ଆମେରିକାରେ ‘ଉତ୍କଳ ଦିବସ’

ଫ୍ଲୋରିଡ଼ା,୭।୪: ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାୟୀ ସାରା ରାଜ୍ୟରେ ପ୍ରଥମ ଥର ପାଇଁ ‘ଓଡ଼ିଆ ପକ୍ଷ’ ପାଳନ ହେବା ସମୟରେ ସୁଦୂର ଆମେରିକାରେ ପାଳନ କରାଯାଇଛି ଉତ୍କଳ ଦିବସ। ପ୍ରବାସୀ ଓଡ଼ିଆ ଅନୁଷ୍ଠାନ ‘ଫ୍ଲୋରିଆ’ ତରଫରୁ ଆମେରିକାର ଦକ୍ଷିଣ-ପୂର୍ବରେ ଅବସ୍ଥିତ‘ଫ୍ଲୋରିଡା’ ରାଜ୍ୟର ଟାମ୍ପା ସହରରେ ପାଳିତ ହୋଇଛି ଉତ୍କଳ ଦିବସ। ଓଡ଼ିଆ ଭାଷା, ସାହିତ୍ୟ, ଲୋକକଳା ଏବଂ ସଂସ୍କୃତିର ପ୍ରଚାର ପ୍ରସାର ହେଉଛି ଏହି କାର୍ଯ୍ୟକ୍ରମର ଆଭିମୁଖ୍ୟ। ଉତ୍ତର ପିଢିଙ୍କ ମନରେ ମା’, ମାଟି, ମାତୃଭାଷା ପ୍ରତି ଆଗ୍ରହ ସୃଷ୍ଟି କରାଇବା ହେଉଛି ଏହି କାର୍ଯ୍ୟକ୍ରମର ପ୍ରଧାନ ଉଦ୍ଦେଶ୍ୟ। ଏହି ଉତ୍ସବ ଉପଲକ୍ଷେ ଅନୁଷ୍ଠାନ ତରଫରୁ ପ୍ରଥମଥର ପାଇଁ ‘ବିଶ୍ୱମ୍ଭରା’ ନାମକ ଏକ ଇ ମାଗାଜିନ ପ୍ରକାଶ ପାଇଛି। ଏହି କାର୍ଯ୍ୟକ୍ରମର ଆରମ୍ଭ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇ ଆରମ୍ଭ କରାଯାଇଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମରେ ଶାସ୍ତ୍ରୀୟ ସଙ୍ଗିତ ସାଙ୍ଗକୁ ବିଭିନ୍ନ ଓଡ଼ିଆ ଆଧୁନିକ ସଙ୍ଗିତ ପରିବେଷଣ କରାଯାଇଥିଲା। ଶତାଧିକ ପ୍ରବାସୀ ଓଡ଼ିଆ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପୂର୍ବତନ ଫ୍ଲୋରିଡା ଇଞ୍ଜିନିୟରିଂ ବୋର୍ଡ ସଦସ୍ୟ ଶ୍ରୀ ବିଜୟ କୁମାର ପାଣିଗ୍ରାହୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

କ୍ରାଶ ହେଲା ଚାଟାର୍ଡ ପ୍ଲେନ; ୮ ମୃତ, ଜାଣନ୍ତୁ କିପରି ହେଲା ଦୁର୍ଘଟଣା

ଆଲାସ୍କା,୨୧।୮: ପଶ୍ଚିମ ଆଲାସ୍କାର ଏକ ଦୁର୍ଗମ ରାଡାର ସାଇଟ୍ ନିକଟରେ ୮ ଜଣଙ୍କୁ ନେଇ ଯାଉଥିବା ଏକ ଚାଟାର୍ଡ ପ୍ଲେନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୁରୁବାର ଏନେଇ…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

ଋଣ ବୋଝରେ ଚେପା ଆମେରିକା! ଇତିହାସରେ ପ୍ରଥମଥର ପାଇଁ…

ନୂଆଦିଲ୍ଲୀ,୨୦।୮: ବିଶ୍ୱର ପ୍ରମୁଖ ଶକ୍ତି ଭାବରେ ନିଜକୁ ସ୍ଥାନିତ କରୁଥିବା ଯୁକ୍ତରାଷ୍ଟ୍ର ଏକ ବର୍ଦ୍ଧିତ ଋଣ ଭାର ତଳେ ଦବି ଯାଉଛି। ଦେଶର ଋଣ ଭାର ନିରନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri