‘ଉତ୍କଳ ପ୍ରତିଭା ସମ୍ମାନ-୨୦୨୩’

ଭୁବନେଶ୍ୱର,୪।୪: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଓଡିଏମ୍‌ ପବ୍ଲିକ ସ୍କୁଲ ପକ୍ଷରୁ ଓଡିଶା ଦିବସ ପାଳିତ ହୋଇଯାଇଛି। ଏପରିକି ସ୍ଥାନୀୟ ପଟିଆସ୍ଥିତ ସ୍କୁଲ ପରିସରରେ ଏକ ସ୍ବତନ୍ତ୍ର ସମାରୋହର ଆୟୋଜନ କରାଯାଇଥିଲା। ବିଶେଷକରି ଓଡ଼ିଶାର ବିଭିନ୍ନ କୋଣ ଅନୁକୋଣରୁ କଳା,ସାହିତ୍ୟ,ଭାଷା,ବିଜ୍ଞାନ,ନୃତ୍ୟ ଓ ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ପ୍ରତିଭାମାନଙ୍କୁ ‘ଉତ୍କଳ ପ୍ରତିଭା ସମ୍ମାନ-୨୦୨୩’ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏହି ଅବସରରେ ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ କାଦମ୍ବିନୀର ପ୍ରତିଷ୍ଠାତା ଡ. ଇତି ସାମନ୍ତ, ପଦ୍ମଶ୍ରୀ ଶ୍ୟାମାମଣି ଦେବୀ, ଓଡ଼ିଶୀ ନୃତ୍ୟଗୁରୁ ରତିକାନ୍ତ ମହାପାତ୍ର,ଏଫ୍‌ଆର୍‌ଏସସି(ୟୁକେ)ର ବରିଷ୍ଠ ବୈଜ୍ଞାନିକ ବିକାଶ କୁମାର ଜେନା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ। ଉଲ୍ଲେଖଯୋଗ୍ୟ ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡ.ସତ୍ୟବ୍ରତ ମୀନକେତନ ସ୍ବାଗତ ଅଭିଭାଷଣ ସହ ସମ୍ମାନ ଉତ୍ସବର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ଏପରିକି ଏଭଳି ଏକ ନିଆର କାର୍ଯ୍ୟକ୍ରମକୁ ପ୍ରଶଂସା କରିବା ସହ ପ୍ରତିଷ୍ଠାନର ସମସ୍ତ କର୍ମକର୍ତ୍ତାଙ୍କୁ ପଦ୍ମଶ୍ରୀ ପଟ୍ଟନାୟକ ସାଧୁବାଦ ଜଣାଇଥିଲେ। ସେହିପରି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ସମ୍ମାନ ଜଣାଇ ଓଡ଼ିଶାର ବରପୁତ୍ରମାନଙ୍କୁ ସମ୍ମାନିତ କରିବାରେ ଓଡିଏମ୍‌ ଗ୍ରୁପ ଯେଉଁ ପ୍ରୟାସ କରିଛି, ତାହା ଭବିଷ୍ୟତରେ ନିଶ୍ଚୟ ଯୁବପିଢ଼ିକୁ ବେଶ୍‌ ପ୍ରୋତ୍ସାହିତ କରିବ ବୋଲି ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଥିଲେ। ଏପରିକି ନିମନ୍ତ୍ରଣ ରକ୍ଷାକରି ଅତିଥିମାନେ ତାଙ୍କ ଅମୂଲ୍ୟ ସମୟ ଦେଇ କାର୍ଯ୍ୟକ୍ରମରେ ଯୋଗଦାନ କରିଥିବାରୁ ସେମାନଙ୍କୁ ମୀନକେତନ କୃତଜ୍ଞତା ଜଣାଇଥିଲେ। ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟର ବିତ୍ତ ଏବଂ ପ୍ରଶାସନିକ ନିର୍ଦ୍ଦେଶିକା ଇନ୍ଦୁମତୀ ରାୟ ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ବୟନ ସତ୍ୟେନ୍ଦୁ ଅତିଥିମାନଙ୍କୁ ‘ଉକତ୍ଳ ପ୍ରତିଭା ସମ୍ମାନ-୨୦୨୩’ରେ ସମ୍ବର୍ଦ୍ଧିତ କରିଥିଲେ। ଅପରପକ୍ଷରେ ତ୍ରୈମାସିକ ପତ୍ରିକା ଉତ୍କଳର ଗର୍ବ ଓ ଗୌରବର ଗାଥା ଉକତ୍ଳ ପ୍ରତିଭା ପତ୍ରିକାଟି ଅତିଥିମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା। ପରିଶେଷରେ ଏକ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ପ୍ରତିଷ୍ଠାନର ସମସ୍ତ ଶିକ୍ଷୟିତ୍ରୀଶିକ୍ଷକ,ଅଭିଭାବକ,ଛାତ୍ରୀଛାତ୍ର ତଥା ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri