ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀ ନିର୍ଯାତନା ଘଟଣା: ଅଭିଯୁକ୍ତ ଅଧ୍ୟାପକ ବହିଷ୍କୃତ, ଥାନାରେ ଅଟକ

ଭୁବନେଶ୍ୱର,୪ା୧୨: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ଘଟଣାରେ କଲେଜ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଛାତ୍ରୀମାନଙ୍କୁ କାଷ୍ଟିଂ କାଉଚ୍‌ ଓ ଅଶାଳୀନ ଆଚରଣରେ ନିର୍ଯାତନା ଦେଉଥିବା ଅଭିଯୋଗରେ ଡ୍ରାମା ବିଭାଗର ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ କଲେଜରୁ ବହିଷ୍କାର କରାଯାଇଛି।

କଲେଜର ପ୍ରିନ୍ସିପାଲ୍‌ ବିଜୟ ଜେନା ଏହି ଅଭିଯୁକ୍ତ ଅଧ୍ୟାପକଙ୍କୁ ବହିଷ୍କାର କରାଯାଇଥିବା ସୂଚନା ଦେଇଛନ୍ତି। କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଲିଖିତ ଅଭିଯୋଗ କରାଯିବା ପରେ ପୋଲିସ ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ ଅଟକ ରଖିଛି।

ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କ ନାଁରେ ‘ଖରାପ ସ୍ପର୍ଶ’, ଯୌନ ଇଙ୍ଗିତ, ଓ ଭଲ ଗ୍ରେଡ୍‌ ବା ସୁବିଧା ଦେବା ଲୋଭ ଦେଖାଇ ଶାରୀରିକ ସମ୍ପର୍କ ପାଇଁ ପ୍ରବର୍ତ୍ତାଇବା ଭଳି ସଙ୍ଗୀନ ଅଭିଯୋଗ ଥିଲା।

ଏହି ଘଟଣାକୁ ନେଇ ଛାତ୍ରୀମାନେ କ୍ୟାମ୍ପସରେ ହଙ୍ଗାମା କରିବା ସହ ରାଜରାସ୍ତା ଅବରୋଧ କରି ତୁରନ୍ତ ଅଭିଯୁକ୍ତଙ୍କୁ ବହିଷ୍କାର କରିବାକୁ ଦାବି କରିଥିଲେ। ବିକ୍ଷୋଭ ସମୟରେ ଜଣେ ଛାତ୍ରୀ ଅସୁସ୍ଥ ହୋଇ ମେଡିକାଲ୍‌ ଯାଇଥିଲେ।

ଏହି ଘଟଣାର ତଦନ୍ତ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ୍ର ସଚିବ ଦେବ ପ୍ରସାଦ ଦାସଙ୍କ ଅଧ୍ୟକ୍ଷତାରେ ଏକ ୩ ଜଣିଆ ଟିମ୍‌ କଲେଜରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri