Posted inଜାତୀୟ

ସାପ କାମୁଡ଼ାରେ ସ୍ତ୍ରୀଙ୍କୁ ହତ୍ୟା କରିଥିଲେ

ନୂଆଦିଲ୍ଲୀ,୧୧।୧୦: ଏକ ବିରଳ ମାମଲାରେ କୋଲାମର ଅତିରିକ୍ତ ସେସନ କୋର୍ଟ ସୋମବାର ସୁରଜ ଏସ୍‌ କୁମାର (୨୮)ଙ୍କୁ ସ୍ତ୍ରୀ ଉଥରାଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ସୁରଜ କୋବ୍ରା ମାଧ୍ୟମରେ ସ୍ତ୍ରୀଙ୍କୁ ହତ୍ୟା କରିଥିଲେ। ଏହି ମାମଲାରେ ଆସନ୍ତା ୧୩ ତାରିଖରେ କୋର୍ଟ ଦଣ୍ଡାଦେଶ ଶୁଣାଇବେ। ତେବେ ମୃତକଙ୍କ ଓକିଲ ହତ୍ୟାକାରୀଙ୍କୁ ଫାସି ଦଣ୍ଡାଦେଶ ଦେବାକୁ ଦାବି କରିଛନ୍ତି।

ଘଟଣାଟି ହେଲା ୨୦୨୦, ମେ ୭ ତାରିଖର। କେରଳର କୋଲାମ ଜିଲା ଅଞ୍ଚଳସ୍ଥିତ ଘରୁ ମିଳିଥିଲା ଉଥରା (୨୫)ଙ୍କ ମୃତୁଦେହ। ସାପ କାମୁଡ଼ା କାରଣରୁ ତାଙ୍କ ମୃତ୍ୟୁ ହୋଇଥିଲା। ତାଙ୍କୁ କାମୁଡ଼ିଥିବା କୋବ୍ରା ବେଡରୁମ୍‌ରୁ ମିଳିଥିଲା, ଯେଉଁଠାରେ ଉଥରାଙ୍କ ସହ ସ୍ବାମୀ ସୁରଜ ଓ ୯ ମାସ ଛୁଆ ଶୋଇଥିଲେ।

ପ୍ରଥମେ ପୋଲିସ ଏହାକୁ ସାପ କାମୁଡ଼ା ଜନିତ ମୃତ୍ୟୁ ଦର୍ଶାଇ ଅଧିକ କୌଣସି ତଦନ୍ତ କରି ନ ଥିଲା। କିନ୍ତୁ ସେହିବର୍ଷ ମାର୍ଚ୍ଚ ୨ ତାରିଖରେ ଉଥରାଙ୍କୁ ନାଗ ସାପ କାମୁଡ଼ିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏଥିଯୋଗୁ ମୃତକଙ୍କ ପରିବାର ଲୋକଙ୍କ ଚାପରେ ତଦନ୍ତ ଆରମ୍ଭ କରିଥିଲା ପୋଲିସ।

ଏସ୍‌ପି ହରିଶଙ୍କରଙ୍କ ନେତୃତ୍ୱାଧୀନ ଦଳର ତଦନ୍ତ ପରେ ଉଥରାଙ୍କ ମୃତ୍ୟୁ ଏକ ଯୋଜନାବଦ୍ଧ ଏକ ହତ୍ୟାକାଣ୍ଡ ଥିଲା ଜଣାପଡ଼ିଥିଲା। ହତ୍ୟାକାଣ୍ଡ ପାଇଁ ଜଣେ ସାପ ଧରାଳିଠାରୁ ଉଭୟ ନାଗ ଓ କୋବ୍ରା କିଣିଥିଲେ ସୁରଜ। ୨୦୨୦ ମାର୍ଚ୍ଚରେ ନାଗ ସାପ କାମୁଡ଼ିବା ପରେ ଉଥରା ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୫୦ ଦିନ ହସ୍ପିଟାଲରେ ରହିବା ପରେ ତାଙ୍କୁ ଡିସଚାର୍ଜ କରାଯାଇଥିଲା। ଦୁଇ ମାସ ପରେ ସେ ପୁଣି ଥରେ ଦୋହରାଇଥିଲେ ସେହି ଭୟଙ୍କର କାର୍ଯ୍ୟକୁ। ତଦନ୍ତକାରୀ ଦଳ କୋର୍ଟରେ ୧ ହଜାର ବିଶିଷ୍ଟ ଚାର୍ଜଶିଟ୍‌ ଦାଖଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri