ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ। ସାଢ଼େ ୪ କୋଟି ଓଡ଼ିଆଙ୍କ ହୃଦୟର ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରୀଛାତ୍ର କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତୀ ପଢ଼ିବାର ସୁଯୋଗ ପାଇବେ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକ୍ରମେ ଶୁକ୍ରବାର ଏ ସଂକ୍ରାନ୍ତରେ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି
ସୂଚନାଯୋଗ୍ୟ, ନିକଟରେ ରାଜ୍ୟ ସରକାର ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ ରାଜ୍ୟ ସଙ୍ଗୀତର ମାନ୍ୟତା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ଗତ ମେ’ ୩୦ରେ ସାରା ରାଜ୍ୟ ତଥା ସାରା ବିଶ୍ବର କୋଣ ଅନୁକୋଣରେ ଥିବା ଓଡ଼ିଆ ଭଉଣୀଭାଇ ଏହି ସଙ୍ଗୀତ ଏକ ସମୟରେ ଗାନ କରି ଭାବମୟ ପରିବେଶ ସୃଷ୍ଟି କରିଥିଲେ।
ଗୌରବମଣ୍ଡିତ ଉତ୍କଳ ଜନନୀଙ୍କ ଜୟଗାନ କରୁଥିବା ଏହି ମହାନ ସଙ୍ଗୀତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଓଡ଼ିଆ ଜାତୀୟତାର ଭାବକୁ ସୁଦୃଢ଼ କରିବା ସହିତ ଓଡ଼ିଆ ଜାତିର ମହାନତା ସହ ପରିଚିତ କରାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri