ଉପଭୋକ୍ତାଙ୍କୁ ଶୋଷଣ କରାଯାଉଛି: କଂଗ୍ରେସ

ଭୁବନେଶ୍ବର, ୭ା୬(ବ୍ୟୁରୋ): ଓଡ଼ିଶାର ବିଦ୍ୟୁତ୍‌ ବିତରଣ ଦାୟିତ୍ୱରେ ଥିବା ଟାଟା ପାୱାର ଦୀର୍ଘବର୍ଷ ଧରି ରାଜ୍ୟର ଉପଭୋକ୍ତମାନଙ୍କୁ ଶୋଷଣ କରିଚାଲିଛି। ଏକଥା ରାଜ୍ୟ ସରକାରଙ୍କ ଶକ୍ତିମନ୍ତ୍ରୀ, ଶକ୍ତି ସଚିବ, ଗ୍ରୀଡ୍‌କୋର ପଦାଧିକାରୀ, ଓଇଆର୍‌ସିର ଅଧ୍ୟକ୍ଷଙ୍କୁ ଜଣାଯାଇଛି। ହେଲେ ସେମାନଙ୍କ ଦୀର୍ଘକାଳୀନ ମୌନବ୍ରତ ଟାଟା ପାୱାରକୁ ଅଧିକ ଶୋଷଣ କରିବା ପାଇଁ ପ୍ରୋତ୍ସାହିତ କରିୁଛି ବୋଲି କଂଗ୍ରେସ ନେତା ପଞ୍ଚାନନ କାନୁନ୍‌ଗୋ କହିଛନ୍ତି।
କଂଗ୍ରେସ ଭବନଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପଞ୍ଚାନନ କହିଛନ୍ତି, ଟାଟା ପାୱାର କମ୍ପାନୀକୁ ରାଜ୍ୟ ସରକାର ଓଡ଼ିଶାର ବିଦ୍ୟୁତ୍‌ ବିତରଣ ଦାୟିତ୍ୱ ଦେବା ପୂର୍ବରୁ ଓଡ଼ିଶାର ଉପଭୋକ୍ତମାନଙ୍କୁ ପ୍ରଥମ ୧୦୦ ୟୁନିଟ୍‌ ପର୍ଯ୍ୟନ୍ତ ଏକ ସର୍ବନିମ୍ନ ଦର ଲାଗୁ ହେଉଥିଲା, ଯାହାକି ସେତେବେଳେ ଟ.୨.୫୦ ପଇସା ଥିଲା। କିନ୍ତୁ ଟାଟା ପାୱାର ବିତରଣ ଦାୟିତ୍ୱ ନେବାପରେ ପ୍ରଥମ ସ୍ଲାବ୍‌ ଯାହାକି ୧ରୁ ୧୦୦ ୟୁନିଟ୍‌ ପର୍ଯ୍ୟନ୍ତ ଥିଲା ତାହାକୁ କମାଇ ୧ରୁ ୫୦ ୟୁନିଟ୍‌ କରିଲା। ୟୁନିଟ୍‌ ପିଛା ଦରବୃଦ୍ଧି କରି ୩ଟ ୫୦ ପଇସା କଲା। ଓଡ଼ିଶାର ଲକ୍ଷାଧିକ ଉପଭୋକ୍ତାଙ୍କୁ ରାଜ୍ୟ ସରକାରଙ୍କ ଜନବିରୋଧୀ ନିଷ୍ପତ୍ତି ଯୋଗୁ ଟାଟା ପାୱାର ଶୋଷଣ କଲା। ପ୍ରତିମାସ ୩୦ ଦିନ ପରେ ମିଟର ରିଡିଂ କରିବା ପରିବର୍ତ୍ତେ ଟାଟା ପାୱାର ଜାଣିଶୁଣି ୧୦ ଦିନ ବିଳମ୍ବରେ ମିଟର ରିଡିଂ କରୁଛନ୍ତି। ଉପଭୋକ୍ତାଙ୍କୁ ମିଡିୟମ ସ୍ଲାବ୍‌ ରେଟ୍‌ ପରିବର୍ତ୍ତେ ୫୦ରୁ ୧୦୦ ୟୁନିଟ୍‌ ସ୍ଲାବ୍‌ର ଦର ଅନୁସାରେ ଆଦାୟ କରାଯାଉଛି ବୋଲି ପଞ୍ଚାନନ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?