କୁଣ୍ଡବନ୍ଧର ମୂଲ୍ୟବାନ ଗଛ କାଟିନେଲେ ଦୁର୍ବୃତ୍ତ

ପୋଲସରା,୧୩ା୧(ଡି.ଏନ.ଏ.): ପୋଲସରା ଏନ୍‌ଏସିସ୍ଥିତ ପାଟିଗଡ଼ ଯିବା ରାସ୍ତାରେ ବହୁ ପୁରାତନ କୁଣ୍ଡବନ୍ଧ ପୋଖରୀର ଚାରିପଟେ ଥିବା ବହୁ ମୂଲ୍ୟବାନ ଗଛଗୁଡ଼ିକୁ ସ୍ଥାନୀୟ ଅଞ୍ଚଳର କିଛି ଜମି ମାଫିଆ କାଟି ନେଇଥିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ପୋଲସରା ଏନ୍‌ଏସି ପକ୍ଷରୁ କୁଣ୍ଡବନ୍ଧ ପୋଖରୀର ଉନ୍ନତି ଏବଂ ଏହାର ସୌନ୍ଦର୍ଯ୍ୟକରଣ ବିକାଶ ପାଇଁ ପ୍ରସ୍ତାବ ଆଗତ ହୋଇଥିବା ଜଣାପଡିଛି। ହେଲେ ଏଭଳି ସ୍ଥିତିରେ ଜଙ୍ଗଲ ଜମି ମାଫିଆଙ୍କ ଲୋଲୁପ ଦୃଷ୍ଟି ଏହି କୁଣ୍ଡବନ୍ଧ ପୋଖରୀ ଚାରିପଟେ ଥିବା ଜମି ଉପରେ ପଡ଼ିଛି। ଏପରି କି କିଛି ଦୁର୍ବୃତ୍ତ ନିଜର ମାଲିକାନା ହକ୍‌ ଜାହିର କରି ସେହି କୁଣ୍ଡବନ୍ଧ ଜମିକୁ ବିକ୍ରି କରୁଥିବା ଜଣାପଡିଛି। ଏଭଳି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ସାଧାରଣ ଲୋକ ଦାବି କରିଛନ୍ତି। ଅନ୍ୟପଟେ କୁଣ୍ଡବନ୍ଧ ପୋଖରୀ ସୁରକ୍ଷା ଏବଂ ମୂଲ୍ୟବାନ ଗଛକଟାକୁ ନେଇ ଦାୟିତ୍ୱରେ ଥିବା ଉଭୟ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଓ ତହସିଲଦାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…

‘ମୁହୂର୍ତ୍ତରେ ଶେଷ ହୋଇଯିବ ଆମେରିକା-ଇରାନ ଯୁଦ୍ଧ ’: ଯୁଦ୍ଧର ମୁକାବିଲା ପାଇଁ ଜେଫ୍ରିସ ପ୍ରକାଶ କଲେ ମେଗା ଯୋଜନା!

ତେହରାନ,୨୨।୫: ମଧ୍ୟପ୍ରାଚ୍ୟରେ ଆମେରିକା-ଇରାନ ବିବାଦ, ହର୍ମୁଜ ପ୍ରଣାଳୀ ଚାରିପାଖରେ ଥିବା ଅସ୍ଥିରତା ସହିତ, ସମଗ୍ର ବିଶ୍ୱକୁ ପ୍ରଭାବିତ କରିଛି। ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri