ଉତ୍କର୍ଷ ଓଡ଼ିଶା ସମ୍ମିଳନୀ: ପ୍ରଥମ ଦିନରେ ୧୦୦ରୁ ଉର୍ଦ୍ଧ୍ଵ କମ୍ପାନୀର ସିଇଓଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮।୧: ଉତ୍କର୍ଷ ଓଡ଼ିଶା- ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଜନତା ମଇଦାନଠାରେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆଗ୍ରହୀ ଥିବା ବିଭିନ୍ନ କମ୍ପାନୀର ସିଇଓ ମାନଙ୍କ ସହିତ ସ୍ଵତନ୍ତ୍ର ଭାବେ ଆଲୋଚନା କରିଛନ୍ତି। ଏହି ଆଲୋଚନାରେ ଇସ୍ପାତ, ଗ୍ରୀନ ଏନର୍ଜି, ଗ୍ରୀନ ଅମୋନିଆ, ଗ୍ରୀନ ହାଇଡ୍ରୋଜେନ, ଅକ୍ଷୟ ଶକ୍ତି, କେମିକାଲ୍ସ, ସେମିକଣ୍ଡକ୍ଟର, ଆଇଟି, ସିମେଣ୍ଟ ଭଳି କ୍ଷେତ୍ରର ପ୍ରାୟ ୧୦୦ରୁ ଉର୍ଦ୍ଧ୍ବ ପ୍ରତିଷ୍ଠିତ କମ୍ପାନୀର ସିଇଓମାନେ ଅଂଶଗ୍ରହଣ କରିଥିଲେ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ବର୍ତ୍ତମାନ ପ୍ରକୃଷ୍ଟ ଅବସର। ଆଜିର ସମୟରେ ଓଡ଼ିଶାର ଜିଡ଼ିପି ଦେଶରେ ସର୍ବୋଚ୍ଚ ସ୍ତରରେ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କାର୍ଯ୍ୟକ୍ରମକୁ ନେଇ ବହୁ ଉତ୍ସାହିତ ଥିଲେ । ଓଡ଼ିଶା ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ରହିଛି ଏବଂ ପ୍ରଧାନମନ୍ତ୍ରୀଙ୍କର ଓଡ଼ିଶା ପ୍ରତି ସମର୍ଥନ ରହିଛି । ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିରେ ଓଡ଼ିଶା ହେଉଛି ସମ୍ଭାବନାର ରାଜ୍ୟ । ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି ।

ସେ ପୁଣି କହିଥିଲେ, ଓଡ଼ିଶାର ପ୍ରତି ଜିଲାରେ ଆମେ ଶିଳ୍ପ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ ରଖିଛୁ । ଏଥିପାଇଁ ଆମେ ଭିତ୍ତିଭୂମି ବିକାଶ କରୁଛୁ । ରାଜ୍ୟରେ ରେଳପଥ,ସଡ଼କପଥ ଓ ପୋର୍ଟ ସେକ୍ଟରର ବିକାଶ କରାଯାଉଛି । ଯଦ୍ଵାରା କି ଆଜି ମାଲକାନଗିରି ଭଳି ସୀମାନ୍ତ ଅଞ୍ଚଳରେ ମଧ୍ୟ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ହେବାକୁ ଯାଉଛି । ଏହା ସମ୍ପୃକ୍ତ ଅଞ୍ଚଳଗୁଡିକର ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବା ସହିତ ଯୁବବର୍ଗଙ୍କୁ ବ୍ୟାପକ ନିଯୁକ୍ତି ପ୍ରଦାନ କରିବ ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଆମ ସରକାର ମାତ୍ର ସାତ ମାସର ସରକାର । କିନ୍ତୁ ଏହି ସାତ ମାସ ମଧ୍ୟରେ ଆମେ ଓଡ଼ିଶାରେ ଜାତୀୟ ସ୍ତରର ବହୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜନ କରିଛୁ । ଆଜିର ଏହି ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ଉଦ୍ୟୋଗୀମାନଙ୍କୁ ଓଡ଼ିଶାରେ ଅଧିକରୁ ଅଧିକ ପୁଞ୍ଜିନିବେଶ ପାଇଁ ଉତ୍ସାହିତ କରିଛି । ଓଡ଼ିଶା ପ୍ରାକୃତିକ ସମ୍ବଳ ଓ ଖଣିଜ ସମ୍ପଦରେ ଭରପୂର । ଏସବୁର ସଠିକ ଉପଯୋଗରେ ଓଡ଼ିଶା ବିକଶିତ ଭାରତର ଗ୍ରୋଥ ଇଞ୍ଜିନ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଆପଣ ମାନଙ୍କ ସହଯୋଗରେ ପ୍ରଧାନମନ୍ତ୍ରୀଙ୍କ ଏହି ଲକ୍ଷ୍ୟ ପୂରଣ ହେବ ବୋଲି ସେ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri