ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ କାଷ୍ଟିଂ କାଉଚ ଅଭିଯୋଗ: ୩ ଜଣିଆ ଟିମ୍‌ର ତଦନ୍ତ ଆରମ୍ଭ

ଭୁବନେଶ୍ୱର,୪ା୧୨: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଡ୍ରାମା ବିଭାଗର ଜଣେ ଅଧ୍ୟାପକଙ୍କ ନାଁରେ କାଷ୍ଟିଂ କାଉଚ୍‌ ଏବଂ ଅଶାଳୀନ ଆଚରଣ ନିର୍ଯାତନା ଅଭିଯୋଗ ଆଣି ଛାତ୍ରୀମାନେ କ୍ୟାମ୍ପସ୍‌ରେ ପ୍ରବଳ ହଙ୍ଗାମା କରିଛନ୍ତି। ଏହି ଘଟଣାକୁ ନେଇ କଲେଜରେ ପ୍ରବଳ ଉତ୍ତେଜନା ଦେଖାଦେଇଥିବା ବେଳେ ଛାତ୍ରୀମାନେ ରାଜରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଡ୍ରାମା ବିଭାଗର ଅଧ୍ୟାପକ ଶତ୍ରୁଘ୍ନ ସାମଲ ଛାତ୍ରୀମାନଙ୍କ ପ୍ରତି ଅଶାଳୀନ ବ୍ୟବହାର, ଖରାପ ସ୍ପର୍ଶ ଏବଂ ଯୌନ ଇଙ୍ଗିତ କରି ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ଭଲ ଗ୍ରେଡ୍‌ ଓ ସୁବିଧା ଦେବା ଲୋଭ ଦେଖାଇ ଶାରୀରିକ ସମ୍ପର୍କ ପାଇଁ ପ୍ରବର୍ତ୍ତାଉଥିବା ମଧ୍ୟ ଛାତ୍ରୀମାନେ ଅଭିଯୋଗ କରିଛନ୍ତି। ଅନେକ ଛାତ୍ରୀଙ୍କ ସହ ଏଭଳି ଘଟଣା ଘଟିବା ପରେ ଏହା ଏକ ବଡ଼ ଧରଣର ବିକ୍ଷୋଭର ରୂପ ନେଇଥିଲା। ବିକ୍ଷୋଭ ସମୟରେ ଜଣେ ଛାତ୍ରୀ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି।

ଛାତ୍ରୀମାନେ ରାଜପଥରେ ବିକ୍ଷୋଭ ପ୍ରଦର୍ଶନ କରି ରାସ୍ତା ଅବରୋଧ କରିଥିଲେ, ଯାହା ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଆନ୍ଦୋଳନକାରୀ ଛାତ୍ରୀମାନେ ଅଭିଯୁକ୍ତ ଅଧ୍ୟାପକଙ୍କୁ ତୁରନ୍ତ ବହିଷ୍କାର କରିବାକୁ ଦାବି କରିଛନ୍ତି। ପରିସ୍ଥିତି ନିୟନ୍ତ୍ରଣ କରିବାକୁ ଓଡ଼ିଶା ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ, କିନ୍ତୁ ଛାତ୍ରୀମାନେ ଶାନ୍ତ ହୋଇନଥିଲେ।

ଏହି ସମ୍ବେଦନଶୀଳ ଘଟଣାକୁ ନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ତଦନ୍ତ ଆରମ୍ଭ ହୋଇଛି। ବିଭାଗର ସ୍ୱତନ୍ତ୍ର ସଚିବ ଦେବ ପ୍ରସାଦ ଦାସଙ୍କ ଅଧ୍ୟକ୍ଷତାରେ ଏକ ୩ ଜଣିଆ ଟିମ୍ କଲେଜରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଦେବ ପ୍ରସାଦ ଦାସ କହିଛନ୍ତି ଯେ ଗଣମାଧ୍ୟମର ରିପୋର୍ଟ ଦେଖି ସେମାନେ ତଦନ୍ତ ପାଇଁ ଆସିଛନ୍ତି ଏବଂ ଛାତ୍ରୀ ଓ କଲେଜ କର୍ତ୍ତୃପକ୍ଷଙ୍କୁ ପଚରାଉଚରା କରାଯିବ। ତେବେ, ଏହି ଘଟଣା ନେଇ କଲେଜ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ବୃହତ୍‌ ବିଜୟ ଦିଗରେ ଆର୍‌ଏସ୍‌ପି: ୬ ମାସ ପରେ…

କାଠମାଣ୍ଡୁ,୭ା୩(ପି.ଟି.):ଗତବର୍ଷ ସେପ୍ଟେମ୍ବରରେ ନେପାଳରେ ହିଂସାତ୍ମକ ଜେନ୍‌ ଜି ଆନ୍ଦୋଳନ ଯୋଗୁ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରର ପତନ ଘଟିଥିଲା। ଏହାର ୬ ମାସ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri