KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର

ଭୁବନେଶ୍ୱର,୧୮।୨: KIIT ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ସାରା ବିଶ୍ୱରେ ନିନ୍ଦିତ ହୋଇଛି ଓଡିଶା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ ସୃଷ୍ଟି ହେବା ପରେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ଅନୁଷ୍ଠାନକୁ ତୁରନ୍ତ ସାଇନ୍ ଏ ଡାଏ ଘୋଷଣା କରିବା ସହିତ ଏଠାରେ ଅଧ୍ୟୟନରତ ନେପାଳର ଶତାଧିକ ଛାତ୍ରୀଛାତ୍ରଙ୍କୁ ଶିକ୍ଷାନୁଷ୍ଠାନ ଛାଡ଼ିବାକୁ ବାଧ୍ୟ କରିଥିଲେ।

ଏପରି କି ପିଲାମାନଙ୍କୁ ବଳପୂର୍ବକ ଶିକ୍ଷାନୁଷ୍ଠାନର ବସ୍‌ରେ ବସାଇ କଟକ ରେଳ ଷ୍ଟେଶନରେ ଛାଡ଼ି ଦେଇଥିବା ମଧ୍ୟ ଦେଖୁବାକୁ ମିଳିଥିଲା। ଏହାରି ମଧ୍ୟରେ KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର। ନେପାଳୀ ଛାତ୍ରୀ ମୃତ୍ୟୁ ପ୍ରସଙ୍ଗରେ ଉତ୍କଳ ଛାତ୍ର ସଂଘର କର୍ମକର୍ତ୍ତା ସୋମବାର ଶିଳ୍ପମନ୍ତ୍ରୀଙ୍କୁ ଭେଟି ଏଭଳି ଦାବିପତ୍ର ଦେଇଛନ୍ତି।

ଫେବୃଆରୀ ଶେଷ ସପ୍ତାହରେ ପରୀକ୍ଷା ଥିବାବେଳେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏଭଳି ଆଚରଣକୁ ଛାତ୍ରୀଛାତ୍ର ଏବଂ ବିଭିନ୍ନ ମହଲରୁ ନିନ୍ଦା କରାଯାଇଛି। ଏପରି କି ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଏହି ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କରିବା ସହ ଘଟଣାର ସମାଧାନ ପାଇଁ କୂଟନୈତିକସ୍ତରରେ ଆଲୋଚନା କରାଯାଉଛି ବୋଲି କହିଛନ୍ତି। ବିଭିନ୍ନ ମହଲରୁ ଘଟଣାକୁ ନିନ୍ଦା କରାଯିବା ପରେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ନେପାଳୀ ଛାତ୍ରୀଛାତ୍ରଙ୍କୁ ଫେରି ଆସି କ୍ଲାସରେ ଯୋଗଦେବାକୁ ନିବେଦନ କରିଛନ୍ତି।

ସେପଟେ କିଟ୍‌ରେ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ନେପାଳ ସହ ଭାରତର ସମ୍ପର୍କ ଅତ୍ୟନ୍ତ ଗଭୀର ଏବଂ ନେପାଳ ସହ ଓଡ଼ିଶାର ସମ୍ପର୍କ ମଧ୍ୟ ଜଗନ୍ନାଥଙ୍କୁ ଆଧାର କରି ରହିଆସିଛି। କିଟ୍‌ରେ ଯାହା ଘଟିଛି ତାହା ଦୁଃଖଦ, ମୃତା ଛାତ୍ରୀଙ୍କ ପରିବାର ପ୍ରତି ଆମେ ସମବେଦନା ଜ୍ଞାପନ କରୁଛୁ। ଘଟଣା ଘଟିବା ପରେ ଗୃହ ବିଭାଗ ତ୍ବରିତ ପଦକ୍ଷେପ ନେଇଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଆଉ ଯେଉଁମାନେ ଏଥିରେ ସାମିଲ ଥିବେ, ସେହି ଦିଗକୁ ଗୁରୁତ୍ୱ ଦିଆଯିବ ବା ଅତ୍ୟନ୍ତ ସମ୍ବେଦନଶୀଳ ଭାବରେ ଘଟଣାକୁ ଗୁରୁତର ସହ ନିଆଯାଇଛି। ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କଠୁ ଆରମ୍ଭ କରି ବହିବ୍ୟାପାର ମନ୍ତ୍ରଣାଳୟ ସହ ମଧ୍ୟ ଆମେ ଯୋଗାଯୋଗରେ ଅଛୁ। ରାଜ୍ୟ ସରକାରଙ୍କ ହସ୍ତକ୍ଷେପ ପରେ ଛାତ୍ରୀଛାତ୍ରମାନଙ୍କୁ କ୍ୟାମ୍ପସ୍ ଫେରିଆସିବାକୁ କିଟ୍ ପକ୍ଷରୁ ଅପିଲ୍ କରାଯାଇଛି। ସେମାନଙ୍କୁ ଆଣିବାକୁ ଓଏସ୍‌ଆର୍‌ଟିସି ବସ୍‌ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ସହ କାଉନ୍‌ସେଲିଂ ଆଧାରରେ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଯେପରି କୌଣସି ମାନସିକ ନିର୍ଯାତନା ନ ମିଳିବ, ସେଥିପାଇଁ ସରକାର ଆଲୋଚନା କରିବା ସହ ନିର୍ଦ୍ଦେଶ ଦିଆଯାଇଛି ବୋଲି ସୂର୍ଯ୍ୟବଂଶୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?