ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି ଅତ୍ୟାଧୁନିକ ବୈଜ୍ଞାନିକ କୌଶଳ ବ୍ୟବହାର କରାଯାଇ ଶିକାରୀକୁ ଧରିବାକୁ ବନ ବିଭାଗର ପ୍ରୟାସ ସଫଳ ହୋଇଛି। ଶିକାରୀମାନେହେଲେ ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅନ୍ତର୍ଗତ ଡେଙ୍ଗାମ ଜଡ଼ିଦର ଗ୍ରାମର ବୀରସିଂ ହୋ(୩୩), ଚରଣ ହୋ(୪୩), ଛଲେ ହୋ(୨୩), ସାଗର ହୋ(୨୯) ଓ ସୁକ୍ରା ହୋ(୩୨)। ତାଙ୍କ ନିକଟରୁ ୨ ଟି ଟର୍ଚ୍ଚ ଲାଇଟ, ୭ଟି ଫାଶ, ୧ଟି ବନ୍ଧୁକର ନଳି, ୫୩୫ ଗ୍ରାମ ଶୁଖିଲା ବଣୁଆ ମାଂସ, ୧ଟି ପଲିଥିନ ଶୀଟ, ୧ଟି କ୍ୟାରି ବ୍ୟାଗ ଏବଂ ଘର ପଛପଟେ ଲୁଚାଇ ରଖା ଯାଇଥିବା ୧୩୦ ସେ.ମି. ଲମ୍ବର ଗୋଟିଏ ଦେଶୀ ବନ୍ଧୁକ ସହ ୨ଟି ସିସା ଗୁଳି ଓ ୧୪ଟି ସାଇକେଲ ବଲ ଏବଂ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି ।
ସୂଚନାଯୋଗ୍ୟ, ଶିକାରୀମାନେ ମାରାଣାସ୍ତ୍ର ଧରି ଶିମିଳିପାଳ ଦକ୍ଷିଣ ବନଖଣ୍ଡ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ପ୍ରବେଶ କରି ବନ୍ୟଜନ୍ତୁ ଶିକାର କରିଥିଲେ । ଏଆଇ କ୍ୟାମେରାରୁ ଫଟୋ ମିଳିବା ପରେ ପ୍ରକଳ୍ପର ଉପ ନିର୍ଦ୍ଦେଶକ ସମ୍ରାଟ ଗୌଡାଙ୍କ ନିର୍ଦ୍ଦେଶ କ୍ରମେ ବନବିଭାଗର ଅଧିକାରୀମାନେ ଶିକାରୀମାନଙ୍କୁ ଚିହ୍ନଟ କରିଥିଲେ । ଜେନାବିଲ ରେଞ୍ଜର ଓ ତାଙ୍କ ଟିମ୍‌ ତୁରନ୍ତ ଖୁଣ୍ଟା ଥାନା ଅଞ୍ଚଳର ଜଡ଼ିଦର ଗ୍ରାମରେ ରେଡ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
୯ଡିସେମ୍ବର ୨୦୨୫ରେ ଚଢାଉ କରି ଉପରୋକ୍ତ ସାମଗ୍ରୀ ଜବତ କରାଯାଇଛି । ବନ ବିଭାଗ ପକ୍ଷରୁ ବନ୍ୟଜନ୍ତୁ ସୁରକ୍ଷା ଆଇନ ବଳରେ ଏକ ମାମଲା ରୁଜୁ ତଦନ୍ତ ଜାରି ଥିବା ବେଳେ ଗିରଫ ଶିକାରୀଙ୍କୁ ବାରିପଦାସ୍ଥିତ ସିଜେଏମ କୋର୍ଟରେ ହାଜର କରାଯାଇଛ। ଜବତ ବନ୍ଧୁକକୁ ନେଇ ବିଭାଗ ପକ୍ଷରୁ ପୋଲିସକୁ ଅବଗତ କରିଥିବା ବେଳେ ଏ ନେଇ ଥାନାରେ ଆମର୍‌ସ ଆକ୍ଟରେ ଅନ୍ୟ ଏକ ମାମଲା ରୁଜୁ କରାଯାଇଛି ବୋଲି ଉପ ନିର୍ଦ୍ଦେଶର ଗୌଡ଼ା ସୂଚନା ଦେଇଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri