କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦ ତମ ଓଡିଶା ଦିବସ ପାଳନ ହୋଇଯାଇଛି । ଏହି ସମୟରେ ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଭାବେ ଫୋଟୋ ଚିତ୍ର ପ୍ରଦର୍ଶନୀ ଆୟୋଜନ କରାଯାଇଥିଲା ।

ଯେଉଁଥିରେ ସ୍ଥାନୀୟ ବିଧାୟକ ତଥା CLP ଲିଡର୍ ରାମଚନ୍ଦ୍ର କାଡାମ୍, କୋରାପୁଟ ବିଧାୟକ ରଘୁରାମ ମାଛ, ଜିଲା ପରିଷଦ ଅଧ୍ୟକ୍ଷା ସସ୍ମିତା ମେଲକା, ସୁନାବେଡା NAC ଅଧ୍ୟକ୍ଷ ରାଜେନ୍ଦ୍ର ପାତ୍ର, ପୂର୍ବତନ ଏମପି ଜୟରାମ ପାଙ୍ଗି, ପୂର୍ବତନ ବିଧାୟକ ପ୍ରଫୁଲ୍ଲ ପାଙ୍ଗି ପ୍ରମୁଖଙ୍କ ସହ ଆୟୋଜିତ କାର୍ଯ୍ୟକ୍ରମର ସଭାପତି ତଥା ଜିଲାପାଳ ମନୋଜ ସତ୍ୟବାନ୍ ମହାଜନ ମିଳିମିଶି ପ୍ରଥମ କରି ପଞ୍ଚାୟତ ସଦର ମହକୁମାରେ ଆୟୋଜିତ ଉକ୍ତ ଫୋଟୋ ଚିତ୍ର ପରିଦର୍ଶନ କରି ନିଜେ ନିଜର ଫୋଟୋ ଉଠାଇ ଉପଭୋଗ କରିଥିଲେ। ପରେ ପଞ୍ଚାୟତ କାର୍ଯ୍ୟାଳୟ ସମୁଖରେ କାର୍ଯ୍ୟକ୍ରମର ସଭାପତି ତଥା ଜିଲାପାଳ ମହାଜନଙ୍କ ସଭାପତିତ୍ୱରେ ଆୟୋଜିତ ଓଡିଶା ଦିବସ କାର୍ଯ୍ୟ ସମସ୍ତ ଅତିଥି ଯୋଗଦେଇ ୧୯୩୬ ମସିହାରେ ଗଠନ ହୋଇଥିଲା ଭାଷା ଭିତିକ ସ୍ୱତନ୍ତ୍ର ରାଜ୍ୟ ଓଡିଶା । ଯାହାକି ଓଡିଆ ବା ଆମମାନଙ୍କ ପାଇଁ ସ୍ୱତନ୍ତ୍ରତା ପରିଚୟ ସୃଷ୍ଟି କରିଥିଲା ବୋଲି ନିଜ ନିଜ ଅଭିଭାଷଣ ଉପସ୍ଥିତ କୋଟିଆ ପଞ୍ଚାୟତ ସୀମାନ୍ତ ବାସିଙ୍କୁ ବୁଝାଇଥିଲେ ।

ଏହି ସମୟରେ ପଞ୍ଚାୟତର ଶିକ୍ଷିତ ମହିଳାମାନଙ୍କ ଦ୍ୱାରା ଆଞ୍ଚଳିକ କୁଈ ଭାଷାରେ ଓଡିଶା ଗଠନ ସମ୍ପର୍କରେ ସୂଚନା ପ୍ରଦାନ କରି ପଡୋଶୀ ଆନ୍ଧ୍ରକୁ ଏକତାର ବାର୍ତ୍ତା ଦେଇଥିଲେ। ଏହାପରେ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ପଟ୍ଟାଙ୍ଗି ବ୍ଲକ୍ ଅଧ୍ୟକ୍ଷା କଳ୍ପନା ପାଙ୍ଗି , ଜିଲାପରିଷଦ ସଭ୍ୟା ଟିକାଇ ଗେମେଲ୍, ଜିଲା ଅତିରିକ୍ତ ଜିଲାପାଳ ନରେଶ ଚନ୍ଦ୍ର ଶବର, ସିଡିଓ ବେଣୁଧର ଶବର, ଆମ କୋଟିଆ ଆବାହକ ତଥା ଅବସରପ୍ରାପ୍ତ ଜିଲାପାଳ ଗଦାଧର ପରିଡ଼ା ପ୍ରମୁଖ ଅତିଥି ଭାବେ ଯୋଗଦାନ କରିଥିବା ବେଳେ ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବିଡ଼ିଓ ରାମକ୍ରିଷ୍ଣା ନାୟକ, ତହସିଲଦାର ଦେବେନ୍ଦ୍ର ବାଦୁର ସିଂ ଧାରୁଆ, ଅତିରିକ୍ତ ତହସିଲଦାର ସ୍ୱାଗତିକା ରାଉତ, ପଞ୍ଚାୟତ ପାଇଁ ସ୍ୱତନ୍ତ୍ର ଭାବେ ନିଯୁକ୍ତି ପାଇଥିବା ଓଏସଡି ସୌରଭ ଦାସ, ସିଡିପିଓ ବି ଅର୍ଣ୍ଣପୁର୍ଣ୍ଣା, ଏଇଇ ଅଜୟ ରାମ ତରାଇ, ବିଏସଏସଓ ସୁଧିର ସାହୁ, ବ୍ଲକ୍ ଯୋଗାଣ ଅଧିକାରୀ ଅଶୋକ ସାହୁ, ପିଇଓ କଣ୍ଡା ଗୋଲରୀ ଓ ଏପିଓ ସୌମେନ୍ଦ୍ର ନାୟକ ପ୍ରମୁଖ ସହଯୋଗ କରିଥିଲେ । ତେବେ ଏହି ସମସ୍ତ କାର୍ଯ୍ୟକ୍ରମ ଭିତରେ ଗଣମାଧ୍ୟମ ପ୍ରତିନିଧିଙ୍କ ପାଇଁ କୌଣସି ବ୍ୟବସ୍ଥା କରାଯାଇନଥିଲା । ଅବ୍ୟବସ୍ଥାକୁ ନେଇ ଗଣମାଧ୍ୟମ ପ୍ରତିନିଧିମାନେ ଅସନ୍ତୋଷ ପ୍ରକାଶ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?