ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ‘ଉତ୍କଳିକା ଆତିଥ୍ୟ’

ଭୁବନେଶ୍ୱର,୨୫। ୧୧ (ସୌମ୍ୟରଞ୍ଜନ ରାଉତ): ଓଡ଼ିଶା ହସ୍ତଶିଳ୍ପ କାରିଗରମାନଙ୍କର ଆର୍ଥିକ ଉନ୍ନତି ତଥା ଓଡ଼ିଶା ହସ୍ତଶିଳ୍ପ ସାମଗ୍ରୀର ପ୍ରଚାର ପ୍ରସାର ଲକ୍ଷ୍ୟରେ ଭୁବନେଶର ଅନ୍ତର୍ଜାତୀୟ ବିଜୁ ପଟ୍ଟନାୟକ ବିମାନ ବନ୍ଦରଠାରେ ଉତ୍କଳିକାର ନୂତନ ବିକ୍ରୟ କେନ୍ଦ୍ର ‘ଉତ୍କଳିକା ଆତିଥ୍ୟ’ ସୋମବାର ଉଦଘାଟିତ ହୋଇଯାଇଛି।

କାର୍ଯ୍ୟକ୍ରମରେ ଅତିଥି ଭାବରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଯୋଗଦେଇ କହିଛନ୍ତି ଏହାଦ୍ୱାରା ରାଜ୍ୟ ବାହାର ତଥା ଅନ୍ୟ ଦେଶର ପର୍ଯ୍ୟଟକମାନେ ଓଡ଼ିଶାର ପାରମ୍ପରିକ ଉତ୍କୃଷ୍ଟ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀର ସ୍ମାରକ ସେମାନଙ୍କ ଘରକୁ ନେଇପାରିବେ। ଫଳରେ ଆମ ବୁଣାକାର ଓ କାରିଗରଙ୍କ ଜୀବନ-ଜୀବିକା ସମୃଦ୍ଧ ହେବା ସହ ଓ ହସ୍ତଶିଳ୍ପ ଅସ୍ମିତାର ଗରିମା ବୃଦ୍ଧି ହୋଇପାରିବ ବୋଲି ମତ ରଖିଥିଲେ। ‘ଉତ୍କଳିକା ଆତିଥ୍ୟ’ ଉତ୍କଳିକା ଦ୍ୱାରା ଆରମ୍ଭ କରାଯାଇଥିବା ଏକ ଅଭିନବ ପ୍ରୟାସ। ଆମ ହସ୍ତତନ୍ତ ଓ ହସ୍ତଶିଳ୍ପର ପ୍ରଦର୍ଶନ ସହ ଏବଂ ବିକ୍ରୟ ବୃଦ୍ଧିକୁ ଲକ୍ଷ୍ୟ ରଖି ଏହା ଖୋଲାଯାଇଛି ବୋଲି ବିଭାଗର କମିଶନର ଗୁହା ପୁନମ୍‌ ତାପସ କୁମାର କହିଛନ୍ତି।

ଏହା ସହ ପାରମ୍ପରିକ କାରିଗରମାନଙ୍କର ବଜାର ପ୍ରବେଶ ସହ ହସ୍ତଶିଳ୍ପ କାରିଗରଙ୍କର ଉନ୍ନତି ହୋଇପାରିବ ବୋଲି କହିଛନ୍ତି। କାର୍ଯ୍ୟକ୍ରମରେ ଅନ୍ୟ ଅତିଥି ଭାବରେ ଅତିରିକ୍ତ ଶାସନ ସଚିବ ପ୍ରତାପ ଚନ୍ଦ୍ର ହୋତା, ହସ୍ତଶିଳ୍ପ ନିର୍ଦ୍ଦେଶିକା ନିବେଦିତା ପୃଷ୍ଟି, ଅର୍ଥ ପରାମର୍ଶ ଦାତା ତଥା ଅତିରିକ୍ତ ଶାସନ ସଚିବ ମଧୁସ୍ମିତା ବେହେରା, ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ, ବ୍ୟକ୍ତିଗତ ସଚିବ ପୀତାମ୍ବର ସାମଲ, ଉତ୍କଳିକା ସଭାପତି ଦେବସ୍ମିତା ସାହୁ, ଉପ-ସଭାପତି ପ୍ରଶାନ୍ତ କୁମାର ମହାପାତ୍ର, ଯୁଗ୍ମ ସଚିବ ତଥା ଉତ୍କଳିକାର ପରିଚାଳନା ନିର୍ଦ୍ଦେଶିକା ମମତା ନାୟକ, ଯୁଗ୍ମ ସଚିବ ତଥା ପରିଚାଳକ କଲ୍ୟାଣୀ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri