ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ: ଓଏମ୍‌ସି ଆର୍ଥିକ ସହାୟତା କରିବ

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଆସନ୍ତା ୫ ବର୍ଷ ପାଇଁ ଉତ୍କଳମଣିଙ୍କ ଜନ୍ମପୀଠର ରକ୍ଷଣାବେକ୍ଷଣ ନିମନ୍ତେ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଆର୍ଥିକ ସହାୟତା ଯୋଗାଇବ। ଗୁରୁବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମପୀଠକୁ ଏକ ଆକର୍ଷଣୀୟ ଐତିହାସିକ ଓ ସାଂସ୍କୃତିକ ସ୍ଥାନରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ କରାଯାଇଥିବା ପ୍ରକଳ୍ପ କାର୍ଯ୍ୟରେ ଅଗ୍ରଗତି ହୋଇଛି। ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ସମସ୍ତ ନିର୍ମାଣ କାମ ଶେଷ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସଂଗ୍ରହାଳୟରେ ଗୋପବନ୍ଧୁଙ୍କ ରଚିତ ପୁସ୍ତକ, ତାଙ୍କର କର୍ମମୟ ଜୀବନ, ସମର୍ପିତ ସେବା, ବନ ବିଦ୍ୟାଳୟରେ ଶିକ୍ଷାଦାନ, ସ୍ବାଧୀନତା ଆଲୋଚନାରେ ସକ୍ରିୟ ଭୂମିକା ଏବଂ ତତ୍କାଳୀନ ସମୟ ସମ୍ବନ୍ଧିତ ସ୍ମାରକୀମାନ ସ୍ଥାନିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଗୋପବନ୍ଧୁଙ୍କ ଷଠିଘର ଥିବା ପୈତୃକ ଗୃହର ସଂରକ୍ଷଣ କାର୍ଯ୍ୟ ଠିକ୍‌ ଭାବେ କରିବା ସହ ଜନ୍ମପୀଠ ଓ ସଂଗ୍ରହାଳୟକୁ ଏକ ଆକର୍ଷଣୀୟ ପର୍ଯ୍ୟଟନ କେନ୍ଦ୍ରରେ ପରିଣତ କରିବା ପାଇଁ ନିଷ୍ପତ୍ତି ହୋଇଛି । ପର୍ଯ୍ୟଟକ ସୁବିଧା କେନ୍ଦ୍ର, ସୂଚନା କେନ୍ଦ୍ର, ଜାତୀୟ ରାଜପଥ ନିକଟରେ ସୁଦୃଶ୍ୟ ହୋର୍ଡିଂ ଆଦି ଲଗାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜନ୍ମପୀଠ ସହ କରାଯାଉଥିବା ବିଭିନ୍ନ ସୁବିଧାର ଉତ୍ତମ ରକ୍ଷଣାବେକ୍ଷଣ ଓ ପରିଚାଳନା କାର୍ଯ୍ୟରେ ସ୍ଥାନୀୟ ଲୋକ ଓ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସାମିଲ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସୁଆଣ୍ଡୋ ଗ୍ରାମ ନିକଟସ୍ଥ ଭାର୍ଗବୀ ନଦୀ ସମ୍ମୁଖ ଭାଗ ବିକାଶ ସହ ଭାସମାନ ଜେଟି ଏବଂ ନୌବିହାର ସୁବିଧା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଏହା ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ ଏବଂ ସ୍ଥାନୀୟ ଲୋକଙ୍କ ପାଇଁ ଜୀବିକା ନିର୍ବାହ ପନ୍ଥା ସୃଷ୍ଟି କରିବ।
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ଉତ୍କଳମଣିଙ୍କ ଷଠିଘର ଥିବା ପୈତୃକ ଗୃହର ସଂରକ୍ଷଣ ଏବଂ ସଂଗ୍ରହାଳୟ ନିର୍ମାଣ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଘର ପାଖରେ ଥିବା ପୁଷ୍କରିଣୀର ବିକାଶ ମଧ୍ୟ କରାଯାଇଛି। ଶିବ ମନ୍ଦିର ନିିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ରାସ୍ତା ପାର୍ଶ୍ୱ ସୁବିଧା କେନ୍ଦ୍ର, ଫୁଡ୍‌ କୋର୍ଟ ଏବଂ ସୂଚନା କେନ୍ଦ୍ରର କାର୍ଯ୍ୟ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପୈତୃକ ବାସସ୍ଥାନରେ ସ୍ଥାପନ କରାଯିବାକୁ ଥିବା ୧୫ ଫୁଟର ସୁନ୍ଦର ପ୍ରତିମୂର୍ତ୍ତି ଏବଂ ଏହାର ପ୍ଲାଟଫର୍ମ କାର୍ଯ୍ୟ ଆଗେଇ ଚାଲିଛି। ସୁଆଣ୍ଡୋ ଗ୍ରାମ ରାସ୍ତାର ବିକାଶ ଏବଂ ଗ୍ରାମରେ ଭୂତଳ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା କାର୍ଯ୍ୟ ଚାଲୁରହିଛି। ସମୁଦାୟ ପ୍ରକଳ୍ପରେ ପ୍ରାୟ ୨୫.୨୫ କୋଟି ଟଙ୍କା ବିନିଯୋଗ କରାଯାଉଛି। ଏଥିପାଇଁ ଓଏମ୍‌ସି ଆର୍ଥିକ ସହାୟତା ଯୋଗାଉଛି। ଇତିମଧ୍ୟରେ ପୁରୀ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଗୋପବନ୍ଧୁ ସ୍ମାରକୀ ଟ୍ରଷ୍ଟ ଗଠନ କରାଯାଇଛି।
ପୀଠର ପରିଚ୍ଛନ୍ନତା, ପରିଚାଳନା ଓ ରକ୍ଷଣାବେକ୍ଷଣ ସମ୍ବନ୍ଧିତ ବିଷୟ ବୈଠକରେ ସବିଶେଷ ଭାବେ ଆଲୋଚନା ହୋଇଥିଲା। ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀରବିକ୍ରମ ଯାଦବ, ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ ଦାସଙ୍କ ସମେତ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗ ଦେଇଥିଲେ। ପୁରୀ ଜିଲାପାଳ ସମର୍ଥ ବର୍ମା ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ କ୍ଷେତ୍ରସ୍ତରୀୟ ସ୍ଥିତି ବିଷୟରେ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?