ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ଷଷ୍ଠ ସେମିଷ୍ଟର ପରୀକ୍ଷାଫଳ ପ୍ରକାଶିତ: ବିଜ୍ଞାନରେ ସାଗରିକା, ବାଣିଜ୍ୟରେ ଇପ୍ସା ଟପ୍ପର

ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ଉତ୍କଳ ବିଶ୍ବବିଦ୍ୟାଳୟ ଅଧୀନ ଯୁକ୍ତ୩ (ସ୍ନାତକ) କଲେଜର ବିଜ୍ଞାନ ଓ ବାଣିଜ୍ୟ ବିଭାଗ ୬ଷ୍ଠ ସେମିଷ୍ଟର ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିସହ ବିଜ୍ଞାନ, ବାଣିଜ୍ୟ ବିଭାଗର ଦ୍ବିତୀୟ ଓ ଚତୁର୍ଥ ସେମିଷ୍ଟର ବ୍ୟାକ୍‌ ପେପର୍‌ ପରୀକ୍ଷା ଫଳ ମଧ୍ୟ ପ୍ରକାଶ କରାଯାଇଛି। ବିଶ୍ବବିଦ୍ୟାଳୟର ୟୁୟୁଇଏମ୍‌ଏସ୍‌ ପୋର୍ଟାଲ୍‌ରୁ ଛାତ୍ରୀଛାତ୍ର ସେମାନଙ୍କ ଫଳାଫଳ ଜାଣିପାରିବେ। ଛାତ୍ରୀଛାତ୍ରଙ୍କ ପ୍ରୋଭିଜନାଲ ଓ ମାର୍କଶିଟ୍‌ ସାର୍ଟିଫିକେଟ୍‌ ସମସ୍ତ ମହାବିଦ୍ୟାଳୟକୁ ଅନ୍‌ଲାଇନ୍‌ ମାଧ୍ୟମରେ ପଠାଇ ଦିଆଯାଇଛି। ଛାତ୍ରୀଛାତ୍ର ନିଜ କଲେଜରୁ ସାର୍ଟିଫିକେଟ୍‌ ଗ୍ରହଣ କରିପାରିବେ।
+୩ ୬ଷ୍ଠ ସେମିଷ୍ଟର ବାଣିଜ୍ୟ ବିଭାଗରେ ୪୯୦୫ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୪,୭୪୪ ଜଣ ପାସ୍‌ କରିଛନ୍ତି। ପାସ୍‌ ହାର ୯୬.୭୧% ହୋଇଛି। ବିଜ୍ଞାନ ବିଭାଗରେ ୧୩,୬୮୪ ଜଣ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୩,୫୧୩ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ପାସ୍‌ ହାର ୯୮.୭୫% ହୋଇଛି। ବିଜ୍ଞାନ ବିଭାଗରେ କଟକସ୍ଥିତ ଷ୍ଟୁଆର୍ଟ ସାଇନ୍ସ କଲେଜର ଭୂତତ୍ତ୍ବ ବିଜ୍ଞାନ ଛାତ୍ରୀ ସାଗରିକା ଦାସ ସିଜିପିଏ ୯.୬୬ ନମ୍ବର ରଖି ଟପ୍ପର୍‌ ହୋଇଛନ୍ତି। ବାଣିଜ୍ୟ ବିଭାଗରେ ଭୁବନେଶ୍ବରସ୍ଥିତ ଡିଏଭି ସ୍କୁଲ ଅଫ୍‌ ବିଜନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀ ଇପ୍ସା ବଳିୟାରସିଂ ସିଜିପିଏ ୯.୫୫ ନମ୍ବର ରଖି ଟପ୍ପର୍‌ ହୋଇଥିବା ବିଶ୍ବବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ଶରତ କୁମାର ମାଝି ସୂଚନା ଦେଇଛନ୍ତି।
ଯୁକ୍ତ ୩ ଚତୁର୍ଥ ସେମିଷ୍ଟର ବ୍ୟାକ୍‌ (୨୦୧୭ ନାମଲେଖା ବ୍ୟାଚ୍‌) ପରୀକ୍ଷାରେ ବିଜ୍ଞାନ (ଅନର୍ସ)ରେ ୭୫୩ ଜଣ ପରୀକ୍ଷା ଦେଇଥିବା ବେଳେ ୬୮୬ ଜଣ ପାସ୍‌ କରିଛନ୍ତି। ପାସ୍‌ହାର ୯୧.୧୦% ରହିଛି। ବିଜ୍ଞାନ (ଜେନେରାଲ୍‌)ରେ ପରୀକ୍ଷା ଦେଇଥିବା ୬୮ ଜଣଙ୍କ ମଧ୍ୟରୁ ୬୩ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ପାସ୍‌ହାର ୯୨.୬୫% ହୋଇଛି। ବାଣିଜ୍ୟ (ଅନର୍ସ)ରେ ପରୀକ୍ଷା ଦେଇଥିବା ୩୬୨ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୩୧୪ ଜଣ ପାସ୍‌ କରିଛନ୍ତି। ପାସ୍‌ହାର ୮୬.୭୪% ହୋଇଛି। ବାଣିଜ୍ୟ (ଜେନେରାଲ)ରେ ୩୦ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୨୨ ଜଣ ପାସ୍‌ କରିଛନ୍ତି। ଦ୍ବିତୀୟ ସେମିଷ୍ଟର ବ୍ୟାକ୍‌ (୨୦୧୭ ନାମଲେଖା ବ୍ୟାଚ୍‌) ପରୀକ୍ଷାରେ ବିଜ୍ଞାନରେ ମୋଟ ୩୫୪ ଜଣ ପରୀକ୍ଷା ଦେଇଥିବାବେଳେ ୩୧୬ ଜଣ ପାସ୍‌ କରିଛନ୍ତି। ପାସ୍‌ ହାର ୮୯.୨୭% ହୋଇଛି। ବାଣିଜ୍ୟରେ ପରୀକ୍ଷା ଦେଇଥିବା ୨୧୫ ଛାତ୍ରୀଛାତ୍ରୀଙ୍କ ମଧ୍ୟରୁ ୧୯୦ ଜଣ ପାସ୍‌ କରିଛନ୍ତି। ପାସ୍‌ ହାର ୮୮.୩୭% ହୋଇଥିବା ବିଶ୍ବବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। କୁଳପତି ପ୍ରଫେସର ସୌମେନ୍ଦ୍ର ମୋହନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ପରୀକ୍ଷା ଫଳ ପ୍ରକାଶ ପାଇଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ କଳା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ପରୀକ୍ଷା ନିୟନ୍ତ୍ରକ ମାଝି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri