ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଓଡ଼ିଶା ସମେତ ଭୁବନେଶ୍ୱର ସହରରେ ପ୍ରମୁଖ ସମସ୍ୟା ସୃଷ୍ଟି କରୁଥିବା ଓ ସ୍ବାସ୍ଥ୍ୟସେବାର ଜଟିଳ ସମସ୍ୟାର ମୁକାବିଲା ପାଇଁ ଉଭୟ ସଂସ୍ଥା ମଧ୍ୟରେ ଏହି ରଣନୈତିକ ଭାଗୀଦାରି ସମ୍ପର୍କରେ ଘୋଷଣା କରାଯାଇଛି।
ଏହି ପରିପ୍ରେକ୍ଷୀରେ ରେଡ୍‌ ଡଟ୍‌ ହେଲ୍‌ଥ ପକ୍ଷରୁ ଉତ୍କଳ ହସ୍ପିଟାଲଠାରେ ଏକ ଅତ୍ୟାଧୁନିକ ଜ୍ଞାନକୌଶଳ ଦ୍ୱାରା ସଜ୍ଜିତ ଆଡଭାନ୍ସ ଲାଇଫ ସପୋର୍ଟ (ଏଏଲ୍‌ଏସ୍‌) ଆମ୍ବୁଲାନ୍ସକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ସହ ହସ୍ପିଟାଲର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ନିୟୋଜିତ କରାଯିବ ବୋଲି କୁହାଯାଇଛି।
ଏ ସମ୍ପର୍କରେ ରେଡ୍‌ ଡଟ୍‌ ହେଲ୍‌ଥର ପ୍ରତିଷ୍ଠାତା ତଥା ସିଇଓ ପ୍ରଭଦୀପ ସିଂହ କହିଥିଲେ, ଆମେ ଉତ୍କଳ ହସ୍ପିଟାଲ ସହ ଜଡ଼ିତ ହୋଇ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ସଙ୍କଟ ସମୟରେ ପ୍ରତ୍ୟେକ ସେକେଣ୍ଡ ସମସ୍ତଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସେହିଭଳି ଉକତ୍ଳ ହସ୍ପିଟାଲର ସିଏଫ୍‌ଓ ତଥା ୟୁନିଟ୍‌ ମୁଖ୍ୟ ଅରୁଣ ଖିଲାର ରେଡ୍‌ ଡଟ୍‌ ହେଲ୍‌ଥକୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଏପରିକି ଏହି ଭାଗୀଦାରି ଆମର ଜରୁରିକାଳୀନ ସେବାକୁ ବୃଦ୍ଧି କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହେବ,ଯାହା ଆମକୁ ଅଭାବୀ ଲୋକଙ୍କୁ ଠିକ୍‌ ସମୟରେ ଏବଂ ଜୀବନ ରକ୍ଷାକାରୀ ସେବା ଯୋଗାଇବାରେ ସକ୍ଷମ କରିବ। ସେହିପରି ଉକତ୍ଳ ହସ୍ପିଟାଲର ସିଓଓ ମାନବ କହିଛନ୍ତି, ରେଡ୍‌ ଡଟ୍‌ ହେଲ୍‌ଥ ସହ ଆମର ଭାଗୀଦାରି ନୂଆ ସମ୍ଭାବନା ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

ଅଭଦ୍ର କହିଦେଲେ ସିଏସ୍‌ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ

ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…

ଜାମିନ ପାଇବା ପରେ ନିଶାଙ୍କ ବଡ଼ ପ୍ରତିକ୍ରିୟା, କହିଲେ ମୁଁ ଆଉ…

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ଜାମିନ ପାଇବା ପରେ ନିଶା ମହାରଣା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଁ ପୁଣି ମଞ୍ଚ ଚଢ଼ିବି। କୌଣସି ମଞ୍ଚରେ ଅଶ୍ଳୀଳ ନୃତ୍ୟ…

‘ଜଙ୍ଗଲ ନିଆଁକୁ ରୋକିବାକୁ ହେଲେ ସମସ୍ତଙ୍କ ସହଯୋଗ ଲୋଡ଼ା’, ସଭାରେ ଯୋଗ ଦେଇ ଉପଜିଲାପାଳ କହିଲେ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ମଙ୍ଗଳବାର ବନଖଣ୍ଡସ୍ତରୀୟ ବନାଗ୍ନି ପ୍ରଶମନ ଓ ପରିଚାଳନା ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି ।…

ରାଜପଥରେ ବିତୁଛି  ଜୀବନ: ୭ଶହ ବର୍ଷର କୌଳିକ ବୃତ୍ତିକୁନେଇ ଘର ଚଳାଉଛନ୍ତି ବଚିଲାଲ 

କେସିଙ୍ଗା,୧୦।୨(ତୁମେଶ୍ୱର ସାହୁ):ରାଜସ୍ତାନରୁ ଓଡ଼ିଶା ଆସି  ପରିବାର ଗୁଜୁରାଣ ମେଣ୍ଟାଇବା ପାଇଁ ଖରା ବର୍ଷାରେ ଜାତୀୟ ରାଜପଥ ପାର୍ଶ୍ୱରେ କୌଳିକ ବୃତ୍ତିକୁ ଆପଣେଇଛନ୍ତି ବଚିଲାଲ ଲୁହାର। କଳାହାଣ୍ଡି ଜିଲା…

ଭାରତ ସହିତ ଖେଳିବାକୁ ପାକିସ୍ତାନ ରାଜି ହେବା ପରେ ରାତାରାତି ଦ୍ୱିଗୁଣିତ ହୋଇଗଲା ଫ୍ଲାଇଟ୍‌ ଟିକେଟ୍‌ ଦାମ୍‌

ନୂଆଦିଲ୍ଲୀ,୧୦।୨: ICC ସହିତ ଏକ ବୈଠକ ପରେ, ପାକିସ୍ତାନ କ୍ରିକେଟ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି ହୋଇଛି। ମ୍ୟାଚ ୧୫ ଫେବୃଆରୀରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲା ସିପିଆଇ, ଏହି ସବୁ ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୦।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ପୂରଣ ପାଇଁ ବିକ୍ଷୋଭ ପ୍ରଦର୍ଶନ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri