ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି ଅତ୍ୟାଧୁନିକ ବୈଜ୍ଞାନିକ କୌଶଳ ବ୍ୟବହାର କରାଯାଇ ଶିକାରୀକୁ ଧରିବାକୁ ବନ ବିଭାଗର ପ୍ରୟାସ ସଫଳ ହୋଇଛି। ଶିକାରୀମାନେହେଲେ ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅନ୍ତର୍ଗତ ଡେଙ୍ଗାମ ଜଡ଼ିଦର ଗ୍ରାମର ବୀରସିଂ ହୋ(୩୩), ଚରଣ ହୋ(୪୩), ଛଲେ ହୋ(୨୩), ସାଗର ହୋ(୨୯) ଓ ସୁକ୍ରା ହୋ(୩୨)। ତାଙ୍କ ନିକଟରୁ ୨ ଟି ଟର୍ଚ୍ଚ ଲାଇଟ, ୭ଟି ଫାଶ, ୧ଟି ବନ୍ଧୁକର ନଳି, ୫୩୫ ଗ୍ରାମ ଶୁଖିଲା ବଣୁଆ ମାଂସ, ୧ଟି ପଲିଥିନ ଶୀଟ, ୧ଟି କ୍ୟାରି ବ୍ୟାଗ ଏବଂ ଘର ପଛପଟେ ଲୁଚାଇ ରଖା ଯାଇଥିବା ୧୩୦ ସେ.ମି. ଲମ୍ବର ଗୋଟିଏ ଦେଶୀ ବନ୍ଧୁକ ସହ ୨ଟି ସିସା ଗୁଳି ଓ ୧୪ଟି ସାଇକେଲ ବଲ ଏବଂ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି ।
ସୂଚନାଯୋଗ୍ୟ, ଶିକାରୀମାନେ ମାରାଣାସ୍ତ୍ର ଧରି ଶିମିଳିପାଳ ଦକ୍ଷିଣ ବନଖଣ୍ଡ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ପ୍ରବେଶ କରି ବନ୍ୟଜନ୍ତୁ ଶିକାର କରିଥିଲେ । ଏଆଇ କ୍ୟାମେରାରୁ ଫଟୋ ମିଳିବା ପରେ ପ୍ରକଳ୍ପର ଉପ ନିର୍ଦ୍ଦେଶକ ସମ୍ରାଟ ଗୌଡାଙ୍କ ନିର୍ଦ୍ଦେଶ କ୍ରମେ ବନବିଭାଗର ଅଧିକାରୀମାନେ ଶିକାରୀମାନଙ୍କୁ ଚିହ୍ନଟ କରିଥିଲେ । ଜେନାବିଲ ରେଞ୍ଜର ଓ ତାଙ୍କ ଟିମ୍‌ ତୁରନ୍ତ ଖୁଣ୍ଟା ଥାନା ଅଞ୍ଚଳର ଜଡ଼ିଦର ଗ୍ରାମରେ ରେଡ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
୯ଡିସେମ୍ବର ୨୦୨୫ରେ ଚଢାଉ କରି ଉପରୋକ୍ତ ସାମଗ୍ରୀ ଜବତ କରାଯାଇଛି । ବନ ବିଭାଗ ପକ୍ଷରୁ ବନ୍ୟଜନ୍ତୁ ସୁରକ୍ଷା ଆଇନ ବଳରେ ଏକ ମାମଲା ରୁଜୁ ତଦନ୍ତ ଜାରି ଥିବା ବେଳେ ଗିରଫ ଶିକାରୀଙ୍କୁ ବାରିପଦାସ୍ଥିତ ସିଜେଏମ କୋର୍ଟରେ ହାଜର କରାଯାଇଛ। ଜବତ ବନ୍ଧୁକକୁ ନେଇ ବିଭାଗ ପକ୍ଷରୁ ପୋଲିସକୁ ଅବଗତ କରିଥିବା ବେଳେ ଏ ନେଇ ଥାନାରେ ଆମର୍‌ସ ଆକ୍ଟରେ ଅନ୍ୟ ଏକ ମାମଲା ରୁଜୁ କରାଯାଇଛି ବୋଲି ଉପ ନିର୍ଦ୍ଦେଶର ଗୌଡ଼ା ସୂଚନା ଦେଇଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…

ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା…

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା,…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ୍‌,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri