Posted inଖେଳ

ଉପସଭାପତି ପଦ ପାଇଁ ଲଢ଼ିବେ ଉଷା

ଚେନ୍ନାଇ, ୩୧।୮: ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ) ସଭାପତି ପି.ଟି. ଉଷା ନିଜ ପ୍ରଶାସକ କ୍ୟାରିୟର ଦିଗରେ ଆଉଏକ ପାଦ ଆଗକୁ ବଢ଼ିବାକୁ ଯାଉଛନ୍ତି। ସେ ଆସନ୍ତା ରାଜ୍ୟଗୋଷ୍ଠୀ ଗେମ୍ସ ଫେଡେରେଶନ (ସିଜିଏଫ୍‌) ନିର୍ବାଚନରେ ଉପ-ସଭାପତି ପଦପାଇଁ ଲଢ଼ିବେ। ଆସନ୍ତା ନିର୍ବାଚନରେ ସଭାପତି, ଉପ-ସଭାପତି ଏବଂ ସ୍ପୋଟର୍‌ସ କମିଟି ସଦସ୍ୟ ପାଇଁ ପ୍ରାର୍ଥୀଙ୍କ ଶର୍ଟଲିଷ୍ଟ ବୁଧବାର ପ୍ରକାଶ ପାଇଛି। ଉପ-ସଭାପତି ପଦପାଇଁ ଉଷା ଦକ୍ଷିଣ ଆଫ୍ରିକାର ବାରୀ ହେଣ୍ଡ୍ରିକ୍ସ, କୁକ୍‌ ଆଇସଲାଣ୍ଡର ହ୍ୟୁଗ୍‌ ଗ୍ରାହାମ୍‌, ବାର୍ବାଡୋସର ସାଣ୍ଡ୍ରା ଓସବର୍ନ, କାନାଡ଼ାର ରିଚାର୍ଡ ପାଓ୍ବାର୍ସ, ସ୍କଟଲାଣ୍ଡର ଇଆନ ରିଡ୍‌ ଓ ଉଗାଣ୍ଡାର ଡୋନାଲ୍ଡ ରୁକାରେଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିବେ। ସଭାପତି ପଦପାଇଁ ଓ୍ବେଲ୍ସର କ୍ରିସ୍‌ ଜେନ୍‌କିନ୍ସ ଓ ନ୍ୟୁଜିଲାଣ୍ଡର କେରେନ ସ୍ମିଥ୍‌ଙ୍କ ମଧ୍ୟରେ ମୁକାବିଲା ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଏ ଏହି ସାରାଂଶ ଜୈନ? ପ୍ରଥମ ଥର ପାଇଁ ଭାରତୀୟ ଟେଷ୍ଟ ଦଳରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ, ୨୮।୭: ଶ୍ରୀଲଙ୍କା ବିରୋଧରେ ଆଗାମୀ ଅଗଷ୍ଟ ୧୫ରୁ ଆରମ୍ଭ ହେବାକୁ ଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି।…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri