KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର

ଭୁବନେଶ୍ୱର,୧୮।୨: KIIT ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ସାରା ବିଶ୍ୱରେ ନିନ୍ଦିତ ହୋଇଛି ଓଡିଶା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ ସୃଷ୍ଟି ହେବା ପରେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ଅନୁଷ୍ଠାନକୁ ତୁରନ୍ତ ସାଇନ୍ ଏ ଡାଏ ଘୋଷଣା କରିବା ସହିତ ଏଠାରେ ଅଧ୍ୟୟନରତ ନେପାଳର ଶତାଧିକ ଛାତ୍ରୀଛାତ୍ରଙ୍କୁ ଶିକ୍ଷାନୁଷ୍ଠାନ ଛାଡ଼ିବାକୁ ବାଧ୍ୟ କରିଥିଲେ।

ଏପରି କି ପିଲାମାନଙ୍କୁ ବଳପୂର୍ବକ ଶିକ୍ଷାନୁଷ୍ଠାନର ବସ୍‌ରେ ବସାଇ କଟକ ରେଳ ଷ୍ଟେଶନରେ ଛାଡ଼ି ଦେଇଥିବା ମଧ୍ୟ ଦେଖୁବାକୁ ମିଳିଥିଲା। ଏହାରି ମଧ୍ୟରେ KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର। ନେପାଳୀ ଛାତ୍ରୀ ମୃତ୍ୟୁ ପ୍ରସଙ୍ଗରେ ଉତ୍କଳ ଛାତ୍ର ସଂଘର କର୍ମକର୍ତ୍ତା ସୋମବାର ଶିଳ୍ପମନ୍ତ୍ରୀଙ୍କୁ ଭେଟି ଏଭଳି ଦାବିପତ୍ର ଦେଇଛନ୍ତି।

ଫେବୃଆରୀ ଶେଷ ସପ୍ତାହରେ ପରୀକ୍ଷା ଥିବାବେଳେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏଭଳି ଆଚରଣକୁ ଛାତ୍ରୀଛାତ୍ର ଏବଂ ବିଭିନ୍ନ ମହଲରୁ ନିନ୍ଦା କରାଯାଇଛି। ଏପରି କି ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଏହି ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କରିବା ସହ ଘଟଣାର ସମାଧାନ ପାଇଁ କୂଟନୈତିକସ୍ତରରେ ଆଲୋଚନା କରାଯାଉଛି ବୋଲି କହିଛନ୍ତି। ବିଭିନ୍ନ ମହଲରୁ ଘଟଣାକୁ ନିନ୍ଦା କରାଯିବା ପରେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ନେପାଳୀ ଛାତ୍ରୀଛାତ୍ରଙ୍କୁ ଫେରି ଆସି କ୍ଲାସରେ ଯୋଗଦେବାକୁ ନିବେଦନ କରିଛନ୍ତି।

ସେପଟେ କିଟ୍‌ରେ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ନେପାଳ ସହ ଭାରତର ସମ୍ପର୍କ ଅତ୍ୟନ୍ତ ଗଭୀର ଏବଂ ନେପାଳ ସହ ଓଡ଼ିଶାର ସମ୍ପର୍କ ମଧ୍ୟ ଜଗନ୍ନାଥଙ୍କୁ ଆଧାର କରି ରହିଆସିଛି। କିଟ୍‌ରେ ଯାହା ଘଟିଛି ତାହା ଦୁଃଖଦ, ମୃତା ଛାତ୍ରୀଙ୍କ ପରିବାର ପ୍ରତି ଆମେ ସମବେଦନା ଜ୍ଞାପନ କରୁଛୁ। ଘଟଣା ଘଟିବା ପରେ ଗୃହ ବିଭାଗ ତ୍ବରିତ ପଦକ୍ଷେପ ନେଇଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଆଉ ଯେଉଁମାନେ ଏଥିରେ ସାମିଲ ଥିବେ, ସେହି ଦିଗକୁ ଗୁରୁତ୍ୱ ଦିଆଯିବ ବା ଅତ୍ୟନ୍ତ ସମ୍ବେଦନଶୀଳ ଭାବରେ ଘଟଣାକୁ ଗୁରୁତର ସହ ନିଆଯାଇଛି। ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କଠୁ ଆରମ୍ଭ କରି ବହିବ୍ୟାପାର ମନ୍ତ୍ରଣାଳୟ ସହ ମଧ୍ୟ ଆମେ ଯୋଗାଯୋଗରେ ଅଛୁ। ରାଜ୍ୟ ସରକାରଙ୍କ ହସ୍ତକ୍ଷେପ ପରେ ଛାତ୍ରୀଛାତ୍ରମାନଙ୍କୁ କ୍ୟାମ୍ପସ୍ ଫେରିଆସିବାକୁ କିଟ୍ ପକ୍ଷରୁ ଅପିଲ୍ କରାଯାଇଛି। ସେମାନଙ୍କୁ ଆଣିବାକୁ ଓଏସ୍‌ଆର୍‌ଟିସି ବସ୍‌ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ସହ କାଉନ୍‌ସେଲିଂ ଆଧାରରେ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଯେପରି କୌଣସି ମାନସିକ ନିର୍ଯାତନା ନ ମିଳିବ, ସେଥିପାଇଁ ସରକାର ଆଲୋଚନା କରିବା ସହ ନିର୍ଦ୍ଦେଶ ଦିଆଯାଇଛି ବୋଲି ସୂର୍ଯ୍ୟବଂଶୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri