୫ମ ଥର ପାଇଁ କ୍ରୁଟ୍‌କୁ ‘ଉତ୍କର୍ଷ ପୁରସ୍କାର’

ଭୁବନେଶ୍ୱର, ୨୮।୧୦ (ବନ୍ଦନା ସେଠୀ): ୧୬ତମ ଅର୍ବାନ ମୋବିଲିଟି ଇଣ୍ଡିଆ ସମ୍ମିଳନୀ ଏବଂ ଏକ୍ସ୍‌ପୋରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)କୁ ୨୦୨୩ ବର୍ଷ ପାଇଁ ଉତ୍କର୍ଷ ପୁରସ୍କାର ମିଳିବ। ଆସନ୍ତା ୨୯ ତାରିଖରେ କ୍ରୁଟ୍‌ର ଏମ୍‌ଡି ଅରୁଣ ବୋଥ୍ରା ଏହି ପୁରସ୍କାର ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଭାରତ ସରକାରଙ୍କ ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ (ଏମ୍‌ଓଏଚ୍‌ୟୁଏ) ଦ୍ୱାରା ଅକ୍ଟୋବର ୨୭ରୁ ୨୯ ପର୍ଯ୍ୟନ୍ତ ଦିଲ୍ଲୀର ମାନେକ୍‌ଶା କେନ୍ଦ୍ରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଶ୍ରେଷ୍ଠ ସହରୀ ପରିବହନ ପ୍ରକଳ୍ପ କାର୍ଯ୍ୟକାରୀ କରି ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ଦିଗରେ କାର୍ଯ୍ୟ କରିବା ତଥା ସହରାଞ୍ଚଳ ପରିବହନର ପରିଚାଳନା କ୍ଷେତ୍ରରେ ଅଧିକ ଦକ୍ଷ ଓ ପ୍ରଭାବଶାଳୀ ବ୍ୟବସ୍ଥା ସୃଷ୍ଟି କରିବା ଦିଗରେ କ୍ରୁଟର ଋଣକୌଶଳ ପାଇଁ ଏହି ସମ୍ମାନ ମିଳିବ। ପୁରସ୍କାର ସହିତ ପ୍ରଶଂସାପତ୍ରରେ ଭାରତରେ ସହରାଞ୍ଚଳ ପରିବହନ କ୍ଷେତ୍ରରେ ପରିବର୍ତ୍ତନ ଆଣିବାରେ କ୍ରୁଟ୍‌ର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଗୁରୁତ୍ୱାରୋପ କରାଯିବ।
ଇତିମଧ୍ୟରେ କ୍ରୁଟ ରାଜସ୍ବ ସଂଗ୍ରହରେ ସଫଳତା ହାସଲ କରି ସରକାରୀ ସବ୍‌ସିଡି ଉପରେ ନିର୍ଭରଶୀଳତାକୁ ଯଥେଷ୍ଟ ହ୍ରାସ କରିପାରିଛି। ଦୈନିକ ୨.୫ ଲକ୍ଷରୁ ଅଧିକ ଯାତ୍ରୀଙ୍କୁ ନିରବଚ୍ଛିନ୍ନ ପରିବହନ ସେବା ଯୋଗାଇ ଦିଆଯାଇପାରୁଛି। ତେବେ କ୍ରମାଗତ ପଞ୍ଚମ ବର୍ଷ କ୍ରୁଟକୁ ସମ୍ମାନଜନକ ଅର୍ବାନ ମୋବିଲିଟି ଇଣ୍ଡିଆରେ ‘ଉତ୍କର୍ଷ’ ପୁରସ୍କାର ମିଳିବା ସହରାଞ୍ଚଳ ପରିବହନ କ୍ଷେତ୍ରରେ ଆମର ଉଲ୍ଲେଖୀୟ ସଫଳତାକୁ ଦର୍ଶାଉଛି ବୋଲି କ୍ରୁଟ୍‌ କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri