ହଟିନି ୫-ଟି ବୋର୍ଡ, ପୂର୍ବ ସରକାରଙ୍କ ସଫଳତା ହୋର୍ଡିଂ

ସୋନପୁର,୨୭ା୬(ମୃତ୍ୟୁଞ୍ଜୟ ଶତପଥୀ)ଓଡ଼ିଶାରେ ନୂଆ ସରକାର ଗଠନ ହୋଇଛି। ୨୪ବର୍ଷର ବିଜେଡି ସରକାରକୁ ହଟାଇ ଭାଜପା ରାଜ୍ୟରେ ପ୍ରଥମଥର ପାଇଁ ସରକାର ଗଠନ କରିଛି। ଶାସନକୁ ଆସିବା କ୍ଷଣି ଭାଜପା ସରକାର ହାଇସ୍କୁଲରୁ ୫-ଟି ବୋର୍ଡ ହଟାଇ ଦେଇଛନ୍ତି। ରାଜ୍ୟରେ ଶାସନ କ୍ଷମତାରେ ଥିବା ବେଳେ ବିଜେଡି ସରକାର ୫-ଟି ଅଧୀନରେ ଓଡିଶାର ପ୍ରାୟ ସମସ୍ତ କାର୍ଯ୍ୟକ୍ରମ କରୁଥିଲା। ସ୍କୁଲ, କଲେଜଠାରୁ ଆରମ୍ଭ କରି ବିଭିନ୍ନ କାର୍ଯ୍ୟକ୍ରମରେ ୫-ଟିର ବହୁଳ ପ୍ରଚାର ପ୍ରସାର କରା ଯାଇଥିଲା। ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଅନ୍ୟ ସମସ୍ତ ସରକାରୀ କାର୍ଯ୍ୟାଳୟର ପ୍ରମୁଖ ସ୍ଥାନରେ ୫-ଟି ବୋର୍ଡ ଲାଗିଥିଲା। ତେବେ ସରକାରୀ କାର୍ଯ୍ୟାଳୟରୁ ୫-ଟି ଚାର୍ଟର ବୋର୍ଡ ହଟାଇବାକୁ ନିର୍ଦ୍ଦେଶ ଆସିଛି। ନୂଆ ସରକାର ଗଠନ ହେବାର ଇତିମଧ୍ୟରେ ୧୪ଦିନ ବିତିଗଲାଣି। କିନ୍ତୁ ଜିଲାର ବିଭିନ୍ନ ଅଞ୍ଚଳରୁ ୫-ଟି ଓ ପୂର୍ବ ସରକାରଙ୍କ ବିଜ୍ଞାପନ ବୋର୍ଡ ହଟୁ ନାହିଁ। ଶାସକ ଦଳ ଭାଜପା ପକ୍ଷରୁ ଏ ନେଇ ଜିଲାପାଳଙ୍କୁ ଅବଗତ କରାଯିବ ବୋଲି ସୂଚନା ମିଳିଛି।
ଜିଲାର ଅନେକ ସ୍ଥାନରେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଫଟୋ ସହ ସରକାରୀ ସଫଳତା, ବିଭିନ୍ନ ଯୋଜନା ସମ୍ପର୍କିତ ବୋର୍ଡ ଓ ହୋର୍ଡିଂ ଏଯାଏ ଝଲସୁଛି। ବିନିକା-ଡୁଙ୍ଗୁରିପାଲି ରାସ୍ତାରେ ଏଭଳି ହୋର୍ଡିଂ ଏବେ ବି ଲାଗିଛି। ସରକାରୀ ଅଫିସ, ରାସ୍ତା, ଶିକ୍ଷାନୁଷ୍ଠାନ ଗୁଡିକରେ ପୂର୍ବ ସରକାରଙ୍କ ପ୍ରଚାର ବୋର୍ଡ ଓ ହୋର୍ଡିଂ ଶୋଭା ପାଉଛି। ସୋନପୁର ବ୍ଲକ କାନ୍ଥରେ ନବୀନ ପଟ୍ଟନାୟକ, ୫-ଟି ଓ ମୋ ସରକାର ସମ୍ପର୍କିତ ଲେଖା ପୂର୍ବଭଳି ରହିଛି। ଏ ସମ୍ପର୍କରେ ସୋନପୁର ବିଡିଓ ସୌମ୍ୟରଞ୍ଜନ ସ୍ବାଇଁ କହିଛନ୍ତି, ସରକାରୀ ନିର୍ଦ୍ଦେଶ ଆସିବା ପରେ ପୂର୍ବରୁ ଥିବା ହୋର୍ଡିଂକୁ ହଟାଇ ଦିଆଯାଇଛି। ଭୁଲରେ ଅଳ୍ପକିଛି ଲେଖା କାନ୍ଥରେ ରହିଛି, ସେଗୁଡିକୁ ଖୁବ୍‌ଶୀଘ୍ର ଲିଭାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri