Posted inଖେଳ

ପରିବାର ସହ ଲଢ଼ି ଜଣେ ଯୁବତୀଙ୍କୁ ଦୁଇଥର ବିବାହ କରିଥିଲେ ରବିନ୍‌ ଉଥପ୍ପା; କାରଣ ଜାଣିଲେ…

ନୂଆଦିଲ୍ଲୀ,୨୩।୭: ଗତ ୫ ବର୍ଷ ଧରି ଅନ୍ତରାଷ୍ଟ୍ରୀୟ କ୍ରିକେଟ ଖେଳି ନାହାନ୍ତି ରବିନ ଉଥପ୍ପା। ହେଲେ ସେ ଘରୋଇ କ୍ରିକେଟରେ ସକ୍ରିୟ ଅଛନ୍ତି। ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ତାଙ୍କ ନାମରେ ଏକାଧିକ ରେକର୍ଡ ଅଛି। ସେ ୪୦୦୦ରୁ ଅଧିକ ରନ୍‌ କରିଥିବା ୬ଷ୍ଠ ଭାରତୀୟ। ଏହାଛଡ଼ା ସବୁଠାରୁ ଅଧିକ ଅର୍ଦ୍ଧଶତକ କରିଥିବା ଟପ୍‌-୧୦ତାଲିକାରେ ତାଙ୍କ ନାମ ରହିଛି। ୨୦୧୪ରୁ ସେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ଖେଳି ଆସୁଛନ୍ତି।

୨୦୧୬ ମାର୍ଚ୍ଚ ୩ ତାରିଖରେ ଭାରତର ପୂର୍ବ ଟେନିସ ତାରକା ଶୀତଲ ଗୌତମଙ୍କୁ ବିବାହ କରିଥିଲେ ଉଥପ୍ପା। ୨୦୦୯ରେ ଏକ ବନ୍ଧୁଙ୍କ ଯୋଗୁ ଉଭୟ ପରସ୍ପରକୁ ଭେଟିବା ପରେ ଦୀର୍ଘଦିନ ଧରି ଡେଟ୍‌ କରୁଥିଲେ। ହେଲେ ଭିନ୍ନ ଧର୍ମର ହୋଇଥିବା ହେତୁ ସେମାନଙ୍କ ବିବାହରେ ଅନେକ ବାଧାବିଘ୍ନ ଆସିଥିଲା। କାରଣ ଉଥପ୍ପା ଖ୍ରିଷ୍ଟିଆନ୍‌ ଥିବା ବେଳେ ଶୀତଲ ହିନ୍ଦୁ ଥିଲେ। ଉଭୟଙ୍କ ବିବାହ ପାଇଁ ପରିବାରଲୋକେ ରାଜି ହୋଇ ନ ଥିଲେ। ସେତେବେଳକୁ ବିବାହ ପାଇଁ ଉଥପ୍ପା ଶୀତଲଙ୍କୁ ପ୍ରପୋଜ କରିସାରିଥିଲେ।

ପ୍ରଥମେ ଉଥପ୍ପା ପରିବାରଲୋକଙ୍କୁ ରାଜି କରାଇଥିଲେ। ଧିରେ ଧିରେ ଶୀତଲଙ୍କ ପରିବାର ମଧ୍ୟ ବିବାହ ପାଇଁ ରାଜି ହୋଇଥିଲେ। ଶେଷରେ ୨୦୧୬ ମାର୍ଚ୍ଚ ୩ ତାରିଖରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ପ୍ରଥମେ ଇସାଇ ଧର୍ମାନୁଯାୟୀ ସେମାନଙ୍କର ବିବାହ ହୋଇଥିଲା। ଉକ୍ତଦିନ ଅପରାହ୍ନରେ ରିସେପ୍ସନ ରଖାଯାଇଥିଲା। ଏହାର ଏକ ସପ୍ତାହ ଅର୍ଥାତ ମାର୍ଚ୍ଚ ୧୧ରେ ଉଭୟ ହିନ୍ଦୁ ରୀତିନୀତି ଅନୁଯାୟୀ ପୁଣି ଥରେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri