂତି ସୁନିଶ୍ଚିତ କରିପାରିବା।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର…

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

ଚନ୍ଦ୍ରଙ୍କ ଉପରେ ଶନି-ରାହୁଙ୍କ ଛାୟା! ୨୮ ଅଗଷ୍ଟରୁ ୪ ରାଶିଙ୍କ ପାଇଁ ବଢ଼ିପାରେ ଅସୁବିଧା, ଲାଗିବ ବଡ଼ ଝଟକା…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରଗ୍ରହଣକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସମ୍ବେଦନଶୀଳ ଏବଂ ଜ୍ୟୋତିଷ ଦୃଷ୍ଟିରୁ ପ୍ରଭାବଶାଳୀ ଘଟଣା ଭାବରେ ବିବେଚନା କରାଯାଏ । ୨୦୨୬ ମସିହାର ଶେଷ ଚନ୍ଦ୍ରଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri