ପଞ୍ଚଭୂତରେ ଲୀନହେଲେ ଉତ୍ତମ: ପୁତ୍ର ଧର୍ମ ପାଳନକରି ବାବୁସାନ୍‌ ଦେଲେ ମୁଖାଗ୍ନି

ଭୁବନେଶ୍ୱର,୨୮।୨: ପଞ୍ଚଭୂତରେ ଲୀନହେଲେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି। ସତ୍ୟନଗର ଶଶ୍ମାନରେ ପୁତ୍ର ଧର୍ମ ପାଳନକରି ବାବୁସାନ୍‌ ମହାନ୍ତି ତାଙ୍କୁ ମୁଖାଗ୍ନି ଦେଇଛନ୍ତି।

ସେପଟେ ବୋହୂ ମଧ୍ୟ ଦୁଃଖରେ ଭାଙ୍ଗିପଡ଼ି ତାଙ୍କର ବୋହୂଧର୍ମ ପାଳନ କରିଛନ୍ତି। ଅନ୍ୟପଟେ ବନ୍ଧୁ ପରିଜନ, ଜ୍ଞାନ୍ତି କୁଟୁମ୍ବ ସାରା ଓଡ଼ିଶା ତାଙ୍କ ବିୟୋଗରେ ମ୍ରିୟମାଣ ହୋଇପଡ଼ିଛନ୍ତି। ତାଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।

ସୂଚନାଯୋଗ୍ୟ, ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ଘଟିଥିଲା। କିଛିଦିନ ହେଲା ସେ ଲିଭର ସିରୋସିସ ରୋଗରେ ପୀଡିତ ଥିଲେ। ୬୬ବର୍ଷ ବୟସରେ ସେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି।

ଭେଟେରାନ ଅଭିନେତା ଉତ୍ତମ ମହାନ୍ତି କିଛିଦିନ ତଳେ ଗୁରୁତର ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ ହଠାତ୍‌ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯିବା ପରେ ଦିଲ୍ଲୀର ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।

୭୦ ଦଶକରେ ନିଜ ଅଭିନୟ ମାଧ୍ୟମରେ ଘରେ ଘରେ ପରିଚୟ ସୃଷ୍ଟି କରିଥିଲେ ଉତ୍ତମ ମହାନ୍ତି। ୧୯୭୭ରେ ପ୍ରଥମ ସିନେମା ‘ଅଭିମାନ’ରୁ କ୍ୟାରିୟର ଆରମ୍ଭ କରିଥିଲେ ସେ। ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ ଉତ୍ତମ। ଏପରି କି ନିଖୁଣ ଅଭିନୟ ଲାଗି ସେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ଭଳି ଅନେକ ପୁରସ୍କାର ପାଇଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri