ଉତ୍କର୍ଷ ଓଡିଶା କନକ୍ଲେଭ୍ ଆଣିଲା ଅପାର ସଫଳତା: ୧୨.୮୯ ଲକ୍ଷ କୋଟି ପୁଞ୍ଜିନିବେଶ ପାଇଁ MOU

ଭୁବନେଶ୍ୱର, ୨୯।୧: ଦୁଇ ଦିନିଆ ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡିଶା କନକ୍ଲେଭ୍ ୨୦୨୫ ଆଣିଛି ଅପାର ସଫଳତା। ବୁଧବାର ସନ୍ଧ୍ୟାରେ ଜନତା ମଇଦାନରେ ସାମ୍ବାଦିକଙ୍କୁ ସମ୍ବୋଧନ କରି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ କହିଥିଲେ, ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ପ୍ରତି ତାଙ୍କର ସମର୍ଥନ ଜଣାଇଥିଲେ। ଶିଳ୍ପ ଜଗତକୁ ବାର୍ତ୍ତା ଦେଇ ସେ କହିଥିଲେ ଯେ ଓଡିଶା ହେଉଛି ଉତ୍କୃଷ୍ଟ । ଓଡିଶା ହେଉଛି ବର୍ତ୍ତମାନ ପାଇଁ ସର୍ବୋତ୍ତମ ସୁଯୋଗର ଭୂମି । ପ୍ରଧାନମନ୍ତ୍ରୀଙ୍କ ଏହି ବାର୍ତ୍ତା ଓଡିଶାରେ ପୁଞ୍ଜିନିବେଶ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିଛି । ଏଥିପାଇଁ ମୁଁ ପ୍ରଧାନମନ୍ତ୍ରୀଙ୍କୁ ବ୍ୟକ୍ତିଗତ ଭାବେ କୃତଜ୍ଞତା ପ୍ରକାଶ କରିବା ସହିତ ଓଡିଶାର ସାଢେ ଚାରିକୋଟି ଜନସାଧାରଣଙ୍କ ପକ୍ଷରୁ ଧନ୍ୟବାଦ ଅର୍ପଣ କରୁଛି।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନିଜେ ଉପସ୍ଥିତ ରହି ଓଡିଶାରେ ପୁଞ୍ଜି ନିବେଶ ପାଇଁ ତାଙ୍କର ଗ୍ୟାରେଣ୍ଟି- ‘ମୋଦି ଗ୍ୟାରେଣ୍ଟି’ ଦେଇଥିଲେ । ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ କରିବା ଓ ୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡିଶାକୁ ଏକ ଗ୍ରୋଥ୍ ଇଞ୍ଜି୍ନ କରିବା ପାଇଁ ସେ ସମ୍ପୂର୍ଣ୍ଣ ସହଯୋଗ ଯୋଗାଇ ଦେଇ ଆସିଛନ୍ତି । ଡବଲ ଇଞ୍ଜିନ ସରକାରରେ ତାଙ୍କର ଯାହା ଭୂମିକା ରହିବା କଥା ତାକୁ ସେ ସମ୍ପୂର୍ଣ୍ଣ ଭାବେ ନିର୍ବାହ କରିଛନ୍ତି । ଏହାଦ୍ୱାରା ଦେଶର ଶ୍ରେଷ୍ଠ ପାଞ୍ଚଟି ଅର୍ଥନୀତି ମଧ୍ୟରେ ସ୍ଥାନ ପାଇବା ପାଇଁ ଆମର ଯେଉଁ ସଂକଳ୍ପ ରହିଛି, ଆମେ ତାହାର ନିକଟତର ହୋଇପାରିଛୁ ।

ଏହି ସମ୍ମିଳନୀରେ ସମୁଦାୟ ୧୪୫ଟି ରାଜିନାମା (MoU) ସ୍ୱାକ୍ଷରିତ ହୋଇଛି । ଏହି ରାଜିନାମା ଗୁଡିକ ଓଡିଶାର ଶିଳ୍ପକ୍ଷେତ୍ରରେ କାୟକଳ୍ପ ପରିବର୍ତ୍ତନ କରିବା ସହିତ ବିଶ୍ୱ ସ୍ତରୀୟ ଶିଳ୍ପସଂସ୍ଥା ମାନଙ୍କ ସହିତ ସହଭାଗୀତାର ନୂଆ ଯୁଗ ଆରମ୍ଭ କରିବ ।

ଏହି MoU ଗୁଡିକ ଜରିଆରେ ସମୁଦାୟ ୧୨ ଲକ୍ଷ ୮୯ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ରାଜିନାମା ହୋଇଛି । କେମିକାଲସ୍, ପେଟ୍ରୋକେମିକାଲସ୍, ଟେକ୍ସଟାଇଲସ୍, ମାଇନଙ୍ଗ ଓ ମେଟାଲର୍ଜି, ନବୀକରଣୀୟ ଶକ୍ତି, ଆଇ.ଟି, ପର୍ୟ୍ୟଟନ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ପରି ବିବିଧ କ୍ଷେତ୍ରରୁ ପୁଞ୍ଜିନିବେଶର ପ୍ରସ୍ତାବ ଆସିଛି ।
ଏହା ଦ୍ୱାରା ରାଜ୍ୟରେ ୮ ଲକ୍ଷ ୯୪ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଓଡିଶାର ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ସହିତ ରାଜ୍ୟରେ ସମାବେଶୀ ଅଭିବୃଦ୍ଧି (Inclusive Growth) ହୋଇପାରିବ ।

MoU ସ୍ୱାକ୍ଷର ବ୍ୟତୀତ ଆହୁରି ୩.୮୪ ଲକ୍ଷ କୋଟି ଟଙ୍କାର ୪୪୮ ଟି ପୁଞ୍ଜିନିବେଶ ଅଭିପ୍ରାୟ (Investment Intents Received in Forms) ମଧ୍ୟ ଆମେ ନିର୍ଦ୍ଧାରିତ ଫର୍ମରେ ଗ୍ରହଣ କରିଛୁ । ଏହା ଦ୍ୱାରା ୩.୯୨ ଲକ୍ଷ ନିଯୁକ୍ତି ସୁଯୋଗର ସମ୍ଭାବନା ରହିଛି ।

ଏହି କନକ୍ଲେଭରେ ସମୁଦାୟ ୨୦ ଟି ସେକ୍ଟରରେ ୫୯୩ଟି ପ୍ରକଳ୍ପ ପାଇଁ ୧୬.୭୩ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ଆସିଛି ଏବଂ ଏହାଦ୍ୱାରା ୧୨.୮୮ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି ହୋଇଛି ।

ସିଙ୍ଗାପୁର, ମାଲେସିଆ ଓ ଅଷ୍ଟ୍ରେଲିଆ ପରି ପାର୍ଟନର ଦେଶର ପ୍ରତିନିଧି ମାନଙ୍କ ସହିତ ୧୬ ଟି ଦେଶର ପ୍ରତିନିଧି ଏହି କନକ୍ଲେଭରେ ଯୋଗଦେଇଥିଲେ । ଏହା ଦ୍ୱାରା ବିଶ୍ୱ ନିବେଶ ମାନଚିତ୍ରରେ ଓଡିଶା ଏକ ଆକର୍ଷଣୀୟ ସ୍ଥାନ ହୋଇପାରିଛି ।

ଦ୍ୱିତୀୟ ଦିନ କାର୍ଯ୍ୟକ୍ରମରେ ବୟନ ଶିଳ୍ପ ଓ ପୋଷାକ, ନବୀକରଣୀୟ ଶକ୍ତି, ସ୍କିଲଡ୍ ଇନ୍ ଓଡିଶା, ମହିଳା ମାନଙ୍କ ଉଦ୍ୟୋଗ ସ୍ଥାପନ, ପର୍ଯ୍ୟଟନ, ସର୍କୁଲାର ଇକୋନମି, କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ, ସ୍ୱାସ୍ଥ୍ୟ, ଫାର୍ମା ଓ ବାୟୋଟେକ୍ ଏବଂ ଶିଳ୍ପ ଭିତ୍ତିଭୂମି ଆଦି ବିଭିନ୍ନ କ୍ଷେତ୍ରୀୟ ଶିଳ୍ପ ସମ୍ପର୍କରେ ଆଲୋଚନା ହୋଇଥିଲା । ଏହି ସବୁ କ୍ଷେତ୍ରଗୁଡିକରେ ପୁଞ୍ଜିନିବେଶ ଓ ଅଭିବୃଦ୍ଧି ପାଇଁ ବିଭିନ୍ନ ରଣନୀତି ଉପରେ ପ୍ରସ୍ତାବ ରଖାଯାଇଥିଲା ।

ଆଧୁନିକ ଓ ଆଗାମୀ ଦିନରେ ଶିଳ୍ପର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆମର ୱାର୍କଫୋର୍ସକୁ ପ୍ରସ୍ତୁତ କରିବା ପାଇଁ ବିଭିନ୍ନ ରଣନୀତି ଉପରେ ସ୍କିଲଡ୍ ଇନ୍ ଓଡିଶା ସେସନରେ ଆଲୋଚନା କରାଯାଇଥିଲା ।

ମହିଳା ଉଦ୍ୟମଶୀଳତା (Women Entrepreneurship) ଓ ଷ୍ଟାର୍ଟଅପ୍ ଓଡିଶା ଆଦି ସମ୍ପର୍କିତ ପ୍ୟାନେଲ ଡିସ୍କସନରେ ଅଭିନବ ଓ ସମାବେଶୀ (Innovation and Inclusivity) ଚିନ୍ତାଧାରା ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।

ନବୀକରଣୀୟ ଶକ୍ତି, ସର୍କୁଲାର ଇକୋନମି ଓ ଗ୍ରୀନ ଟେକ୍ନୋଲୋଜି ଆଦି ଆଲୋଚନାରେ ଚିରନ୍ତନ ବିକାଶ (Sustainable Development) ପାଇଁ ଓଡିଶାର ପ୍ରତିବଦ୍ଧତା ପ୍ରତିଫଳିତ ହୋଇଥିଲା ।

୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ଓ ୨୦୪୭ ସୁଦ୍ଧା ବିକଶିତ ଭାରତକୁ ଓଡିଶାର ଗୁରୁତ୍ୱପୂର୍ଣ୍ଣ ଅବଦାନ ପାଇଁ ଆମେ ସମ୍ପୂର୍ଣ୍ଣ ଭାବେ ପ୍ରତିବଦ୍ଧତାର ସହ କାମ କରୁଛୁ ଓ ଆଗାମୀ ଦିନରେ ମଧ୍ୟ ଏଥିପାଇଁ ଉଦ୍ୟମ ଜାରିରହିବ।

ଏହି କନକ୍ଲେଭର ସଫଳତା ପାଇଁ ଶିଳ୍ପ ବିଭାଗ, ଇପିକଲ, ଇଡକୋ, ସି.ଆଇ.ଆଇ, ପିଡବ୍ଲୁସି ପରି ବିଭିନ୍ନ ସଂସ୍ଥା ଦ୍ୱାରା ଯୋଜନାବଦ୍ଧ ଭାବେ ପରିଶ୍ରମ କରିଛନ୍ତି । ସେମାନଙ୍କୁ ମୁଁ ଧନ୍ୟବାଦ୍ ଦେଉଛି ।

ଏହି ଦୁଇ ଦିନର କାର୍ଯ୍ୟକ୍ରମ ଗଣମାଧ୍ୟମ ଜରିଆରେ ଉତ୍କର୍ଷ ଓଡିଶାର ସମ୍ବାଦ ସମସ୍ତଙ୍କ ପାଖରେ ପହଞ୍ଚି ପାରିଛି । ଏଥିପାଇଁ ମୁଁ ଗଣମାଧ୍ୟମ ସଂସ୍ଥା ଓ ଏଥିରେ କାମ କରୁଥିବା ସାମ୍ବାଦିକ ବନ୍ଧୁ ମାନଙ୍କୁ ଧନ୍ୟବାଦ ଅର୍ପଣ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri