ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ: ଓଏମ୍‌ସି ଆର୍ଥିକ ସହାୟତା କରିବ

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଆସନ୍ତା ୫ ବର୍ଷ ପାଇଁ ଉତ୍କଳମଣିଙ୍କ ଜନ୍ମପୀଠର ରକ୍ଷଣାବେକ୍ଷଣ ନିମନ୍ତେ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଆର୍ଥିକ ସହାୟତା ଯୋଗାଇବ। ଗୁରୁବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠକୁ ଏକ ଆକର୍ଷଣୀୟ ଐତିହାସିକ ଓ ସାଂସ୍କୃତିକ ସ୍ଥାନରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ କରାଯାଇଥିବା ପ୍ରକଳ୍ପ କାର୍ଯ୍ୟରେ ଅଗ୍ରଗତି ହୋଇଛି। ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ସମସ୍ତ ନିର୍ମାଣ କାମ ଶେଷ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସଂଗ୍ରହାଳୟରେ ଗୋପବନ୍ଧୁଙ୍କ ରଚିତ ପୁସ୍ତକ, ତାଙ୍କର କର୍ମମୟ ଜୀବନ, ସମର୍ପିତ ସେବା, ବନ ବିଦ୍ୟାଳୟରେ ଶିକ୍ଷାଦାନ, ସ୍ବାଧୀନତା ଆଲୋଚନାରେ ସକ୍ରିୟ ଭୂମିକା ଏବଂ ତତ୍କାଳୀନ ସମୟ ସମ୍ବନ୍ଧିତ ସ୍ମାରକୀମାନ ସ୍ଥାନିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଗୋପବନ୍ଧୁଙ୍କ ଷଠିଘର ଥିବା ପୈତୃକ ଗୃହର ସଂରକ୍ଷଣ କାର୍ଯ୍ୟ ଠିକ୍‌ ଭାବେ କରିବା ସହ ଜନ୍ମପୀଠ ଓ ସଂଗ୍ରହାଳୟକୁ ଏକ ଆକର୍ଷଣୀୟ ପର୍ଯ୍ୟଟନ କେନ୍ଦ୍ରରେ ପରିଣତ କରିବା ପାଇଁ ନିଷ୍ପତ୍ତି ହୋଇଛି । ପର୍ଯ୍ୟଟକ ସୁବିଧା କେନ୍ଦ୍ର, ସୂଚନା କେନ୍ଦ୍ର, ଜାତୀୟ ରାଜପଥ ନିକଟରେ ସୁଦୃଶ୍ୟ ହୋର୍ଡିଂ ଆଦି ଲଗାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜନ୍ମପୀଠ ସହ କରାଯାଉଥିବା ବିଭିନ୍ନ ସୁବିଧାର ଉତ୍ତମ ରକ୍ଷଣାବେକ୍ଷଣ ଓ ପରିଚାଳନା କାର୍ଯ୍ୟରେ ସ୍ଥାନୀୟ ଲୋକ ଓ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସାମିଲ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସୁଆଣ୍ଡୋ ଗ୍ରାମ ନିକଟସ୍ଥ ଭାର୍ଗବୀ ନଦୀ ସମ୍ମୁଖ ଭାଗ ବିକାଶ ସହ ଭାସମାନ ଜେଟି ଏବଂ ନୌବିହାର ସୁବିଧା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଏହା ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ ଏବଂ ସ୍ଥାନୀୟ ଲୋକଙ୍କ ପାଇଁ ଜୀବିକା ନିର୍ବାହ ପନ୍ଥା ସୃଷ୍ଟି କରିବ।
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ଉତ୍କଳମଣିଙ୍କ ଷଠିଘର ଥିବା ପୈତୃକ ଗୃହର ସଂରକ୍ଷଣ ଏବଂ ସଂଗ୍ରହାଳୟ ନିର୍ମାଣ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଘର ପାଖରେ ଥିବା ପୁଷ୍କରିଣୀର ବିକାଶ ମଧ୍ୟ କରାଯାଇଛି। ଶିବ ମନ୍ଦିର ନିିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ରାସ୍ତା ପାର୍ଶ୍ୱ ସୁବିଧା କେନ୍ଦ୍ର, ଫୁଡ୍‌ କୋର୍ଟ ଏବଂ ସୂଚନା କେନ୍ଦ୍ରର କାର୍ଯ୍ୟ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପୈତୃକ ବାସସ୍ଥାନରେ ସ୍ଥାପନ କରାଯିବାକୁ ଥିବା ୧୫ ଫୁଟର ସୁନ୍ଦର ପ୍ରତିମୂର୍ତ୍ତି ଏବଂ ଏହାର ପ୍ଲାଟଫର୍ମ କାର୍ଯ୍ୟ ଆଗେଇ ଚାଲିଛି। ସୁଆଣ୍ଡୋ ଗ୍ରାମ ରାସ୍ତାର ବିକାଶ ଏବଂ ଗ୍ରାମରେ ଭୂତଳ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା କାର୍ଯ୍ୟ ଚାଲୁରହିଛି। ସମୁଦାୟ ପ୍ରକଳ୍ପରେ ପ୍ରାୟ ୨୫.୨୫ କୋଟି ଟଙ୍କା ବିନିଯୋଗ କରାଯାଉଛି। ଏଥିପାଇଁ ଓଏମ୍‌ସି ଆର୍ଥିକ ସହାୟତା ଯୋଗାଉଛି। ଇତିମଧ୍ୟରେ ପୁରୀ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଗୋପବନ୍ଧୁ ସ୍ମାରକୀ ଟ୍ରଷ୍ଟ ଗଠନ କରାଯାଇଛି।
ପୀଠର ପରିଚ୍ଛନ୍ନତା, ପରିଚାଳନା ଓ ରକ୍ଷଣାବେକ୍ଷଣ ସମ୍ବନ୍ଧିତ ବିଷୟ ବୈଠକରେ ସବିଶେଷ ଭାବେ ଆଲୋଚନା ହୋଇଥିଲା। ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀରବିକ୍ରମ ଯାଦବ, ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ ଦାସଙ୍କ ସମେତ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗ ଦେଇଥିଲେ। ପୁରୀ ଜିଲାପାଳ ସମର୍ଥ ବର୍ମା ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ କ୍ଷେତ୍ରସ୍ତରୀୟ ସ୍ଥିତି ବିଷୟରେ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri