ପୌରପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ: କ୍ୟାଶିୟର ଗିରଫ, ଏବେ ବି ଫେରାର ଅଛନ୍ତି ୨ ମାଷ୍ଟରମାଇଣ୍ଡ୍‌

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌରପରିଷଦରେ ୟୁଜର୍ସ ଫି’ କେଳେଙ୍କାରୀ ମାମଲାରେ ସ୍ଥାନୀୟ ଟାଉନ୍‌ ଥାନା ପୋଲିସ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବୁଧବାର ପୋଲିସ ପୌରପରିଷଦରେ କାର୍ଯ୍ୟରତ କ୍ୟାଶିୟର ଦେବାନନ୍ଦ ରଣାଙ୍କୁ ଗିରଫ କରିଛି। ତାଙ୍କୁ କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବରଗଡ଼ ସବଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।

ଅନ୍ୟପଟେ ଏଭଳି ଏକ ବଡ଼ କେଳେଙ୍କାରୀର ୨ ମାଷ୍ଟରମାଇଣ୍ଡ୍‌ କୁହାଯାଉଥିବା ସାନିଟାରୀ ଏକ୍ସପର୍ଟ ସୁଶାନ୍ତ ପ୍ରଧାନ ଏବଂ ପାର୍ଥସାରଥୀ ସେଠୀଙ୍କୁ ପୋଲିସ ଏପର୍ଯ୍ୟନ୍ତ ଗିରଫ କରିପାରିନାହିଁ। ସେମାନଙ୍କୁ ଧରିବା ପାଇଁ ପୋଲିସ ବ୍ୟାପକ ତନାଘନା ଚଳାଇଛି। ଫେରାର ରହିଥିବା ଏହି ୨ ଅଭିଯୁକ୍ତ ଧରାପଡ଼ିଲେ ପୋଲିସ ସେମାନଙ୍କଠାରୁ ଏହି କେଳେଙ୍କାରୀର ବହୁ ଚାଞ୍ଚଲ୍ୟକର ତଥ୍ୟ ହାସଲ କରି ପାରିବ ବୋଲି ଅନୁମାନ କରାଯାଉଛି। ଅନ୍ୟପଟେ ପୌରନିର୍ବାହୀ ଅଧିକାରୀ ହରପ୍ରସାଦ ଭୋଇ ଏତଲା ଦେବା ପରେ ସେମାନେ ଫେରାର ହୋଇଯିବା ଘଟଣାକୁ ନେଇ ନାନା ଚର୍ଚ୍ଚା ଚାଲିଛି। ସେମାନଙ୍କୁ ଫେରାର୍‌ କରିବା ପଛରେ ତଥାକଥିତ କିଛି ବଡ଼ବଡ଼ିଆଙ୍କ ହାତ ରହିଥିବା ଏବଂ ସମ୍ପୃକ୍ତ ୨ଅଭିଯୁକ୍ତ ଆଗୁଆ ଜାମିନ ପାଇଁ ଉଦ୍ୟମ ଚଳାଇଥିବା ସାଧାରଣରେ ଆଲୋଚିତ ହେଉଛି। ତେବେ ଏହି ୨ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବାରେ କେବେ ସକ୍ଷମ ହେଉଛି, ତାକୁ ସଭିଏଁ ଚାହିଁ ବସିଛନ୍ତି।

ସୂଚନାନୁଯାୟୀ, ବରଗଡ଼ ପୌରପରିଷଦରେ ୟୁଜର୍ସ ଫି’ ଅସୁଲି ପାଇଁ ଉଦ୍ଦିଷ୍ଟ ରସିଦ୍‌ ବହିକୁ ଟାମ୍ପରିଂ କରି ଅଭିଯୁକ୍ତ କର୍ମଚାରୀମାନେ ଲକ୍ଷାଧିକ ଟଙ୍କା ଆତ୍ମସାତ୍‌ କରିଛନ୍ତି। ରସିଦକୁ ଟାମ୍ପରିଂ କରି ଅସୁଲି ହୋଇଥିବା ୟୁଜର୍ସ ଫି’ର ସମୁଦାୟ ଟଙ୍କାରୁ ୯୦ ପ୍ରତିଶତ ଆତ୍ମସାତ୍‌ କରି ବାକି ୧୦ ପ୍ରତିଶତ ପୌରପରିଷଦରେ ଜମା କରି ଆସୁଥିଲେ। ତେବେ ଘଟଣାଟି ପ୍ରଘଟ ହେବା ପରେ ଅଭିଯୁକ୍ତ କର୍ମଚାରୀମାନେ ଏଥିରେ ପ୍ୟାଚ୍‌ଅପ୍‌ ମାରିବାକୁ ଉଦ୍ୟମ କରିଥିଲେ। ସେମାନଙ୍କ ସମ୍ପର୍କରେ ରହିଥିବା କିଛି ନିର୍ଦ୍ଦିଷ୍ଟ ତଥାକଥିତ ବଡ଼ବଡ଼ିଆଙ୍କୁ ଯୋଗାଯୋଗ କରି ଘଟଣାକୁ ଚାପିଦେବାକୁ ଉଦ୍ୟମ କରିଥିଲେ। କିନ୍ତୁ ଖୋଦ୍‌ ପୌରାଧ୍ୟକ୍ଷା କଳ୍ପନା ମାଝୀ, ଉପାଧ୍ୟକ୍ଷ ରାଜେଶ ଅଗ୍ରଓ୍ବାଲଙ୍କ ସମେତ ସମସ୍ତ କାଉନସିଲର ଉକ୍ତ କେଳେଙ୍କାରୀ ଉପରେ ଦୃଢ଼ କାର୍ଯାନୁଷ୍ଠାନ ଦାବିରେ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହେବା ପରେ ସେମାନଙ୍କ ସବୁ ପ୍ରୟାସ ବିଫଳ ହୋଇ ଯାଇଥିଲା। କେଳେଙ୍କାରୀର ୨ ମାଷ୍ଟରମାଇଣ୍ଡ୍‌ କୁହାଯାଉଥିବା ସାନିଟାରୀ ଏକ୍ସପର୍ଟ ସୁଶାନ୍ତ ଏବଂ ପାର୍ଥସାରଥୀଙ୍କୁ ପୌରପରିଷଦରୁ ହଟାଇ ଦିଆଯାଇ ଥିବାବେଳେ କ୍ୟାଶିୟରଙ୍କୁ ଜିଲାପାଳ ଗୋୟଲ ନିଲମ୍ବନ କରିଥିଲେ। ଏହାପରେ ସୋମବାର ରାତିରେ ପୌରନିର୍ବାହୀ ଅଧିକାରୀ ଭୋଇ କେଳେଙ୍କାରୀ ଘଟଣାକୁ ନେଇ ଥାନାରେ ଏତଲା ଦେଇଥିଲେ। ତାଙ୍କ ଏତଲାକୁ ଭିତ୍ତିକରି ପୋଲିସ ବିଭିନ୍ନ ଦଫାରେ ୫୩୬/୨୪ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?