ରୁଷିଆ-ୟୁକ୍ରେନ୍ ଯୁଦ୍ଧରେ ମୃତ୍ୟୁ ଓ କ୍ଷୟକ୍ଷତି ପାଇଁ କେବଳ ରୁଷିଆ ଦାୟୀ ରହିବ: ବାଇଡେନ

ୱାଶିଂଟନ,୨୪ ।୨: ରୁଷିଆ-ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ପରିସ୍ଥିତି ମଧ୍ୟରେ ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଯୁଦ୍ଧ ଘୋଷଣା କରିଛନ୍ତି । ଏହାପରେ ରୁଷିଆ ପକ୍ଷରୁ ୟୁକ୍ରେନ୍ ଉପରେ ଲଗାତାର ଭାବେ ଆକ୍ରମଣ ଚାଲିଥିବା ଜଣାପଡିଛି । ଏବେ ଏହାକୁ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଯୁଦ୍ଧ ପାଇଁ କେବଳ ରୁଷିଆ ଦାୟୀ ବୋଲି କହିଛନ୍ତି । ରୁଷିଆ ପକ୍ଷରୁ ୟୁକ୍ରେନର ରାଜଧାନୀ କ୍ୱିଭ ସମେତ ଅନ୍ୟ ସହରରେ ମିଶାଇଲ ଆକ୍ରମଣ କରାଯାଇଛି । ଏହାର ଶବ୍ଦ ଏତେ ଅଧିକ ରହିଛି ଯେ ୟୁକ୍ରେନର ବଡ ବଡ ସହର ଯେମିତିକି କ୍ରେମଟୋସ୍ତକ ଓ ଓଡେସ୍‌ସାକୁ ଶୁଣାଯାଇଛି । ଏହି ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆର ନିନ୍ଦା କରିବା ସହ କହିଛନ୍ତି ଏହି ଯୁଦ୍ଧରେ ମୃତ୍ୟୁ ଓ କ୍ଷୟକ୍ଷତି ପାଇଁ କେବଳ ରୁଷିଆ ଦାୟୀ ରହିବ ।
ବାଇଡେନ ଏକ ବୟାନ ଜାରି କରି କହିଛନ୍ତି, ଆମେରିକା ଓ ଏହାର ସହଯୋଗୀ ଏକଜୁଟ ଓ ନିର୍ଣ୍ଣାୟକ ଭାବେ ଏହାର ଜବାବ ଦେବେ । ବାଇଡେନ କହିଛନ୍ତି ରୁଷିଆ ସେନା ଅନୁଚିତ ଯୁଦ୍ଧର ସାମ୍ନା କରୁଛନ୍ତି । ଆଜି ସାରା ବିଶ୍ୱ ୟୁକ୍ରେନ ପାଇଁ ପ୍ରାର୍ଥନା କରୁଛି । ପୁଟିନ ଏମିତି ଏକ ଯୁଦ୍ଧ ବାଛିଛନ୍ତି ଯାହାର ବିନାଶକରୀ ପରିଣାମ ହେବା ଦେଖାଯାଉଛି । ଗୁରୁବାର ସନ୍ଧ୍ୟାରେ ସେ ହ୍ୱାଇଟ ହାଉସରେ ସ୍ଥିତିର ସମୀକ୍ଷା କରିବେ । ନିଜ ଦେଶର ସୁରକ୍ଷା ଟିମଠାରୁ ନିୟମିତ ଅପଡେଟ ନେବେ । ବାଇଡେନ ଆହୁରି ମଧ୍ୟ କହିଛନ୍ତି ସେ ଶୁକ୍ରବାର ସକାଳେ ନିଜର ଜି୭ ସମକକ୍ଷଙ୍କ ସହ ସାକ୍ଷାତ୍ କରିବା ସହ ନିଜର ନାଟୋ ସହଯୋଗୀଙ୍କ ସହ ବୈଠକ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri