ଉତ୍ତମଙ୍କ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଅପୂରଣୀୟ କ୍ଷତି: ରାଷ୍ଟ୍ରପତି

ଭୁବନେଶ୍ୱର,୨୮।୨: ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଉତ୍ତମଙ୍କ ବିୟୋଗରେ ରାଷ୍ଟ୍ରପତିଙ୍କ ଶୁକ୍ରବାର ଶୋକ ପ୍ରକାଶ କରିଛନ୍ତି। ଉତ୍ତମଙ୍କ ବିୟୋଗରେ ରାଷ୍ଟ୍ରପତି ଗଭୀର ଦୁଃଖ ପ୍ରକାଶ କରିବା ସହ ମର୍ମାହତ ବୋଲି କହିଛନ୍ତି। ନାୟକ ଭୂମିକାରେ ଅସଂଖ୍ୟ ଦର୍ଶକଙ୍କ ହୃଦୟ ଜୟ କରିଥିଲେ ଉତ୍ତମ। ଓଡ଼ିଆ ଚଳଚ୍ଚିତ୍ର ବିକାଶ କ୍ଷେତ୍ରରେ ଉତ୍ତମଙ୍କ ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ଜଗତର ଅପୂରଣୀୟ କ୍ଷତି ବୋଲି ରାଷ୍ଟ୍ରପତି ସୋସିଆଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି।

ସୂଚନା ଯୋଗ୍ୟ, ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକ ଘଟିଥିଲା। କିଛିଦିନ ହେଲା ସେ ଲିଭର ସିରୋସିସ ରୋଗରେ ପୀଡିତ ଥିଲେ। ୬୬ବର୍ଷ ବୟସରେ ସେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି।

ଭେଟେରାନ ଅଭିନେତା ଉତ୍ତମ ମହାନ୍ତି କିଛିଦିନ ତଳେ ଗୁରୁତର ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ ହଠାତ୍‌ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯିବା ପରେ ଦିଲ୍ଲୀର ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି।

୭୦ ଦଶକରେ ନିଜ ଅଭିନୟ ମାଧ୍ୟମରେ ଘରେ ଘରେ ପରିଚୟ ସୃଷ୍ଟି କରିଥିଲେ ଉତ୍ତମ ମହାନ୍ତି। ୧୯୭୭ରେ ପ୍ରଥମ ସିନେମା ‘ଅଭିମାନ’ରୁ କ୍ୟାରିୟର ଆରମ୍ଭ କରିଥିଲେ ସେ। ଓଡ଼ିଆ, ବଙ୍ଗଳା ଓ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ ଉତ୍ତମ। ଏପରି କି ନିଖୁଣ ଅଭିନୟ ଲାଗି ସେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟଦେବ ପୁରସ୍କାର ଭଳି ଅନେକ ପୁରସ୍କାର ପାଇଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?