ପୁନରୁଦ୍ଧାର ହେବ ଉତ୍କଳମଣି ଗୋପବନ୍ଧୁଙ୍କ ଭବନ: କ୍ଷେତ୍ର ପରିଦର୍ଶନ କଲେ ଅତିରିକ୍ତ ଶାସନ ସଚିବ

ବାରିପଦା ଅଫିସ,୧୯୪: ମୟୂରଭଞ୍ଜ ଜିଲା ବାରିପଦା ପୌରପରିଷଦର ପ୍ରଥମ ଉପାଧ୍ୟକ୍ଷ ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ସରକାରୀ ବାସଭବନର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ବୁଧବାର ଅତିରିକ୍ତ ଶାସନ ସଚିବ ସତ୍ୟବ୍ରତ ସାହୁ କ୍ଷେତ୍ର ପରିଦର୍ଶନରେ ଯାଇ ଜିଲା ପ୍ରଶାସନ ସହିତ ଆଲୋଚନା କରିବା ସହ ସମୀକ୍ଷା କରିଛନ୍ତି। ପରିତ୍ୟକ୍ତ ଅବସ୍ଥାରେ ପଡିଥିବା ଭବନର ନବୀକରଣ ସହ ଜବରଦଖଲ ଉଚ୍ଛେଦ କରିବାକୁ ମ୍ୟୁନି ସିପାଲିଟି ପୌରାଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି ଓ ଜିଲାପାଳ ବିନୀତ ଭରଦ୍ବାଜଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୧କୋଟି ଟଙ୍କା ପ୍ରସ୍ତାବ ଅଟକଳକୁ ନେଇ ଜିଲା ପ୍ରଶାସନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଟେଣ୍ଡର ଆହ୍ବାନ କରିବାକୁ ଥିବା ବେଳେ ୮ମାସ ମଧ୍ୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ମୟୂରଭଞ୍ଜ ସିଟିଜେନ ଫୋରମ ଓ ବିଭିନ୍ନ ସଙ୍ଗଠନ ପକ୍ଷରୁ ଦାବି ହୋଇଥିଲା। ଏହାକୁ ନେଇ ମହାପୁରୁଷଙ୍କ ଜନ୍ମସ୍ଥାନ ଓ ବାସସ୍ଥଳୀ ଗୁଡିକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁନରୁଦ୍ଧାର କରୁଥିବା ବେଳେ ବାରିପଦାର ଗୋପବନ୍ଧୁ ଭବନର ରୂପରେଖ ଓ ପାରିପାଶର୍‌ବିକ ସୌନ୍ଦର୍ଯ୍ୟକରଣ କରିବାକୁ ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁବଶୀଘ୍ର ଟେଣ୍ଡର କରାଯାଇ ଡିସେମ୍ବର ମାସ ଶେଷ ସୁଦ୍ଧା କାର୍ଯ୍ୟ ଶେଷ କରାଯିବ ବୋଲି ସଚିବ ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?