ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି

ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ମୃତ ଛାତ୍ରୀଙ୍କ ଘର ଉମରକୋଟ ବ୍ଲକର ଦଲଦଲି ଗ୍ରାମରେ ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଶନିବାର ରାତିରେ ହଷ୍ଟେଲର ସମସ୍ତ ଛାତ୍ରୀ ଭୋଜନ କରିବାକୁ ଯାଇଥିବା ବେଳେ ତିନିଜଣ ଛାତ୍ରୀ ଅନୁପସ୍ଥିତ ଥିଲେ। ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ସେମାନଙ୍କୁ ଖୋଜିବା ଆରମ୍ଭ କରିଥିଲେ। କିଛି ସମୟ ପରେ ଦୁଇଜଣ ଛାତ୍ରୀଙ୍କୁ ଠାବ କରାଯାଇଥିଲା। ସେମାନେ ଅନ୍ୟ ଜଣେ ଛାତ୍ରୀ ଜବା ସାନ୍ତା ସ୍କୁଲ ପାଚେରୀ ଡେଇଁ ବାହାରକୁ ଯାଇ ବିଦ୍ୟାଳୟ ନିକଟସ୍ଥ ଏକ ଗଛରେ ଝୁଲି ପଡ଼ିଥିବା କଥା କହିଥିବା ଜଣାପଡ଼ିଛି। ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀ ନିଜ ଓଢ଼ଣୀ ସାହାଯ୍ୟରେ ଗଛରେ ଝୁଲିଥିବା ଦେଖିଥିବା ସୂଚନା ମିଳିଛି। ଏହାପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମରକୋଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ସେହିପରି ବିଦ୍ୟାଳୟର ଜଣେ ଶିକ୍ଷକ ଛାତ୍ରୀଙ୍କ ଘରକୁ ଯାଇ ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ ଅବଗତ କରାଇଥିଲେ।

ଖବର ପାଇ ପରିବାର ଲୋକେ ବିଦ୍ୟାଳୟରେ ପହଞ୍ଚିବା ସହ ଉମରକୋଟ ଥାନାରେ ମଧ୍ୟ ଅଭିଯୋଗ ଦାଖଲ କରିଛନ୍ତି। ଘଟଣାର ନିରପେକ୍ଷ ଓ ସଠିକ ତଦନ୍ତ କରିବାକୁ ସେମାନେ ଦାବି କରିଛନ୍ତି।

ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ଛାତ୍ରୀ ଜଣକ କିପରି ବିଦ୍ୟାଳୟ ପାଚେରୀ ଡେଇଁ ବାହାରକୁ ଗଲେ ଏବଂ ଏକ ଶୁଖିଲା ଗଛରେ ଚଢ଼ି ଝୁଲିପଡ଼ିଲେ, ତାହା ସନ୍ଦେହଜନକ। ଏଥିପାଇଁ ସେମାନେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଭୂମିକା ନେଇ ପ୍ରଶ୍ନ ଉଠାଇଛନ୍ତି। ଘଟଣାର ତଦନ୍ତ ଉମରକୋଟ ପୋଲିସ ପକ୍ଷରୁ ଜାରି ରହିଥିବା ବେଳେ ଖବର ଲେଖାହେବା ସୁଦ୍ଧା ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ଘଟଣା ଉପରେ କୌଣସି ସରକାରୀ ପ୍ରତିକ୍ରିୟା ମିଳିପାରି ନଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇଲା ସେମିରେ ପହଞ୍ଚିଲା ଭାରତ

ମାକ୍ୱି,୧୦ା୯: ପାକିସ୍ତାନକୁ ୧୯-୦ ଗୋଲ୍‌ରେ ପରାସ୍ତ କରି ଭାରତ ଜୁନିୟର ମହିଳା ଏସିଆ କପ୍‌ ହକି ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛି। ଗୁରୁବାର ଅନୁଷ୍ଠିତ କ୍ୱାର୍ଟରଫାଇନାଲରେ ଭାରତ…

ବାଲ୍ୟ ବିବାହ ରୋକିବା ନେଇ ଗୁରୁତ୍ୱାରୋପ, ବିଭିନ୍ନ ବିଭାଗ ମଧ୍ୟରେ ଉତ୍ତମ ସମନ୍ବୟ ରଖି…

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବାଲ୍ୟ ବିବାହ ନିଷେଧ ଆଇନ, ୨୦୦୬ର ସଠିକ କାର୍ଯ୍ୟକାରିତା ସହ ବାଲ୍ୟ ବିବାହ ରୋକିବା ଦିଗରେ ନିଯୁକ୍ତ ଅଧିକାରୀଙ୍କ ଦକ୍ଷତା ବୃଦ୍ଧି ଲକ୍ଷ୍ୟରେ…

ଗାଧୋଇବାକୁ ଯାଇଥିଲେ, ମିଳିଲା ମୃତଦେହ

ନୂଆପଡ଼ା,୧୦ା୯(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଧୀନ ମିଛାପାଲି ପଞ୍ଚାୟତ ଗରେଲ ବାହାଲିପଡ଼ାରେ ଏକ ଅଘଟଣ ଘଟିଛି। ଚହଲା ପାଣିରେ ବୁଡ଼ି ଜଣେ ବ୍ୟକ୍ତି ପ୍ରାଣ…

ସୁଧୁରୁନି ରାସ୍ତାର ଅବସ୍ଥା, ଏନ୍‌ଏସିକୁ ଦାବିପତ୍ର ପ୍ରଦାନ କରି…

ପଦ୍ମପୁର,୧୦ା୯(ପ୍ରଦୀପ୍ତ ଦାଶ): ପଦ୍ମପୁର ଏନ୍‌ଏସି ଅନ୍ତର୍ଗତ ଥାନା ସମ୍ମୁଖରୁ ଡା. ବି.ଆର୍‌. ଆମ୍ବେଦକର ଛକ ପର୍ଯ୍ୟନ୍ତ ରାସ୍ତାର ଦୁରବସ୍ଥା ଦୂର କରି ତୁରନ୍ତ ରାସ୍ତା ନିର୍ମାଣ ଓ…

କେବିକେ ବିକାଶ ଯୋଜନାରୁ ବଞ୍ଚିତ ହେବେ ୪ ପଞ୍ଚାୟତ, ଆନୁଆଲ ଆକ୍ସନ ପ୍ଲାନ୍‌କୁ ନେଇ ଅସନ୍ତୋଷ

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କେବିକେ ବିକାଶ ଯୋଜନାର ଆନୁଆଲ ଆକ୍ସନ ପ୍ଲାନ୍‌କୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ବ୍ଲକର ୧୨ଟି ପଞ୍ଚାୟତ…

ଲାଲୁଙ୍କ ପରିବାରକୁ ବଡ଼ ଝଟକା; IRCTC ମନି ଲଣ୍ଡରିଂ ମାମଲାରେ କୋର୍ଟ କହିଲେ..

ପାଟନା,୧୦।୯: IRCTC ଅର୍ଥ ହେରଫେର (ମନି ଲଣ୍ଡରିଂ) ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ଏକ ବଡ଼ ଝଟକା ଲାଗିଛି। ଗୁରୁବାର (୧୦…

ଭାରତ ଗସ୍ତ କରିବେ ନାହିଁ ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନ; ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀରେ ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଅଂଶଗ୍ରହଣ ନ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦିଆଯାଇଛି।…

୬୫ ବର୍ଷର ରେକର୍ଡ ଭାଙ୍ଗିଲେ ଇଶାନ କିଶାନ: ହାସଲ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୦।୯:ଅଧିନାୟକ ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ ଦଳ ୨୦୨୬ ଦୁଲିପ ଟ୍ରଫି (Duleep Trophy) ବିଜୟୀ ହୋଇଛି। ୧୩ ବର୍ଷର ଦୀର୍ଘ ଅପେକ୍ଷା ପରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri