ଆଜି ପ୍ରତିଷ୍ଠା ଦିବସ ପାଳିବ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ଦେଶର ଅନ୍ୟତମ ପ୍ରମୁଖ ଉଚ୍ଚ ଶିକ୍ଷାନୁଷ୍ଠାନ ଉତ୍କଳ ବିଶ୍ବବିଦ୍ୟାଳୟ ରବିବାର ତା’ର ୮୦ତମ ପ୍ରତିଷ୍ଠା ଦିବସ ପାଳନ କରିବ। ଏଥିସହ ୮୧ବର୍ଷରେ ପାଦ ଦେବ। ଏହି ପରିପ୍ରେକ୍ଷୀରେ ଦିନତମାମ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଶିକ୍ଷା, ଗବେଷଣା, ପ୍ରଯୁକ୍ତି ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଉତ୍କର୍ଷ ପ୍ରତିପାଦନ କରିଥିବା ଉତ୍କଳ ବିଶ୍ବବିଦ୍ୟାଳୟକୁ ନାକ୍‌ ଏ++ ମାନ୍ୟତା ପାଇଁ ପ୍ରୟାସ ଜାରି ରହିଛି। ଯେକୌଣସି ସମୟରେ ନାକ୍‌ କମିଟି ଉତ୍କଳ ବିଶ୍ବବିଦ୍ୟାଳୟ ପରିସରକୁ ପରିଦର୍ଶନରେ ଆସି ମୂଲ୍ୟାଙ୍କନ କରିବା ସମ୍ଭାବନା ରହିଛି। ଏଥିପାଇଁ ଆମେ ପ୍ରସ୍ତୁତ ବୋଲି କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ କହିଛନ୍ତି। ଶନିବାର ଆୟୋଜିତ ଖବରଦାତା ସମ୍ମିଳନୀରେ କୁଳପତି କହିଛନ୍ତି, ବିଶ୍ବବିଦ୍ୟାଳୟକୁ ଡିଜିଟାଲ କ୍ୟାମ୍ପସରେ ପରିଣତ କରିବା ପାଇଁ ଜାରି ରହିଥିବା ପ୍ରୟାସ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ନୂତନ ଜାତୀୟ ଶିକ୍ଷାନୀତି ୨୦୨୦କୁ ପ୍ରଣୟନ କରିବା ପାଇଁ ସମ୍ପୂର୍ଣ୍ଣ ବିଶ୍ବବିଦ୍ୟାଳୟ ପ୍ରସ୍ତୁତ ଥିବା ସେ କହିଛନ୍ତି।

ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ କୁଳପତି ଆଚାର୍ଯ୍ୟ କହିଲେ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ପ୍ରେକ୍ଷାଳୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ବର ଏମ୍ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର ଆଶୁତୋଷ ବିଶ୍ବାସ ଓ ସମ୍ମାନିତ ଅତିଥି ଭାବେ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଶାସନ ସଚିବ ତଥା କମିଶନର ଭାସ୍କରଜ୍ୟୋତି ଶର୍ମା ଯୋଗଦେବେ ବୋଲି କୁଳପତି କହିଛନ୍ତି। ଖବରଦାତା ସମ୍ମିଳନୀରେ କୁଳସଚିବ ଡ. ଅଭୟ କୁମାର ନାୟକ, ପିଜି ହଷ୍ଟେଲ ୱାର୍ଡେନ ପ୍ରଫେସର ପ୍ରବୋଧ କୁମାର ହୋତା, ବିତ୍ତ ନିୟନ୍ତ୍ରକ ଗୌତମ ପ୍ରଧାନ, ଛାତ୍ର ମଙ୍ଗଳ ନିର୍ଦ୍ଦେଶକ ପ୍ରଫେସର ମିତାଲି ଚିନ୍ନାରା, ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ସଂଯୋଜିକା ଡ. ପ୍ରତିମା ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri