ଉତ୍କଳଙ୍କ କୁଶପୁତ୍ତଳିକା ଦାହକଲେ ବିଧାୟିକାଙ୍କ ସମର୍ଥକ

ପାଟକୁରା, ୪।୨(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଜେଡିରେ ଏବେ ଗୋଷ୍ଠୀକନ୍ଦଳ ପଦାରେ ପଡ଼ିଛି। ପୂର୍ବତନ ବିଧାୟକ ସ୍ବର୍ଗତ ବେଦପ୍ରକାଶ ଅଗ୍ରୱାଲଙ୍କ ବିରୋଧରେ ବିଜେଡି ଜିଲା ସଭାପତି ଉତ୍କଳ କେଶରୀ ପରିଡ଼ା ଅଶାଳୀନ ମନ୍ତବ୍ୟ ଦେଇଥିଲେ। ଏହାର ପ୍ରତିବାଦରେ ବିଧାୟିକା ସାବିତ୍ରୀ ଅଗ୍ରୱାଲଙ୍କ ସମର୍ଥକମାନେ ଶନିବାର ଅପରାହ୍ନରେ ଗରଦପୁର ବ୍ଲକ ଅନ୍ତର୍ଗତ କଳାବୁଦା ବାରୁଣୀ ଛକଠାରେ ପରିଡ଼ାଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି।
କିଛିଦିନ ତଳେ ଡେରାବିଶ ବ୍ଲକ ଗୁଆଳସିଂ ପଞ୍ଚାୟତଠାରେ ପାଟକୁରା ସ୍ବାଭିମାନ ମଞ୍ଚ ପକ୍ଷରୁ ଆୟୋଜିତ ସଭାରେ ପରିଡ଼ା ଗୋଖାକୁ ପୋଖରୀ ହୁଡ଼ାରେ ବସାଇଲେ ପୋଖରୀରେ କେତେ ମାଛ କହିଦେବ ବୋଲି କହିଥିଲେ। ଏହାଛଡ଼ା ମାଢୁଆଳି ହାତରେ ଗଡୁ ଧରି ଆସିଥିଲେ, ଏବେ ନେତା ହୋଇ ଅନେକ କୋଟି ଟଙ୍କା ରୋଜଗାର କରି ପରିବାର ରାଜନୀତି କରୁଛନ୍ତି। ପାଟକୁରାବାସୀ ଭାରି ସ୍ବାଭିମାନୀ, ଏହାକୁ ବରଦାସ୍ତ କରିବେନି ବୋଲି ସେ କହିଥିଲେ। ଏଭଳି ମନ୍ତବ୍ୟକୁ ନେଇ ବିଧାୟିକା ଅଗ୍ରଓ୍ବାଲଙ୍କ ସମର୍ଥକମାନେ ଶନିବାର ଜୋର୍‌ଦାର ପ୍ରତିବାଦ କରିଛନ୍ତି। ଏପରିକି ଜିଲା ସଭାପତିଙ୍କୁ ଗରଦପୁର ବ୍ଲକ ଅଞ୍ଚଳରେ ପୂରାଇ ନ ଦେବାକୁ ଘୋଷଣା କରିଛନ୍ତି। ଆତ୍ମାର ଅଧ୍ୟକ୍ଷ ବାସୁଦେବ ବେହେରା, ପୂର୍ବତନ ସରପଞ୍ଚ ଅରୁଣ ନାୟକ, ସୂର୍ଯ୍ୟମଣି ସେଠୀ, ପୂର୍ବତନ ସମିତିସଭ୍ୟ ଭଜହରି ସେନାପତି, ପୂର୍ବତନ ସମିତିସଭ୍ୟ ତଥା ଜିଲା ବିଜେଡି ସମ୍ପାଦକ ହେମନ୍ତ କୁମାର ସେଠୀ, ପୂର୍ବତନ ସରପଞ୍ଚ ଅନୁଜ ମହାନ୍ତି, ବ୍ଲକ ବିଜେଡି ସଭାନେତ୍ରୀ ଶାନ୍ତିଲତା ପଟ୍ଟନାୟକ, ସୁଧିମ୍ମିତା ଲେଙ୍କା, ପୂର୍ବତନ ସମିତି ସଭ୍ୟ ପ୍ରହଲ୍ଲାଦ ସାହୁ, କମଳ କୁମାର ମିଶ୍ର, ଦୀପକ ମହାପାତ୍ର, ବସନ୍ତ ବେହେରା ପ୍ରମୁଖ ଜିଲା ବିଜେଡି ସଭାପତି ପରିଡ଼ାଙ୍କୁ ବାଲିଚୋର କହିବା ସହ ବିଭିନ୍ନ ସ୍ଲୋଗାନ୍‌ ଦେଇଥିଲେ। ଏହାଛଡ଼ା ଗୋଖାଜାତିକୁ ହୀନଦୃଷ୍ଟିରେ ଦେଖିବା ଦ୍ୱାରା ସେ ଗୋଟିଏ ଜାତିକୁ ଅପମାନ କରିଛନ୍ତି। ଏହି ଜାତିଆଣ ମନ୍ତବ୍ୟ ପାଇଁ ତାଙ୍କୁ ଜିଲା ବିଜେଡି ସଭାପତି ପଦରୁ ବହିଷ୍କୃତ ପାଇଁ ଦାବି କରିଛନ୍ତି। ସାଧାରଣ ନିର୍ବାଚନକୁ ଆଉ ମାତ୍ର କେଇଟା ଦିନ ଥିବାରୁ ବିଜେଡି ସଙ୍ଗଠନ ମଧ୍ୟରେ ଏପରି ମତପାର୍ଥକ୍ୟ ଲାଗି ଦଳକୁ ବହୁ ମୂଲ୍ୟ ଦେବାକୁ ପଡ଼ିପାରେ ବୋଲି ସାଧାରଣରେ ଆଲୋଚନା ହେଉଛି। ତେବେ ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ହସ୍ତକ୍ଷେପ କଲେ ଅବସ୍ଥାରେ ସୁଧାର ଆସିବ ବୋଲି ଦଳୀୟ କର୍ମୀମାନେ ଆଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri