ଉଷା ପାଢ଼ୀଙ୍କୁ ନୂଆ ଦାୟିତ୍ୱ: ଦକ୍ଷତା ବିକାଶ ସହ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ଭାବେ ନିଯୁକ୍ତି

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ଆଇଏଏସ୍‌ ଅଫିସରସ୍ତରରେ ଅଦଳ ବଦଳ କରାଯାଇଛି। କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଉଷା ପାଢୀ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । ଏଥିସହିତ ତାଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଛି। ସେହିଭଳି ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ଶିଳ୍ପ ସଚିବ ହେମନ୍ତ ଶର୍ମା ଏବଂ ଉଚ୍ଚ ଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କଠାରୁ ଅତିରିକ୍ତ ଦାୟିତ୍ୱ କାଢି ନିଆଯାଇଛି। ହେମନ୍ତଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବରୁ ଅବ୍ୟାହତି ଦିଆଯାଇଛି। ତେବେ ଇପିକଲ୍‌ ଓ ଇଡକୋ ଅଧ୍ୟକ୍ଷ ଭାବେ ସେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେହିପରି ବିଷ୍ଣୁ ପଦଙ୍କ ଠାରୁ ବାଣିଜ୍ୟ ଓ ପରିବହନ ବିଭାଗ ଦାୟିତ୍ୱକୁ କାଢି ନିଆଯାଇଥିବା ନେଇ ସଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri