ଉତ୍କର୍ଷ ଓଡ଼ିଶା ସମ୍ମିଳନୀ: ପ୍ରଥମ ଦିନରେ ୧୦୦ରୁ ଉର୍ଦ୍ଧ୍ଵ କମ୍ପାନୀର ସିଇଓଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮।୧: ଉତ୍କର୍ଷ ଓଡ଼ିଶା- ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଜନତା ମଇଦାନଠାରେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆଗ୍ରହୀ ଥିବା ବିଭିନ୍ନ କମ୍ପାନୀର ସିଇଓ ମାନଙ୍କ ସହିତ ସ୍ଵତନ୍ତ୍ର ଭାବେ ଆଲୋଚନା କରିଛନ୍ତି। ଏହି ଆଲୋଚନାରେ ଇସ୍ପାତ, ଗ୍ରୀନ ଏନର୍ଜି, ଗ୍ରୀନ ଅମୋନିଆ, ଗ୍ରୀନ ହାଇଡ୍ରୋଜେନ, ଅକ୍ଷୟ ଶକ୍ତି, କେମିକାଲ୍ସ, ସେମିକଣ୍ଡକ୍ଟର, ଆଇଟି, ସିମେଣ୍ଟ ଭଳି କ୍ଷେତ୍ରର ପ୍ରାୟ ୧୦୦ରୁ ଉର୍ଦ୍ଧ୍ବ ପ୍ରତିଷ୍ଠିତ କମ୍ପାନୀର ସିଇଓମାନେ ଅଂଶଗ୍ରହଣ କରିଥିଲେ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ବର୍ତ୍ତମାନ ପ୍ରକୃଷ୍ଟ ଅବସର। ଆଜିର ସମୟରେ ଓଡ଼ିଶାର ଜିଡ଼ିପି ଦେଶରେ ସର୍ବୋଚ୍ଚ ସ୍ତରରେ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କାର୍ଯ୍ୟକ୍ରମକୁ ନେଇ ବହୁ ଉତ୍ସାହିତ ଥିଲେ । ଓଡ଼ିଶା ଉପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ରହିଛି ଏବଂ ପ୍ରଧାନମନ୍ତ୍ରୀଙ୍କର ଓଡ଼ିଶା ପ୍ରତି ସମର୍ଥନ ରହିଛି । ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିରେ ଓଡ଼ିଶା ହେଉଛି ସମ୍ଭାବନାର ରାଜ୍ୟ । ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି ।

ସେ ପୁଣି କହିଥିଲେ, ଓଡ଼ିଶାର ପ୍ରତି ଜିଲାରେ ଆମେ ଶିଳ୍ପ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ ରଖିଛୁ । ଏଥିପାଇଁ ଆମେ ଭିତ୍ତିଭୂମି ବିକାଶ କରୁଛୁ । ରାଜ୍ୟରେ ରେଳପଥ,ସଡ଼କପଥ ଓ ପୋର୍ଟ ସେକ୍ଟରର ବିକାଶ କରାଯାଉଛି । ଯଦ୍ଵାରା କି ଆଜି ମାଲକାନଗିରି ଭଳି ସୀମାନ୍ତ ଅଞ୍ଚଳରେ ମଧ୍ୟ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ହେବାକୁ ଯାଉଛି । ଏହା ସମ୍ପୃକ୍ତ ଅଞ୍ଚଳଗୁଡିକର ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବା ସହିତ ଯୁବବର୍ଗଙ୍କୁ ବ୍ୟାପକ ନିଯୁକ୍ତି ପ୍ରଦାନ କରିବ ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ଆମ ସରକାର ମାତ୍ର ସାତ ମାସର ସରକାର । କିନ୍ତୁ ଏହି ସାତ ମାସ ମଧ୍ୟରେ ଆମେ ଓଡ଼ିଶାରେ ଜାତୀୟ ସ୍ତରର ବହୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜନ କରିଛୁ । ଆଜିର ଏହି ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ଉଦ୍ୟୋଗୀମାନଙ୍କୁ ଓଡ଼ିଶାରେ ଅଧିକରୁ ଅଧିକ ପୁଞ୍ଜିନିବେଶ ପାଇଁ ଉତ୍ସାହିତ କରିଛି । ଓଡ଼ିଶା ପ୍ରାକୃତିକ ସମ୍ବଳ ଓ ଖଣିଜ ସମ୍ପଦରେ ଭରପୂର । ଏସବୁର ସଠିକ ଉପଯୋଗରେ ଓଡ଼ିଶା ବିକଶିତ ଭାରତର ଗ୍ରୋଥ ଇଞ୍ଜିନ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଆପଣ ମାନଙ୍କ ସହଯୋଗରେ ପ୍ରଧାନମନ୍ତ୍ରୀଙ୍କ ଏହି ଲକ୍ଷ୍ୟ ପୂରଣ ହେବ ବୋଲି ସେ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?