ପୁନରୁଦ୍ଧାର ହେବ ଉତ୍କଳମଣିଙ୍କ ବାସଭବନ

ବାରିପଦା ଅଫିସ,୨୦ା୪: ମୟୂରଭଞ୍ଜ ଜିଲା ବାରିପଦା ପୌରପରିଷଦର ପ୍ରଥମ ଉପାଧ୍ୟକ୍ଷ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ବାସଭବନର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ବୁଧବାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ କ୍ଷେତ୍ର ପରିଦର୍ଶନରେ ଆସି ଜିଲା ପ୍ରଶାସନ ସହିତ ଆଲୋଚନା କରିବା ସହ ସମୀକ୍ଷା କରିଛନ୍ତି। ପରିତ୍ୟକ୍ତ ଅବସ୍ଥାରେ ପଡ଼ିଥିବା ଭବନର ନବୀକରଣ ସହ ଜବରଦଖଲ ଉଚ୍ଛେଦ କରିବାକୁ ମ୍ୟୁନିସିପାଲିଟି ଅଧ୍ୟକ୍ଷ ଓ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ନୂତନ ପ୍ରକଳ୍ପ ପ୍ରସ୍ତୁତ କରି ଟେଣ୍ଡର ଆହ୍ବାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ା
ଶାସନ ସମୟରେ ତତ୍କାଳୀନ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ପାଖରେ ପଣ୍ଡିତ ଗୋପବନ୍ଧୁ ଦାଶ ଚାକିରି ଜୀବନ ଆରମ୍ଭ କରିଥିଲେ। କାର୍ଯ୍ୟଦକ୍ଷତା ଯୋଗୁ ୧୯୦୫ରେ ପ୍ରତିଷ୍ଠିତ ହୋଇଥିବା ବାରିପଦା ପୌରପରିଷଦର ପ୍ରଥମ ଉପନଗରପାଳ ଭାବେ ତାଙ୍କୁ ନିଯୁକ୍ତି ମିଳିଥିଲା। ବାରିପଦା ଲାଲବଜାରସ୍ଥିତ ଜିଲା ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଥିବା ସରକାରୀ ବାସଭବନରେ ରହି ଉତ୍କଳମଣି ଚାକିରି ଜୀବନ ଅତିବାହିତ କରିଥିଲେ। ତେବେ ଉକ୍ତ ବାସଭବନଟି ରକ୍ଷଣାବେକ୍ଷଣ ଅଭାବରୁ ଦୀର୍ଘ ବର୍ଷ ହେଲା ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଥିଲା। ଚତୁଃପାର୍ଶ୍ୱ ଜବରଦଖଲକାରୀଙ୍କ କବଜାରେ ରହିଥିବା ବାସଭବନଟି ଅସାମାଜିକ ଲୋକଙ୍କ ଆଡ୍ଡାସ୍ଥଳୀ ପାଲଟିଥିଲା। ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଥିବା ବାସଭବନକୁ ପୁନରୁଦ୍ଧାର କରିବା ପାଇଁ ବିଭିନ୍ନ ସଙ୍ଗଠନ ପକ୍ଷରୁ ବାରମ୍ବାର ଦାବି ହୋଇ ଆସୁଥିଲା। କିଛି ଦିନ ପୂର୍ବେ ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ମୟୂରଭଞ୍ଜ ସିଟିଜେନ ଫୋରମ ପକ୍ଷରୁ ଏହାର ପୁନରୁଦ୍ଧାର କରିବାକୁ ଦାବି କରାଯାଇଥିଲା। ଏହାକୁ ନେଇ ରାଜ୍ୟରେ ଥିବା ମହାପୁରୁଷଙ୍କ ଜନ୍ମସ୍ଥାନ ଓ ବାସସ୍ଥଳୀଗୁଡ଼ିକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପରେଖ ପରିବର୍ତ୍ତନ କରିବା ସହ ସୌନ୍ଦୀକରଣ କରିବାକୁ ନିର୍ଦ୍ଦେଶ ଦେବା ପରେ ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଏକ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇ ପ୍ରକଳ୍ପର ରୂପରେଖ ପ୍ରସ୍ତୁତ କରାଯାଇଥିବା ବେଳେ ସଚିବଙ୍କ ଗସ୍ତ ପରେ ତାହା ପରିବର୍ତ୍ତନ କରାଯାଇ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପ ପ୍ରସ୍ତୁତ କରିବାକୁ ଜିଲା ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଛି ା ତେବେ ଏହି ବାସଭବନ ଦେବୋତ୍ତର ବିଭାଗ ଅଧୀନରେ ରହିଥିବା ବେଳେ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରି ୮ମାସ ମଧ୍ୟରେ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସଚିବଙ୍କ ଏହି ଗସ୍ତ ସମୟରେ ଜିଲାପାଳ ବିନୀତ ଭରଦ୍ୱାଜ, ବାରିପଦା ପୌରାଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି, ଅତିରିକ୍ତ ଜିଲାପାଳ ରୁଦ୍ର ନାରାୟଣ ମହାନ୍ତି, ଉପଜିଲାପାଳ ଇଶ୍ୱର ଚନ୍ଦ୍ର ନାଏକ, ସଂସ୍କୃତି ଅଧିକାରୀ ଅନନ୍ତ ସେଠୀ, ସିନିଅର ସିଟିଜେନର ସଭାପତି ପୂର୍ଣ୍ଣଚନ୍ଦ୍ର ବୁଗୁଡେଇ ଓ ଉପଦେଷ୍ଟା ଡ.ବିଜୟ କୁମାର ଅଗ୍ରୱାଲ ଓ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri