Posted inଖେଳ

ବୁମ୍‌ରାଙ୍କ ପାଇଁ କାଳ ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୭।୧୧: ଭାରତୀୟ ବୋଲର୍‌ ଜସପ୍ରିତ ବୁମ୍‌ରା ନିଜର ସ୍ବତନ୍ତ୍ର ବୋଲିଂ ଶୈଳୀକୁ ନେଇ ସାରା ବିଶ୍ୱରେ ପରିଚିତ। ତାଙ୍କ ସାମ୍ନାରେ ବଡ଼ ବଡ଼ ବ୍ୟାଟ୍ସମ୍ୟାନ ଅଧିକ ସମୟ ତିଷ୍ଟି ପାରନ୍ତି ନାହିଁ। ହେଲେ ଅଷ୍ଟ୍ରେଲିଆର ଏଭଳି ଜଣେ ବ୍ୟାଟ୍ସମ୍ୟାନ୍‌ ଅଛନ୍ତି ଯିଏ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପୂର୍ବରୁ ବୁମ୍‌ରାଙ୍କୁ ନେଇ ଭୟଭୀତ ନାହାନ୍ତି। କାରଣ ସେ ବେଶ ଆରାମରେ ତାଙ୍କୁ ଖେଳିପାରନ୍ତି। କେବଳ ଏତିକି ନୁହେଁ ବୁମ୍‌ରା ଆଜିଯାଏ ତାଙ୍କୁ ଟେଷ୍ଟରେ ଆଉଟ୍‌ କରିପାରିନାହାନ୍ତି। ଆମେ କହୁଛୁ ଅଷ୍ଟ୍ରେଲିଆର ଓପନର ଉସ୍‌ମାନ ଖ୍ବାଜାଙ୍କ ବିଷୟରେ। ବର୍ଡର ଗାଭାସ୍କର ଟ୍ରଫି ଆରମ୍ଭ ହେବା ପୂର୍ବରୁ ସେ କହିଛନ୍ତି ଯେ ବୁମ୍‌ରାଙ୍କୁ ଖେଳିବା ବହୁତ ସହଜ। ହେଲେ ସେ ଭାରତୀୟ ଟିମ୍‌ରୁ ବାଦ୍‌ ପଡ଼ିଥିବା ଜଣେ ବୋଲରଙ୍କ ନାମ କହିଛନ୍ତି ଯାହାକୁ ସେ ବହୁତ ଡ଼ରିଥାନ୍ତି।

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବାକୁ ଆଉ ଦିନ କେଇଟା ବାକି। ନଭେମ୍ବର ୨୨ରେ ପ୍ରଥମ ମ୍ୟାଚ୍‌ ଖେଳାଯିବ। ହେଲେ ଏହା ପୂର୍ବରୁ ଉସ୍‌ମାନ ଚକିତ କଲା ଭଳି ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ, ପ୍ରାରମ୍ଭରୁ ବୁମ୍‌ରାଙ୍କୁ ଖେଳିବା ସହଜ ହୋଇ ନ ଥାଏ। ହେଲେ କିଛି ସମୟ ଖେଳିବା ପରେ ଅଭ୍ୟାସରେ ପରିଣତ ହୋଇଯାଏ। ’ତେବେ ସେ ଟେଷ୍ଟରେ ବୁମ୍‌ରାଙ୍କ ୧୫୫ ବଲ୍‌ ଖେଳିଥିବା ବେଳେ ଗୋଟିଏ ଥର ଆଉଟ୍‌ ହୋଇନାହାନ୍ତି। ଏଥିରେ ସେ ୪୩ ରନ୍‌ ମଧ୍ୟ କରିଛନ୍ତି। ଯଦି ଏଭଳି ଚାଲୁ ରହେ ତେବେ ଭାରତୀୟ ଦଳ ଅଡ଼ୁଆରେ ପଡ଼ିପାରେ।

ତେବେ ଉସମାନ୍‌ ମହମ୍ମଦ ଶାମୀଙ୍କୁ ଡରୁଥିବା କହିଛନ୍ତି। କାରଣ ସେ ଘାତକ ବୋଲିଂ କରନ୍ତି। ଏଯାବତ ସେ ୨୯୬ ବଲ୍‌ ଖେଳିଥିବା ବେଳେ ୨୪୨ ଡଟ୍‌ ବଲ୍‌ ରହିଛି। ସେହିଭଳି ୧୦୯ ରନ୍‌ କରିବା ସହ ୨ ଥର ଉଇକେଟ ମଧ୍ୟ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri