ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ‘ଉତ୍କଳିକା ଆତିଥ୍ୟ’

ଭୁବନେଶ୍ୱର,୨୫। ୧୧ (ସୌମ୍ୟରଞ୍ଜନ ରାଉତ): ଓଡ଼ିଶା ହସ୍ତଶିଳ୍ପ କାରିଗରମାନଙ୍କର ଆର୍ଥିକ ଉନ୍ନତି ତଥା ଓଡ଼ିଶା ହସ୍ତଶିଳ୍ପ ସାମଗ୍ରୀର ପ୍ରଚାର ପ୍ରସାର ଲକ୍ଷ୍ୟରେ ଭୁବନେଶର ଅନ୍ତର୍ଜାତୀୟ ବିଜୁ ପଟ୍ଟନାୟକ ବିମାନ ବନ୍ଦରଠାରେ ଉତ୍କଳିକାର ନୂତନ ବିକ୍ରୟ କେନ୍ଦ୍ର ‘ଉତ୍କଳିକା ଆତିଥ୍ୟ’ ସୋମବାର ଉଦଘାଟିତ ହୋଇଯାଇଛି।

କାର୍ଯ୍ୟକ୍ରମରେ ଅତିଥି ଭାବରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଯୋଗଦେଇ କହିଛନ୍ତି ଏହାଦ୍ୱାରା ରାଜ୍ୟ ବାହାର ତଥା ଅନ୍ୟ ଦେଶର ପର୍ଯ୍ୟଟକମାନେ ଓଡ଼ିଶାର ପାରମ୍ପରିକ ଉତ୍କୃଷ୍ଟ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀର ସ୍ମାରକ ସେମାନଙ୍କ ଘରକୁ ନେଇପାରିବେ। ଫଳରେ ଆମ ବୁଣାକାର ଓ କାରିଗରଙ୍କ ଜୀବନ-ଜୀବିକା ସମୃଦ୍ଧ ହେବା ସହ ଓ ହସ୍ତଶିଳ୍ପ ଅସ୍ମିତାର ଗରିମା ବୃଦ୍ଧି ହୋଇପାରିବ ବୋଲି ମତ ରଖିଥିଲେ। ‘ଉତ୍କଳିକା ଆତିଥ୍ୟ’ ଉତ୍କଳିକା ଦ୍ୱାରା ଆରମ୍ଭ କରାଯାଇଥିବା ଏକ ଅଭିନବ ପ୍ରୟାସ। ଆମ ହସ୍ତତନ୍ତ ଓ ହସ୍ତଶିଳ୍ପର ପ୍ରଦର୍ଶନ ସହ ଏବଂ ବିକ୍ରୟ ବୃଦ୍ଧିକୁ ଲକ୍ଷ୍ୟ ରଖି ଏହା ଖୋଲାଯାଇଛି ବୋଲି ବିଭାଗର କମିଶନର ଗୁହା ପୁନମ୍‌ ତାପସ କୁମାର କହିଛନ୍ତି।

ଏହା ସହ ପାରମ୍ପରିକ କାରିଗରମାନଙ୍କର ବଜାର ପ୍ରବେଶ ସହ ହସ୍ତଶିଳ୍ପ କାରିଗରଙ୍କର ଉନ୍ନତି ହୋଇପାରିବ ବୋଲି କହିଛନ୍ତି। କାର୍ଯ୍ୟକ୍ରମରେ ଅନ୍ୟ ଅତିଥି ଭାବରେ ଅତିରିକ୍ତ ଶାସନ ସଚିବ ପ୍ରତାପ ଚନ୍ଦ୍ର ହୋତା, ହସ୍ତଶିଳ୍ପ ନିର୍ଦ୍ଦେଶିକା ନିବେଦିତା ପୃଷ୍ଟି, ଅର୍ଥ ପରାମର୍ଶ ଦାତା ତଥା ଅତିରିକ୍ତ ଶାସନ ସଚିବ ମଧୁସ୍ମିତା ବେହେରା, ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ, ବ୍ୟକ୍ତିଗତ ସଚିବ ପୀତାମ୍ବର ସାମଲ, ଉତ୍କଳିକା ସଭାପତି ଦେବସ୍ମିତା ସାହୁ, ଉପ-ସଭାପତି ପ୍ରଶାନ୍ତ କୁମାର ମହାପାତ୍ର, ଯୁଗ୍ମ ସଚିବ ତଥା ଉତ୍କଳିକାର ପରିଚାଳନା ନିର୍ଦ୍ଦେଶିକା ମମତା ନାୟକ, ଯୁଗ୍ମ ସଚିବ ତଥା ପରିଚାଳକ କଲ୍ୟାଣୀ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri