ଭଞ୍ଜନଗରରେ ଉତ୍କଳ ଦିବସ ପାଳନ: ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି

ଭଞ୍ଜନଗର,୧।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଙ୍ଗଳବାର ଉତ୍କଳ ଦିବସ ପାଳନ ହୋଇଯାଇଛି। ସକାଳେ ସହରର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ଏହି ସମୟରେ ଉପ ଜିଲାପାଳ ଉମା ଶଙ୍କର ବେହେରା, ତହସିଲଦାର ଅବିନାଶ ମହାର, ଏନଏସି ଅଧକ୍ଷ ଗୋପବନ୍ଧୁ ମହାପାତ୍ର, ବ୍ଲକ ଅଧ୍ୟକ୍ଷ ନରି ସଭା ନାୟକ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୌରୀଶଙ୍କର ଶତପଥୀ ଏବଂ ଡିଏଫଓ ହିମାଂଶୁ ଶେଖର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ବ୍ଲକ ସମ୍ମିଳନୀ କକ୍ଷରେ ଏକ ସଭା ଆୟୋଜନ ହୋଇଛି। ସେଠାରେ ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯିବ। ଏଥିସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ।

 

 

Share
Tags: utkal divas