Posted inଖେଳ

ଧୋନୀଙ୍କ ଅବସର ପୂର୍ବରୁ ଏହି ସ୍ବପ୍ନ ପୂରଣ କରିବାକୁ ଚାହୁଁଛନ୍ତି ଉଥାପ୍ପା

ବେଙ୍ଗାଳୁରୁ,୨୨।୨: କ୍ରିକେଟର୍‌ ରବିନ ଉଥାପ୍ପା ଆଇପିଏଲ ୨୦୨୧ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳିବେ। ଗତ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ ଉଥାପ୍ପା ଖେଳିଥିଲେ। ଚେନ୍ନାଇ ଦଳରେ ଯୋଗଦେବା ପରେ ଉଥାପ୍ପା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଭାବପ୍ରବଣ ଭିଡିଓ ପୋଷ୍ଟ କରିଥିଲେ। ଏଥିରେ ସେ ଚେନ୍ନାଇ ଦଳ, ଏହାର ପ୍ରଶଂସକ ତଥା ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବିଷୟରେ ହୃଦୟ ସହ କଥା ହୋଇଥିଲେ। ଉଥାପ୍ପା କହିଛନ୍ତି ଯେ ମୋ ପାଇଁ ଏହା ଏକ ଇଚ୍ଛା ପୂରଣ କରିବା ପରି ଅଟେ। ମୁଁ ପୁଣି ଥରେ ମହେନ୍ଦ୍ର ସିଂ ଧୋନୀଙ୍କ ସହ ଖେଳିବାକୁ ଏବଂ ଅବସର ନେବା ପୂର୍ବରୁ ଏକ ଟୁର୍ନାମେଣ୍ଟ ଜିତିବାକୁ ଚାହୁଁଥିଲ। ଯାହା ଏବେ ସତ ହେବାକୁ ଯାଉଛି। ଡ୍ରେସିଂ ରୁମକୁ ସୁରେଶ ରାଇନା ଏବଂ ଅମ୍ବାତି ରାୟୁଡୁଙ୍କ ସହ ବାଣ୍ଟିଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ୨୦୦୭ରେ ପ୍ରଥମ ଟି -୨୦ ବିଶ୍ୱକପ ଜିତିବାରେ ଟିମ ଇଣ୍ଡିଆରେ ଉଥାପ୍ପା ଜଡିତ ଥିଲେ। ଧୋନୀଙ୍କ ଅଧିନାୟକତ୍ୱରେ ହିଁ ଭାରତ ଏହି ଟାଇଟଲ ଜିତିଥିଲା।

 

View this post on Instagram

 

A post shared by ROBIN UTHAPPA (@robinaiyudauthappa)


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri