ପୁନରୁଦ୍ଧାର ହେବ ଉତ୍କଳମଣିଙ୍କ ବାସଭବନ

ବାରିପଦା ଅଫିସ,୨୦ା୪: ମୟୂରଭଞ୍ଜ ଜିଲା ବାରିପଦା ପୌରପରିଷଦର ପ୍ରଥମ ଉପାଧ୍ୟକ୍ଷ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ବାସଭବନର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ବୁଧବାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ କ୍ଷେତ୍ର ପରିଦର୍ଶନରେ ଆସି ଜିଲା ପ୍ରଶାସନ ସହିତ ଆଲୋଚନା କରିବା ସହ ସମୀକ୍ଷା କରିଛନ୍ତି। ପରିତ୍ୟକ୍ତ ଅବସ୍ଥାରେ ପଡ଼ିଥିବା ଭବନର ନବୀକରଣ ସହ ଜବରଦଖଲ ଉଚ୍ଛେଦ କରିବାକୁ ମ୍ୟୁନିସିପାଲିଟି ଅଧ୍ୟକ୍ଷ ଓ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ନୂତନ ପ୍ରକଳ୍ପ ପ୍ରସ୍ତୁତ କରି ଟେଣ୍ଡର ଆହ୍ବାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ା
ଶାସନ ସମୟରେ ତତ୍କାଳୀନ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ପାଖରେ ପଣ୍ଡିତ ଗୋପବନ୍ଧୁ ଦାଶ ଚାକିରି ଜୀବନ ଆରମ୍ଭ କରିଥିଲେ। କାର୍ଯ୍ୟଦକ୍ଷତା ଯୋଗୁ ୧୯୦୫ରେ ପ୍ରତିଷ୍ଠିତ ହୋଇଥିବା ବାରିପଦା ପୌରପରିଷଦର ପ୍ରଥମ ଉପନଗରପାଳ ଭାବେ ତାଙ୍କୁ ନିଯୁକ୍ତି ମିଳିଥିଲା। ବାରିପଦା ଲାଲବଜାରସ୍ଥିତ ଜିଲା ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଥିବା ସରକାରୀ ବାସଭବନରେ ରହି ଉତ୍କଳମଣି ଚାକିରି ଜୀବନ ଅତିବାହିତ କରିଥିଲେ। ତେବେ ଉକ୍ତ ବାସଭବନଟି ରକ୍ଷଣାବେକ୍ଷଣ ଅଭାବରୁ ଦୀର୍ଘ ବର୍ଷ ହେଲା ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଥିଲା। ଚତୁଃପାର୍ଶ୍ୱ ଜବରଦଖଲକାରୀଙ୍କ କବଜାରେ ରହିଥିବା ବାସଭବନଟି ଅସାମାଜିକ ଲୋକଙ୍କ ଆଡ୍ଡାସ୍ଥଳୀ ପାଲଟିଥିଲା। ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଥିବା ବାସଭବନକୁ ପୁନରୁଦ୍ଧାର କରିବା ପାଇଁ ବିଭିନ୍ନ ସଙ୍ଗଠନ ପକ୍ଷରୁ ବାରମ୍ବାର ଦାବି ହୋଇ ଆସୁଥିଲା। କିଛି ଦିନ ପୂର୍ବେ ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ମୟୂରଭଞ୍ଜ ସିଟିଜେନ ଫୋରମ ପକ୍ଷରୁ ଏହାର ପୁନରୁଦ୍ଧାର କରିବାକୁ ଦାବି କରାଯାଇଥିଲା। ଏହାକୁ ନେଇ ରାଜ୍ୟରେ ଥିବା ମହାପୁରୁଷଙ୍କ ଜନ୍ମସ୍ଥାନ ଓ ବାସସ୍ଥଳୀଗୁଡ଼ିକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପରେଖ ପରିବର୍ତ୍ତନ କରିବା ସହ ସୌନ୍ଦୀକରଣ କରିବାକୁ ନିର୍ଦ୍ଦେଶ ଦେବା ପରେ ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଏକ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇ ପ୍ରକଳ୍ପର ରୂପରେଖ ପ୍ରସ୍ତୁତ କରାଯାଇଥିବା ବେଳେ ସଚିବଙ୍କ ଗସ୍ତ ପରେ ତାହା ପରିବର୍ତ୍ତନ କରାଯାଇ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପ ପ୍ରସ୍ତୁତ କରିବାକୁ ଜିଲା ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଛି ା ତେବେ ଏହି ବାସଭବନ ଦେବୋତ୍ତର ବିଭାଗ ଅଧୀନରେ ରହିଥିବା ବେଳେ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରି ୮ମାସ ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସଚିବଙ୍କ ଏହି ଗସ୍ତ ସମୟରେ ଜିଲାପାଳ ବିନୀତ ଭରଦ୍ୱାଜ, ବାରିପଦା ପୌରାଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି, ଅତିରିକ୍ତ ଜିଲାପାଳ ରୁଦ୍ର ନାରାୟଣ ମହାନ୍ତି, ଉପଜିଲାପାଳ ଇଶ୍ୱର ଚନ୍ଦ୍ର ନାଏକ, ସଂସ୍କୃତି ଅଧିକାରୀ ଅନନ୍ତ ସେଠୀ, ସିନିଅର ସିଟିଜେନର ସଭାପତି ପୂର୍ଣ୍ଣଚନ୍ଦ୍ର ବୁଗୁଡେଇ ଓ ଉପଦେଷ୍ଟା ଡ.ବିଜୟ କୁମାର ଅଗ୍ରୱାଲ ଓ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri